ଆଜି ରାଜ୍ୟରୁ ୩୪୫ ଆକ୍ରାନ୍ତ ଚିହ୍ନଟ, ଯାଜପୁରରୁ ସର୍ବାଧିକ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୩୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪,୩୨୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୪୩ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୧୧ ଜଣ ଶିଶୁ ବି ଅଛନ୍ତି।

ଆଜି ଯାଜପୁରରୁ ସର୍ବାଧିକ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରରୁ ୩୯ ଏବଂ ଅନୁଗୋଳରୁ ୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ସେହିପରି ବାଲେଶ୍ୱର ୬, ବରଗଡ଼ ୮, ଭଦ୍ରକ ୬, ବଲାଙ୍ଗୀର ୧, ବୌଦ୍ଧ ୩, କଟକ ୫, ଢେଙ୍କାନାଳ ୩, ଗଜପତି ୨୭, ଗଞ୍ଜାମ ୧୭, ଜଗତସିଂହପୁର ୨, ଝାରସୁଗୁଡ଼ା ୧୭, କଳାହାଣ୍ଡି ୪, କନ୍ଧମାଳ ୨, କେନ୍ଦ୍ରାପଡ଼ା ୧୨, କେନ୍ଦୁଝର ୪, କୋରାପୁଟ ୧, ମାଲକାନଗିର ୧, ମୟୂରଭଞ୍ଜ ୧୬, ନବରଙ୍ଗପୁର ୫, ନୟାଗଡ଼ ୨, ନୂଆପଡ଼ା ୭, ପୁରୀ ୪, ରାୟଗଡ଼ା ୮, ସମ୍ବଲପୁରରୁ ୨୯ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୁଲ୍‌ ସଂଖ୍ୟା ରହିଛି ୬।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪,୩୨୩ରେ ପହଞ୍ଚିଥିବା ବେଳେ ୧୨,୭୧,୮୪୩ ଜଣ ସୁସ୍ଥ ହୋଇଛନ୍ତି। ୩୩୭୫ ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Watch: ଦଳରୁ ବାଦ ପଡିବା ପରେ ଭୋ ଭୋ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ, ସମ୍ଭାଳିଲେ ଏହି ଖେଳାଳି

ନୂଆଦିଲ୍ଲୀ,୧୨।୭: ସାଉଥାମ୍ପଟନରେ ଅନୁଷ୍ଠିତ ତୃତୀୟ ଟି-୨୦ ମ୍ୟାଚ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରେ ସ୍ଥାନ ମିଳିନଥିଲା; ବରଂ ସଞ୍ଜୁ ସାମସନ ଦଳକୁ ଫେରିଥିଲେ। ତଥାପି, ଫଳାଫଳ…

ଆସନ୍ତା ବର୍ଷ ଚାଲିବ ଭାରତର ପ୍ରଥମ ବୁଲେଟ ଟ୍ରେନ; ଘୋଷଣା ହେଲା ନୂଆ ରୁଟ

ନୂଆଦିଲ୍ଲୀ,୧୨।୭: ଭାରତରେ ଖୁବଶୀଘ୍ର ବୁଲେଟ ଟ୍ରେନ ଟ୍ରାକରେ ଦୌଡିବ। କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ଘୋଷଣା କରିଛନ୍ତି ଯେ ମୁମ୍ବାଇ ଏବଂ ଅହମଦାବାଦ ମଧ୍ୟରେ ପ୍ରଥମ…

ବିଦ୍ୟୁତ୍‌ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼

ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ…

ସମୁଦ୍ରରେ ଗାଧୋଇବାବେଳେ ବୁଡ଼ି ଯାଉଥିଲେ ୩ ପର୍ଯ୍ୟଟକ, ଉଦ୍ଧାର କରି…

ପୁରୀ,୧୨ା୭(ଅଜିତ୍‌ କୁମାର ମହାନ୍ତି): ରବିବାର ସମୁଦ୍ରରେ ଗାଧୋଉଥିବାବେଳେ ୩ ପର୍ଯ୍ୟଟକ ବୁଡ଼ିଯାଉଥିଲେ। ଏହି ସମୟରେ ଲାଇଫଗାର୍ଡ ପହଞ୍ଚି ସେମାନଙ୍କୁ ଉଦ୍ଧାର କରିଛନ୍ତି। ସେକ୍ଟର ୯ ଚୈତନ୍ୟ ଛକ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ବିଦ୍ୟାଳୟ ରାତ୍ର ଜଗୁଆଳଙ୍କ ଜୀବନ, ରେଲିଂରେ ଧକ୍କା ଦେଇ…

ଦାରିଙ୍ଗବାଡ଼ି,୧୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ବୁଡ଼ାଗୁଡା ଛକରେ ବାଇକ ଦୁର୍ଘଟଣାଗ୍ରସ୍ତ ହୋଇ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ…

ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ

ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ…

୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ

ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା…

ଇରାନ କେବେ ଖୋଲିବ ହର୍ମୁଜ ପ୍ରଣାଳୀ? IRGC ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ରଖିଲା ଏହି ସର୍ତ୍ତ

ତେହରାନ,୧୨।୭: ପଶ୍ଚିମ ଏସିଆରେ ଇରାନ ଏବଂ ଆମେରିକା ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ଜୀବନରେଖା ହର୍ମୁଜ ପ୍ରଣାଳୀ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri