ପୁରୁଷୋତ୍ତମପୁର କୋର୍ଟର ୩୪ତମ ପ୍ରତିଷ୍ଠା ଦିବସ: ବାର-ବେଞ୍ଚ ମଧ୍ୟରେ ସମନ୍ୱୟ ରଖି କାର୍ଯ୍ୟ କରିବାକୁ …

ପୁରୁଷୋତ୍ତମପୁର, ୧୯।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର କୋର୍ଟର ୩୪ତମ ପ୍ରତିଷ୍ଠା ଦିବସ ମଙ୍ଗଳବାର ଓକିଲ ସଂଘ ସଭାପତି ପ୍ରକାଶଚନ୍ଦ୍ର ତ୍ରୀପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।

ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜେଏମଏଫସି କୋର୍ଟର ପ୍ରଥମ ବିଚାରପତି ଭାସ୍କର ସାହୁ ଯୋଗଦେଇ କହିଥିଲେ ଯେ, ବାର ଓ ବେଞ୍ଚ ଏକ ମୁଦ୍ରାର ଦୁଇଟି ପାର୍ଶ୍ୱ। ସେହିପରି ଉଭୟଙ୍କ ମଧ୍ୟରେ ସମନ୍ୱୟ ରଖି କାର୍ଯ୍ୟ କରିବା ସହ ମହକିଲମାନଙ୍କ ସହ ଉତ୍ତମ ସମ୍ପର୍କ ରଖିବାକୁ ଓକିଲମାନଙ୍କୁ ପରାମର୍ଶ ଦେଇଥିଲେ।

ସମ୍ମାନିତ ଅତିଥି ଭାବେ ସିନିୟର ସିଭିଲ୍‌ ଜଜ୍‌ ସୁମିତା ଆଚାର୍ଯ୍ୟ ଓ ଜେଏମଏଫସି ବିଚାରପତି ଅନନ୍ୟା ପର୍ମିତା ଯୋଗଦେଇଥିଲେ।

ଏହି ଅବସରରେ ପ୍ରଥମ ବିଚାରପତି ଭାସ୍କର ସାହୁ ଏବଂ ଓକିଲାତି ପେଶାରେ ୫୦ ବର୍ଷ ଧରି ସେବା ଦେଇଆସୁଥିବା ବରିଷ୍ଠ ଓକିଲ ଓ ନୋଟାରୀ ବାସୁଦେବ ଯେନାଙ୍କୁ ସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।

ଏହାସହ ଦୀର୍ଘ ୩୪ ବର୍ଷ ପରେ ଓକିଲ ସଂଘ ପକ୍ଷରୁ ପ୍ରସ୍ତୁତ ଏକ ସ୍ୱତନ୍ତ୍ର ଲୋଗୋକୁ ଅତିଥିମାନେ ଉନ୍ମୋଚନ କରିଥିଲେ।

କାର୍ଯ୍ୟକ୍ରମରେ ସଂଘର ଉପସଭାପତି ଦୁର୍ଗାଚରଣ ଦାଶ, ସମ୍ପାଦକ ରବୀନ୍ଦ୍ର କୁମାର ସାହୁ, ସହ-ସମ୍ପାଦକ ରାମେନ୍ଦ୍ର ଆଚାର୍ଯ୍ୟ, ବରିଷ୍ଠ ଓକିଲ ଅରୁଣ କୁମାର ପଣ୍ଡା, ସିମାଞ୍ଚଳ ମିଶ୍ର, ଗୌରୀଶଙ୍କର ରାଉଳ, ଉପେନ୍ଦ୍ର ପଣ୍ଡା, ଦେବେନ୍ଦ୍ର ମହାପାତ୍ର, ସୀତାରାମ ପାଣିଗ୍ରାହୀ, କୃଷ୍ଣଚନ୍ଦ୍ର ଗୌଡ଼, ପି. ଗୋପାଳ, ପ୍ରଭାତ କୁମାର ପଟ୍ଟନାୟକ, ପ୍ରଶାନ୍ତ କୁମାର ମହାପାତ୍ର ସହିତ ଅନେକ ଓକିଲ ଉପସ୍ଥିତ ଥିଲେ।

ଏହି ସହ ତହସିଲଦାର ବିନୋଦ କୁମାର ବେହେରା, ଏନଏସି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ, ଏସଡିପିଓ ସୁଜିତ କୁମାର ନାୟକ, ଆଇଆଇସି କୁଳମଣି ସେଠୀ, ପୂର୍ତ୍ତ ବିଭାଗୀୟ ଯନ୍ତ୍ରୀ ସୋନିଆ ପ୍ରଧାନଙ୍କ ସମେତ ବହୁ ଅଧିକାରୀ ଓ ମାନ୍ୟଗଣ୍ୟ ବ୍ୟକ୍ତିମାନେ ଯୋଗଦେଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?