ଜଳସଙ୍କଟରେ ୩୫ ପରିବାର

ପରଜଙ୍ଗ, ୭ା୪(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଆଖୁଆପାଳ ପଞ୍ଚାୟତ ରଙ୍ଗଥଳି ଛକ ନିକଟ ୧୪୯ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ୫ନଂ.ବସ୍ତିରେ ଜଳସଙ୍କଟ ଉତ୍କଟରୂପ ଧାରଣ କରିଛି। ଏହାର ପ୍ରତିବାଦରେ ବୁଧବାର ବସ୍ତିବାସୀ ହାଣ୍ଡି, ମାଠିଆ ରଖି ରାଜପଥ ଅବରୋଧ କରିଥିଲେ।
ଅଭିଯୋଗ ଅନୁଯାୟୀ, ଉକ୍ତ ବସ୍ତିରେ ୩୫ ପରିବାର ରହୁଛନ୍ତି। ପିଇବା ପାଣି ଯୋଗାଣ ପାଇଁ ୭ମାସ ତଳେ ୨ଟି ବୋରୱେଲ ଖନନ କରାଯାଇଥିଲେ ମଧ୍ୟ ତାହା ଅଦ୍ୟାବଧି କାର୍ଯ୍ୟକ୍ଷମ ହୋଇପାରୁନାହିଁ। ସେହିପରି ସୋଲାର ଶକ୍ତିରେ ପରିଚାଳିତ ନଳକୂପରୁ ବଡ଼କଷ୍ଟରେ ୧୫-୨୦ ମିନିଟ୍‌ ପାଣି ବାହାରୁଛି। ଜଳସ୍ତର ହ୍ରାସ ପାଇଥିବାରୁ ନଳକୂପରୁ ଠିକ୍‌ ଭାବେ ପାଣି ବାହାରୁନାହିଁ। ବିଶେଷ କରି ଖରାଦିନେ ଏଭଳି ସମସ୍ୟା ସୃଷ୍ଟି ହେଉଛି। ବିଭାଗୀୟ ଅଧିକାରୀଙ୍କ ଆନ୍ତରିକତା ଅଭାବରୁ ଏହାର ସମାଧାନ ହୋଇପାରୁନାହିଁ। ତେଣୁ ଗ୍ରାମବାସୀ ପୂର୍ବାହ୍ନ ୯ଟାରୁ ୨ଘଣ୍ଟା ଧରି ରାସ୍ତାରୋକୋ କରିଥିଲେ। ଫଳରେ ତାଳଚେର-ପାଲଲହଡ଼ାରୁ ଆସୁଥିବା ସମସ୍ତ ଯାନବାହନ ଅଟକି ରହିବା ସହ ଯାତାୟତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଥିଲା। ସୂଚନା ପାଇ ବିଭାଗୀୟ ଅଧିକାରୀ ଏବଂ କର୍ମଚାରୀମାନେ ପହଞ୍ଚତ୍ ଆନ୍ଦୋଳନକାରୀଙ୍କ ସହ ଆଲୋଚନା କରିଥିଲେ। ନଳକୂପ ମରାମତି କରାଯିବ ଏବଂ ଖୁବ୍‌ଶୀଘ୍ର ବୋରୱେଲ କାର୍ଯ୍ୟକ୍ଷମ ଲାଗି ପଦକ୍ଷେପ ନିଆଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri