୩୫ ଲିଟର ଦେଶୀମଦ ଜବତ: ୨ ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୧୩|୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ମହୁରୀ କାଳୁଆ ନିକଟ କୁମ୍ଭଝରି ଗ୍ରାମର ପ୍ରଭାକର ମଲ୍ଲିକଙ୍କୁ ଗିରଫ କରି ବ୍ରହ୍ମପୁର ଏସଡିଜେଏମ କୋର୍ଟକୁ ଚାଲାଣ କରିଛନ୍ତି। ତାଙ୍କ ନିକଟରୁ ୨୫ ଲିଟର ଦେଶୀମଦ ଜବତ କରାଯାଇଛି। ଥାନା ମାମଲା ନଂ.୧୬/୨୬ ଅନୁଯାୟୀ ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଛି।ସୋମବାର ମହୁରୀକାଳୁଆ ନିକଟ ଜନଜାତି ବହୁଳ ଗାଁ ମାନଙ୍କରେ ବ୍ରହ୍ମପୁର ଅବକାରୀ ବିଭାଗ ଏବଂ ଦିଗପହଣ୍ଡି ପୋଲିସ ପକ୍ଷରୁ ମିଳିତ ଚଢାଉ ଧରପଗଡ କରାଯାଇଥିଲା। କୁମ୍ଭଝରି ଗ୍ରାମର ପ୍ରଭାକର ବେଆଇନ ଭାବେ ଗାଁ ରେ ଦେଶୀମଦ ବିକ୍ରୀ କରିବା ସହ ଚୋରା ଚାଲାଣ କରୁଥିବା ଖବରପାଇ ତାଙ୍କୁ ଗିରଫ କରାଯିବା ସହ ତାଙ୍କ ନିକଟରୁ ମଦ ଜବତ କରାଯାଇଥିଲା। ଏନେଇ ଥାନା ଏଏସଆଇ ମନୋଜ ସିଂ ଏତଲା ଦେବାପରେ ଭାରପ୍ରାପ୍ତ ଆଇଆଇସି ତଥା ଡିଏସପି ପ୍ରଶାନ୍ତ କୁମାର ପାତ୍ର ଅଭିଯୁକ୍ତ ଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ।ତଦନ୍ତକାରୀ ଅଧିକାରୀ ଏଏସଆଇ କହ୍ନେଇ ମିର୍ଦ୍ଧା ଅଭିଯୁକ୍ତ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ।

ସେହିପରି ଦିଗପହଣ୍ଡି  ଅବକାରୀ ଥାନା ଭାରପ୍ରାପ୍ତ ଓଆଇସି ଏନ୍. ତ୍ରିପତି କେ.ନୂଆଗାଁ ଥାନା ପୋଡ଼ାଖାଲ ଗ୍ରାମର କୈଳାସ ମଲ୍ଲିକ ଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରିଛନ୍ତି।ଅବକାରୀ କର୍ମଚାରୀ ବୃନ୍ଦ ସୋମବାର ସନ୍ଧ୍ୟା ପ୍ରାୟ ୫ ଟାରେ ଖମାରି ଗାଁ,ଗଡସାମନ୍ତରାପୁର ସମେତ ଆଖପାଖ ଇଲାକାରେ ପାଟ୍ରୋଲିଂ କରୁଥିବା ବେଳେ କୈଳାସ ତାଙ୍କ ଗାଁ ରାସ୍ତାରେ ଏକ ପ୍ଲାଷ୍ଟିକ ଜାରକିନ୍ ଧରି ଯାଉଥିଲେ।ଅବକାରୀ କର୍ମଚାରୀ ବୃନ୍ଦ ତାଙ୍କୁ ରାସ୍ତାରେ ଅଟକାଇ ଖାନତଲାସ କରିବାରୁ ଜାରକିନ୍ ରେ ୧୦ ଲିଟର ଦେଶୀମଦ ଥିବା ଜଣାପଡିଥିଲା।ତାଙ୍କୁ ମଦ ସହ ଉଠାଇ ଆଣି ଅବକାରୀ ଥାନାରେ ରଖାଯାଇଥିଲା।ତାଙ୍କୁ ପଚରା ଉଚୁରା କରିବାରୁ ସେ ଗାଁ ରେ ବେଆଇନ ଭାବେ ଦେଶୀମଦ ବିକ୍ରୀ କରୁଥିବା ସ୍ବୀକାର କରିଥିଲେ।ତାଙ୍କ ବିରୋଧରେ ଅବକାରୀ ମାମଲା ନଂ.୧୮୭/୨୫-୨୬ ଅନୁଯାୟୀ ମକଦ୍ଦମା ରୁଜୁ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri