Posted inଜାତୀୟ

ଦିଲ୍ଲୀ, ପଞ୍ଜାବର ୩୫ ସ୍ଥାନରେ ଇଡି ଚଢ଼ାଉ

ନୂଆଦିଲ୍ଲୀ,୮ା୧୦: ଦିଲ୍ଲୀ ଅବକାରୀ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଦିଲ୍ଲୀ-ଏନ୍‌ସିଆର୍‌, ପଞ୍ଜାବ ଏବଂ ହରିୟାଣାର ୩୫ଟି ସ୍ଥାନରେ ଚଢ଼ାଉ କରିଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ବିରୋଧରେ ପ୍ରମାଣ ଖୋଜି ବାହାର କରିବା ଲାଗି ୩୦୦ରୁ ଅଧିକ ସିବିଆଇ ଏବଂ ଇଡି ଅଧିକାରୀ ୨୪ ଘଣ୍ଟା କାର୍ଯ୍ୟ କରୁଛନ୍ତି। ହେଲେ ସେମାନେ କୌଣସି ଭୁଲ୍‌ ବାହାର କରିପାରି ନ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଟୁଇଟ୍‌ କରିଛନ୍ତି। ସେମାନଙ୍କ କୁତ୍ସିତ ରାଜନୀତି ଲାଗି ଏତେସଂଖ୍ୟାରେ ଅଫିସରଙ୍କ ସମୟ ବରବାଦ କରାଯାଉଛି। ଦେଶ ଆଗେଇବ କିପରି ବୋଲି କେଜ୍‌ରିଓ୍ବାଲ ପ୍ରଶ୍ନ କରିଛନ୍ତି। ଦିଲ୍ଲୀ ଅବକାରୀ ନୀତି ୨୦୨୧-୨୨ ଗତବର୍ଷ ନଭେମ୍ବର ୧୭ରେ କାର୍ଯ୍ୟକାରୀ ହୋଇଥିଲା। ଏହା ଉପରେ ସିବିଆଇ ତଦନ୍ତ ପରେ ଚଳିତ ବର୍ଷ ଜୁଲାଇରେ କେଜ୍‌ରିଓ୍ବାଲ ସରକାର ଏହାକୁ ରଦ୍ଦ କରିଦେଇଥିଲେ। ଅବକାରୀ ନୀତି କାର୍ଯ୍ୟକାରିତାରେ ଅନିୟମିତତା ହୋଇଥିବା ଅଭିଯୋଗ ଉପରେ ଉପରାଜ୍ୟପାଳ ସିବିଆଇ ତଦନ୍ତ ଲାଗି ସୁପାରିସ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri