Posted inଜାତୀୟ

୩୫ ଅକ୍ସିଜେନ୍‌ ପ୍ଲାଣ୍ଟ୍‌ ଲୋକାର୍ପିତ…

ଋଷିକେଶ,୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦେଶବ୍ୟାପୀ ୩୫ ଅକ୍ସିଜେନ୍‌ ପ୍ଲାଣ୍ଟ୍‌ର ଲୋକାର୍ପଣ କରିଛନ୍ତି। ଋଷିକେଶର ଏମ୍ସ୍‌ରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ଦେଶର ୩୫ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ସ୍ଥାପନ କରାଯାଇଥିବା ଅକ୍ସିଜେନ୍‌ ପ୍ଲାଣ୍ଟକୁ ଭର୍ଚୁଆଲ ମାଧ୍ୟମରେ ଲୋକାର୍ପିତ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଏବଂ ସହାୟତା ପାଣ୍ଠି (ପିଏମ୍‌ କେୟାରର୍ସ ଫଣ୍ଡ) ସହାୟତାରେ ଏସବୁ ସ୍ଥାପିତ ହୋଇଛି।

ପ୍ରେସର ସ୍ବିଙ୍ଗ ଆଡ୍‌ଜରସ୍ପନ୍‌ (ପିଏସ୍‌ଏ) ଅମ୍ଳଜାନ ପ୍ଲାଣ୍ଟ୍‌ ଅମ୍ଳଜାନ ପ୍ରସ୍ତୁତିରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଗତ ୧୦୦ ମଧ୍ୟରେ ଦେଶରେ ଦେଖାଦେଇଥିବା କରୋନା ମହାମାରୀ ସଙ୍କଟର ମୁକାବିଲା ଦେଶବାସୀ ଏକଜୁଟ ହୋଇ କରୁଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।

କରୋନା ମହାମାରୀ ସମୟରେ ଅକ୍ସିଜେନ୍‌ର ଅଭାବ ଦେଖିବା ପରେ କେନ୍ଦ୍ର ସରକାର ଦେଶର ପ୍ରତ୍ୟେକ ଜିଲ୍ଲାରେ ପ୍ଲାଣ୍ଟ୍‌ ସ୍ଥାପନ କରିବାକୁ ଯୋଜନା କରିଛନ୍ତି। ଇତିମଧ୍ୟରେ ଦେଶରେ ୧୧୦୦ ପିଏସ୍‌ଏ ପ୍ଲାଣ୍ଟ୍‌ ସ୍ଥାପନ କରାଯାଇଛି। ଏହା ଦ୍ୱାରା ୧୭୫୦ ଏମ୍‌ଟି ଅକ୍ସିଜେନ୍‌ ଉତ୍ପାଦିତ ହୋଇ ପାରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଟି-୨୦ ବିଶ୍ୱକପ୍‌ରୁ ଅଷ୍ଟ୍ରେଲିଆ ଆଉଟ୍: ବର୍ଷା ସାଜିଲା ବାଧକ, ସୁପର-୮ରେ ଜିମ୍ବାୱେ

ନୂଆଦିଲ୍ଲୀ,୧୭।୨: ଟି-୨୦ ବିଶ୍ୱକପ୍‌ରେ ଏକ ବଡ଼ ବିପର୍ଯ୍ୟୟ ଦେଖିବାକୁ ମିଳିଛି। ପାଲେକେଲେରେ ଜିମ୍ବାୱେ ଏବଂ ଆୟରଲାଣ୍ଡ ମଧ୍ୟରେ ହେବାକୁ ଥିବା ମ୍ୟାଚ୍ ବର୍ଷା ଯୋଗୁ ବାତିଲ ହୋଇଯାଇଛି।…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri