ଆର୍‌ଟିଇ ସୁବିଧାରୁ ବଞ୍ଚିତ ହେବେ ୩୫ ହଜାର ପିଲା

ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ):ରାଜ୍ୟରେ ୩୫ହଜାରରୁ ଊର୍ଦ୍ଧ୍ୱ ଆର୍ଥିକ ଦୁର୍ବଳ ଶ୍ରେଣୀର ଛାତ୍ରୀଛାତ୍ର ଚଳିତବର୍ଷ ଶିକ୍ଷା ଅଧିକାର ଆଇନ(ଆର୍‌ଟିଇ) ଅନୁସାରେ ୨୫% ମାଗଣା ସିଟ୍‌ରେ ନାମ ଲେଖାରୁ ବଞ୍ଚତ୍ତ ହେବେ। ଗତବର୍ଷ ୪,୨୬୪ଟି ବେସରକାରୀ ବିଦ୍ୟାଳୟ ଆର୍‌ଟିଇରେ ପଞ୍ଜୀକରଣ କରିଥିବାବେଳେ ପ୍ରାୟ ୬୦ହଜାରରୁ ଊର୍ଦ୍ଧ୍ୱ ସିଟ୍‌ ଥିଲା। ଫଳରେ ୧୮ହଜାରରୁ ଅଧିକ ଛାତ୍ରୀଛାତ୍ର ପଞ୍ଜୀକରଣ କରିଥିଲେ। ହେଲେ ଚଳିତ ବର୍ଷ ଏଯାଏ ମାତ୍ର ୨,୭୩୦ଟି ବେସରକାରୀ ସ୍କୁଲ ପଞ୍ଜୀକରଣ କରିଛନ୍ତି। ଆଉ ୧,୫୩୪ଟି ବିଦ୍ୟାଳୟ ପଞ୍ଜୀକରଣ କରିନାହାନ୍ତି। ସେଥିପାଇଁ ଉପଲବ୍ଧ ସିଟ୍‌ ସଂଖ୍ୟା ମଧ୍ୟ ୩୩ ହଜାରକୁ ଖସି ଆସିଛି। ଫଳରେ ବହୁ ଆର୍ଥିକ ଅନଗ୍ରସର ପିଲା ଆର୍‌ଟିଇ ସୁବିଧା ପାଇବାରୁ ବଞ୍ଚତ୍ତ ହେବେ। ପଞ୍ଜୀକରଣ ସମୟରେ ସମସ୍ତ ଘରୋଇ ବିଦ୍ୟାଳୟ ପୋର୍ଟାଲରେ ସଂରକ୍ଷଣ ବ୍ୟବସ୍ଥା ଦେଖାଉ ନ ଥିବାରୁ ଆବେଦନ କରିବାରେ ସମସ୍ୟାର ସମ୍ମୁଖୀନ ହେଉଥିବା ଓଡ଼ିଶା ଅଭିଭାବକ ମହାସଂଘ ଅଭିଯୋଗ କରିଛି। ଏଥିସହ ଏହାର ପ୍ରତିବାଦ ମହାସଂଘ ପକ୍ଷରୁ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ସଚିବଙ୍କ ଅଭିଯୋଗ ପ୍ରକୋଷ୍ଠ ତଥା ଓସେପା କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ଅଭିଯୋଗ ପ୍ରକୋଷ୍ଠରେ ଥିବା ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ସୁଶାନ୍ତ ଦାଶ ଓ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶକ ଜ୍ୟୋତି ମିଶ୍ର କହିଛନ୍ତି, ସମସ୍ତ ଘରୋଇ ବିଦ୍ୟାଳୟ ଆର୍‌ଟିଇରେ ପଞ୍ଜୀକରଣ କରିବାକୁ ତାଗିଦ କରାଯାଇଛି। ଆସନ୍ତା ୭ଦିନ ମଧ୍ୟରେ ସମସ୍ୟାର ସମାଧାନ ହେବା ସହ ଆବେଦନ ଅବଧି ବୃଦ୍ଧି କରାଯିବ ବୋଲି ସେମାନେ କହିଥିବା ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିବାବେଳେ ସମାଧାନ ନ ହେଲେ ପୁଣି ଧାରଣା ଦିଆଯିବ ବୋଲି ମହାସଂଘର ସଭାପତି ବାସୁଦେବ ଭଟ୍ଟ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?