କୋରାପୁଟରେ ପହଞ୍ଚିଲା ୩୫ ହଜାର କରୋନା ଟିକା, ଆସନ୍ତାକାଲିଠାରୁ ଟିକାକରଣ

କୋରାପୁଟ,୧୮ା୧(ସ୍ବ.ପ୍ର.): କୋରାପୁଟ ଜିଲାରେ ୩୫ ହଜାର କରୋନା ଟିକା ପହଞ୍ଚିଥିବା ବେଳେ ଗୁରୁବାରଠାରୁ ଟିକାକରଣ ଆରମ୍ଭ ହେବ ବୋଲି ବୁଧବାର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ଅରୁଣ କୁମାର ପାଢ଼ୀ ସୂଚନା ଦେଇଛନ୍ତି। ଆସନ୍ତାକାଲିଠାରୁ ଏହା ଜିଲାର ମୁଖ୍ୟ ଚିକିତ୍ସାଳୟ, ମେଡିକାଲ କଲେଜ ସମେତ ସମସ୍ତ ୧୪ଟି ବ୍ଲକରେ ଥିବା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରଦାନ କରାଯିବ। ଦୈନିକ ୫ ହଜାର ଟିକା ପ୍ରଦାନ କରାଯିବା ଲକ୍ଷ୍ୟ ରଖାଯାଇଛି। ଆସନ୍ତା ୫ ଦିନ ମଧ୍ୟରେ ଆସିଥିବା ୩୫ ହଜାର କରୋନା ଟିକା ଶେଷ କରାଯିବା ଲକ୍ଷ୍ୟ ରଖାଯାଇଛି। ଯେଉଁମାନେ ଦ୍ୱିତୀୟ ଡୋଜ କିମ୍ବା ବୁଷ୍ଟର ଡୋଜ ନେଇ ନାହାନ୍ତି ସେମାନେ ଗୁରୁବାର ଟିକା ନେଇ ପାରିବେ ବୋଲି ସିଡିଏମଓ ସୂଚନା ଦେଇଛନ୍ତି। ବ୍ଲକ ସଦରମହକୁମା, ସହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଟିକାକରଣ କେନ୍ଦ୍ର କରାଯାଇଛି।

ସୂଚନା ଥାଉକି, କୋରାପୁଟ ଜିଲାରେ ୧୨ରୁ ୧୮ ବର୍ଷର ପିଲାମାନେ ୭୧ ପ୍ରତିଶତ ପ୍ରଥମ ଡୋଜ ଟିକା ନେଇଥିବାବେଳେ ୧୮ରୁ ୬୦ ବର୍ଷର ବ୍ୟକ୍ତିମାନେ ୮୫ ପ୍ରତିଶତ ପ୍ରଥମ ଡୋଜ୍‌ ଟିକା ନେଇଥିବା ଜଣାଯାଇଛି। ସେହିପରି ଜିଲାରେ ଦ୍ୱିତୀୟ ଡୋଜ ତଥା ବୁଷ୍ଟର ଡୋଜ ୧୮ରୁ ୬୦ ବର୍ଷର ବ୍ୟକ୍ତିମାନେ ଶତ ପ୍ରତିଶତ ନେଇଥିବା ବେଳେ ଜିଲାରେ ୧୨ରୁ ୧୮ ବର୍ଷ ପର୍ଯ୍ୟନ୍ତ ପିଲାମାନେ ପ୍ରାୟ ୯୮ ପ୍ରତିଶତ ଟିକା ନେଇଥିବା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ପ୍ରେମ ବିବାହ କରିଥିବା ଯୁବକଙ୍କୁ ଅପହରଣ, ବାପାଙ୍କ ନାଁରେ ଥାନାରେ ଏତଲା ଦେଲେ ଝିଅ

ତୁମୁଡିବନ୍ଧ,୧୪ା୨(ଦୀପକ କୁମାର ପରାସେଠ)- ଭଲପାଇ ପ୍ରେମ ବିବାହ କରିଥିବା ଜଣେ ଯୁବକଙ୍କୁ ଅପହରଣ କରାଯାଇଛି। କନ୍ଧମାଳ ଜିଲାର ଏହି ଯୁବକ ପୁରୀ ଜିଲାର ଏକ ଗ୍ରାମରେ ଡାକ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ଏପିଓଙ୍କୁ ତାଗିଦ କରିବାରୁ ବିଡିଓଙ୍କ ନାମରେ ଏତଲା, ତଦନ୍ତ ନିର୍ଦ୍ଦେଶ ଦେଲେ ଗଞ୍ଜାମ ଜିଲାପାଳ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁ ଦୀର୍ଘଦିନ ହେଲା କାର୍ଯ୍ୟରେ ଅବହେଳା କରିଆସୁଛନ୍ତି।ନିଶାସକ୍ତ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ନାଇକସାହିରେ ବ୍ୟାପୁଛି ଜଣ୍ଡିସ: ୯ ବର୍ଷୀୟ ଶିଶୁ ମୃତ,ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ…

ବଞ୍ଚୋ, ୧୪ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ପଞ୍ଚାୟତର ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଶୁକ୍ରବାର ୯ବର୍ଷୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri