୩୫୦ ଶଯ୍ୟାର କୋଭିଡ୍‌ କେୟାର ସେଣ୍ଟର

ଢେଙ୍କାନାଳ ଅଫିସ,୧୪।୧ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ କୋଭିଡ୍‌-୧୯ର ମୁକାବିଲା ପାଇଁ ତ୍ୱରିତ ପଦକ୍ଷେପ ସ୍ବରୂପ କାରଖାନା ପରିସରରେ ୩୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର ପ୍ରସ୍ତୁତ କରାଯାଇଛି। ସ୍ବତନ୍ତ୍ର କୋଭିଡ୍‌ ପାରାମେଡିକ୍ସ, ସଫେଇ କର୍ମଚାରୀ, ଡାକ୍ତର ଏବଂ ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଇଛି। ହସ୍ପିଟାଲ ଟିମ୍‌ ଓ ପ୍ରଶାସନ ପକ୍ଷରୁ ୨୪ ଘଣ୍ଟିଆ ସହାୟତା ନମ୍ବର ଜାରି କରାଯାଇଛି। କାରଖାନାର ବଡ଼ ସହଯୋଗୀ ଭେଣ୍ଡର କର୍ମଚାରୀଙ୍କ ପାଇଁ ନିଜସ୍ବ କୋଭିଡ୍‌ କେୟାର ହୋମ୍‌ ପ୍ରସ୍ତୁତ କରିଛନ୍ତି। କମ୍ପାନୀର ୯୯% କର୍ମଚାରୀ ୨ଡୋଜ୍‌ ଟିକା ନେଇସାରିଛନ୍ତି। ସଙ୍ଗରୋଧରେ ଥିବା ରୋଗୀଙ୍କୁ ଆବଶ୍ୟକ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି। ପ୍ରଥମ ଲହରୀ ବେଳକୁ ଯେପରି କମ୍ପାନୀ କର୍ମଚାରୀମାନେ ଛୋଟ ଛୋଟ ଗ୍ରୁପରେ ବିଭକ୍ତ ହୋଇ କାର୍ଯ୍ୟ କରୁଥିଲେ, ତାହାକୁ ପୁନର୍ବାର ଲାଗୁ କରାଯାଇଛି। ୱାର୍କଫ୍ରମ୍‌ ହୋମ୍‌ ପୁନଃ କାର୍ଯ୍ୟକ୍ଷମ ହୋଇଛି। କ୍ୟାଣ୍ଟିନରେ ଡାଇନିଂ ବଦଳରେ ଖାଦ୍ୟ ପୁଡ଼ିଆ ଯୋଗାଇ ଦିଆଯାଉଛି। ହୋର୍ଡିଂ, ପୋଷ୍ଟର, ଏଲଇଡି ବୋର୍ଡ, ଏସ୍‌ଏମ୍‌ଏସ୍‌, ସଟ୍‌ ଭିଡିଓ ମାଧ୍ୟମରେ ନିୟମିତ ସୂଚନା ପ୍ରଦାନ କରାଯାଉଛି ା ଭ୍ରାମ୍ୟମାଣ ବାହାନ ଜରିଆରେ କମ୍ପାନୀ ପାର୍ଶ୍ୱବର୍ତ୍ତୀ ଅଞ୍ଚଳବାସୀଙ୍କୁ ସଚେତନ କରାଯାଉଛି। ମୁଖ୍ୟ ଫାଟକରେ ମାସ୍କ ଓ ତାପମାତ୍ରା ଯାଞ୍ଚ କରାଯାଉଛି। ନିୟମିତ ବ୍ୟବଧାନରେ ପ୍ଲାଣ୍ଟ ପରିସରକୁ ସାନିଟାଇଜ କରାଯାଉଛି। ଟ୍ରକ୍‌ ଚାଳକ, ଅତିଥିଙ୍କୁ ଗାଇଡ୍‌ଲାଇନ୍‌ ପାଳନ କରିବାକୁ ସତର୍କ କରାଯାଉଛି। କମ୍ପାନୀ ସୁରକ୍ଷା ଦଳ ପକ୍ଷରୁ କୋଭିଡ୍‌-୧୯ ଟାକ୍ସଫୋର୍ସ ଗଠନ କରାଯାଇଛି। ସିଏସ୍‌ଆର୍‌ ଦଳ ଉଦ୍ୟମରେ କାରଖାନା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସର୍ବାଧିକ ଟିକାକରଣ ହୋଇପାରିଛି। ସ୍ଥାନୀୟ ଲୋକଙ୍କ ପାଇଁ ଗତବର୍ଷ ଭଳି ନିକଟ ଦକ୍ଷତା ବିକାଶ କେନ୍ଦ୍ର ପରିସରରେ ୫୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ହସ୍ପିଟାଲ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ନ୍ୟାଶନାଲ ପେନକାକ୍ ସ୍ପୋର୍ଟ ଚାମ୍ପିୟନଶିପ୍‌ରେ ଶିବ ପ୍ରସାଦ ଜେନାଙ୍କୁ ସ୍ୱର୍ଣ୍ଣ ପଦକ

ଗଞ୍ଜାମ,୩।୭ (ବିଦ୍ୟାଧର ସାହୁ): ମହାରାଷ୍ଟ୍ରର ନାସିକଠାରେ ଆୟୋଜିତ ନ୍ୟାଶନାଲ ପେନକାକ୍ ସ୍ପୋଟ୍ସ ଚାମ୍ପିୟନଶିପ୍‌ରେ ସବ୍-ଜୁନିୟର ବର୍ଗରେ ଶିବ ପ୍ରସାଦ ଜେନା (୧୪) ସ୍ୱର୍ଣ୍ଣ ପଦକ ହାସଲ କରି…

କରିଥିଲେ ପ୍ରେମ ବିବାହ: ଦୁର୍ଘଟଣାରେ ଗୁରୁତର ହେଲେ ସ୍ବାମୀ, ଶେଷରେ ଝିଅର ହତ୍ୟା ଅଭିଯୋଗ…

ବାଲେଶ୍ୱର,୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ଚାନ୍ଦିପୁର ଥାନା ଅନ୍ତର୍ଗତ ସାହଦା ଗ୍ରାମର ମନିଷ କୁମାର ସାହୁଙ୍କ ପତ୍ନୀ ମମତା ସାହୁ (୨୧) ଗୁରୁବାର ରାତିରେ ଘରେ ଫାଶୀ…

ଜୟପୁର ଏସ୍‌ଡିଆଇପିଆରଙ୍କୁ ମିଳିଲା ନୂଆ ଦାୟିତ୍ୱ

କୋରାପୁଟ,୩ା୭(ଅମିତାଭ ବେହେରା): ଜୟପୁର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯଶୋଦା ଗାଦବାଙ୍କୁ କୋରାପୁଟ ଜିଲାର ଭାରପ୍ରାପ୍ତ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଡିଆଇପିଆରଓ) ଭାବେ…

ଏହି ସ୍ଥାନରେ ମାଓବାଦୀଙ୍କ ବଡ଼ ଅସ୍ତ୍ରାଗାର ଠାବ, ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ

କୋରାପୁଟ,୩ା୭(ଅମିତାଭ ବେହେରା): କୋରାପୁଟ ଜିଲାର ବୈପାରୀଗୁଡ଼ା ଥାନା ଅଧୀନ ତେନ୍ତୁଳିଗୁମ୍ମା ଜଙ୍ଗଲରେ କୋରାପୁଟ ଡିଭିଏଫ୍‌ ପକ୍ଷରୁ ଚଳାଯାଇଥିବା ସର୍ଚ୍ଚ ଅପରେଶନ ସମୟରେ ମାଓବାଦୀଙ୍କ ଏକ ବଡ଼ ଅସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri