୩୫୦ ଶଯ୍ୟାର କୋଭିଡ୍‌ କେୟାର ସେଣ୍ଟର

ଢେଙ୍କାନାଳ ଅଫିସ,୧୪।୧ ଢେଙ୍କାନାଳ ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ମେରାମଣ୍ଡଳୀ ପକ୍ଷରୁ କୋଭିଡ୍‌-୧୯ର ମୁକାବିଲା ପାଇଁ ତ୍ୱରିତ ପଦକ୍ଷେପ ସ୍ବରୂପ କାରଖାନା ପରିସରରେ ୩୫୦ ଶଯ୍ୟା ବିଶିଷ୍ଟ କୋଭିଡ୍‌ କେୟାର ସେଣ୍ଟର ପ୍ରସ୍ତୁତ କରାଯାଇଛି। ସ୍ବତନ୍ତ୍ର କୋଭିଡ୍‌ ପାରାମେଡିକ୍ସ, ସଫେଇ କର୍ମଚାରୀ, ଡାକ୍ତର ଏବଂ ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଇଛି। ହସ୍ପିଟାଲ ଟିମ୍‌ ଓ ପ୍ରଶାସନ ପକ୍ଷରୁ ୨୪ ଘଣ୍ଟିଆ ସହାୟତା ନମ୍ବର ଜାରି କରାଯାଇଛି। କାରଖାନାର ବଡ଼ ସହଯୋଗୀ ଭେଣ୍ଡର କର୍ମଚାରୀଙ୍କ ପାଇଁ ନିଜସ୍ବ କୋଭିଡ୍‌ କେୟାର ହୋମ୍‌ ପ୍ରସ୍ତୁତ କରିଛନ୍ତି। କମ୍ପାନୀର ୯୯% କର୍ମଚାରୀ ୨ଡୋଜ୍‌ ଟିକା ନେଇସାରିଛନ୍ତି। ସଙ୍ଗରୋଧରେ ଥିବା ରୋଗୀଙ୍କୁ ଆବଶ୍ୟକ ଚିକିତ୍ସା ସେବା ଯୋଗାଇ ଦିଆଯାଉଛି। ପ୍ରଥମ ଲହରୀ ବେଳକୁ ଯେପରି କମ୍ପାନୀ କର୍ମଚାରୀମାନେ ଛୋଟ ଛୋଟ ଗ୍ରୁପରେ ବିଭକ୍ତ ହୋଇ କାର୍ଯ୍ୟ କରୁଥିଲେ, ତାହାକୁ ପୁନର୍ବାର ଲାଗୁ କରାଯାଇଛି। ୱାର୍କଫ୍ରମ୍‌ ହୋମ୍‌ ପୁନଃ କାର୍ଯ୍ୟକ୍ଷମ ହୋଇଛି। କ୍ୟାଣ୍ଟିନରେ ଡାଇନିଂ ବଦଳରେ ଖାଦ୍ୟ ପୁଡ଼ିଆ ଯୋଗାଇ ଦିଆଯାଉଛି। ହୋର୍ଡିଂ, ପୋଷ୍ଟର, ଏଲଇଡି ବୋର୍ଡ, ଏସ୍‌ଏମ୍‌ଏସ୍‌, ସଟ୍‌ ଭିଡିଓ ମାଧ୍ୟମରେ ନିୟମିତ ସୂଚନା ପ୍ରଦାନ କରାଯାଉଛି ା ଭ୍ରାମ୍ୟମାଣ ବାହାନ ଜରିଆରେ କମ୍ପାନୀ ପାର୍ଶ୍ୱବର୍ତ୍ତୀ ଅଞ୍ଚଳବାସୀଙ୍କୁ ସଚେତନ କରାଯାଉଛି। ମୁଖ୍ୟ ଫାଟକରେ ମାସ୍କ ଓ ତାପମାତ୍ରା ଯାଞ୍ଚ କରାଯାଉଛି। ନିୟମିତ ବ୍ୟବଧାନରେ ପ୍ଲାଣ୍ଟ ପରିସରକୁ ସାନିଟାଇଜ କରାଯାଉଛି। ଟ୍ରକ୍‌ ଚାଳକ, ଅତିଥିଙ୍କୁ ଗାଇଡ୍‌ଲାଇନ୍‌ ପାଳନ କରିବାକୁ ସତର୍କ କରାଯାଉଛି। କମ୍ପାନୀ ସୁରକ୍ଷା ଦଳ ପକ୍ଷରୁ କୋଭିଡ୍‌-୧୯ ଟାକ୍ସଫୋର୍ସ ଗଠନ କରାଯାଇଛି। ସିଏସ୍‌ଆର୍‌ ଦଳ ଉଦ୍ୟମରେ କାରଖାନା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସର୍ବାଧିକ ଟିକାକରଣ ହୋଇପାରିଛି। ସ୍ଥାନୀୟ ଲୋକଙ୍କ ପାଇଁ ଗତବର୍ଷ ଭଳି ନିକଟ ଦକ୍ଷତା ବିକାଶ କେନ୍ଦ୍ର ପରିସରରେ ୫୦ ଶଯ୍ୟା ବିଶିଷ୍ଟ କୋଭିଡ କେୟାର ହସ୍ପିଟାଲ ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri