ସରକାରୀରେ ୩୫୦, ବେସରକାରୀରେ ହଜାର ହଜାର

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦଶ)କଳାହାଣ୍ଡି ଜିଲାରୁ ପ୍ରତିବର୍ଷ ହଜାର ହଜାର ଶ୍ରମିକ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି। ଚଳିତବର୍ଷ ଜିଲାରେ ମରୁଡ଼ି ଆଶଙ୍କା ଲାଗି ରହିଥିବାରୁ ଏଥର ଅଧିକ ଶ୍ରମିକ ଦାଦନମୁହାଁ ହେବେ ବୋଲି ଅନୁମାନ କରାଯାଉଛି। ପ୍ରାୟତଃ ନୂଆଁଖାଇ ପରେ ଶ୍ରମିକମାନେ ରାଜ୍ୟ ବାହାରକୁ ଯାଉଥିବାବେଳେ ଏଥର ଯଥେଷ୍ଟ ପୂର୍ବରୁ ଯିବା ଲାଗି ପ୍ରସ୍ତୁତି ଆରମ୍ଭ କରିଦେଇଥିବା ଜଣାଯାଇଛି। ଅନ୍ୟପକ୍ଷରେ ଶ୍ରମ ବିଭାଗ ପାଖରେ ଦାଦନ ଶ୍ରମିକଙ୍କ ତଥ୍ୟ ନ ଥିବାବେଳେ ଦାଦନ ରୋକିବା ଦିଗରେ ଆନ୍ତରିକତା ପ୍ରକାଶ ପାଉ ନ ଥିବା ଅଭିଯୋଗ ହୋଇଛି। ବିନା ପଞ୍ଜୀକରଣରେ ଶ୍ରମିକମାନେ ରାଜ୍ୟ ବାହାରକୁ ଯାଉଥିବାରୁ କୌଣସି ଅଘଟଣ ଘଟିଲେ ସରକାରୀ ସହାୟତା ମିଳିବା ନେଇ ଅନିଶ୍ଚିତତା ଦେଖାଦେଉଛି।
ପ୍ରକାଶ ଯେ, ପ୍ରତିବର୍ଷ ନୂଆଁଖାଇ ପୂର୍ବରୁ ଶ୍ରମିକମାନେ କମ୍ପାନୀ ମାଲିକଙ୍କଠାରୁ ଅଗ୍ରିମ ଟଙ୍କା ଆଣି ରୋଜଗାର ପାଇଁ ରାଜ୍ୟ ବାହାରକୁ ଯିବାକୁ ବାଧ୍ୟ ହେଉଛନ୍ତି। ଗତ କରୋନା ସମୟରେ ଭିଟାମାଟିକୁ ଫେରିଥିବା ଶ୍ରମିକମାନେ ଜିଲାରେ କାମ ଧନ୍ଦା ନ ପାଇ ପୁଣି ଦାଦନମୁହାଁ ହୋଇଥିଲେ। ଜିଲାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ବିଳମ୍ବରେ ପ୍ରାପ୍ୟ ପାଉଥିବା ଯୋଗୁ ଶ୍ରମିକମାନେ ଏହି କାର୍ଯ୍ୟ ପାଇଁ ମୁହଁ ଫେରାଉଥିବା ଦେଖିବାକୁ ମିଳୁଛି। ଅଧିକ ରୋଜଗାର ଆଶାରେ ଦାଦନ ଖଟିବାକୁ ଯାଉଥିବା ଶ୍ରମିକମାନେ ଅନେକ ସମୟରେ ନିର୍ଯାତନାର ଶିକାର ହେବା ସହ ଏପରିକି ମୃତ୍ୟୁର ଶିକାର ମଧ୍ୟ ହେଉଛନ୍ତି। ନିର୍ମାଣ ଶ୍ରମିକମାନେ ପଞ୍ଜୀକରଣ ପାଇଁ ଶ୍ରମ ବିଭାଗ କାର୍ଯ୍ୟାଳୟକୁ ଗଲେ ହଇରାଣ ହରକତ ହେଉଥିବା ଅଭିଯୋଗ ହେଉଛି। ବର୍ଷ ବର୍ଷ ଧରି ଏଭଳି ଚାଲିଥିବାରୁ ଦାଦନ ଚାଲାଣକୁ ରୋକିବାରେ ଜିଲା ପ୍ରଶାସନ ବିଫଳ ହୋଇଛନ୍ତି। ବିଭିନ୍ନ ସ୍ଥାନରେ ଶ୍ରମିକ ରାଶନ କାର୍ଡକୁ ମଧ୍ୟ ବନ୍ଧା ପକାଇ ଦାଦନ ଖଟିବାକୁ ଯାଉଥିବା ଦେଖାଯାଉଛି। ସରକାରୀ ତଥ୍ୟ ଅନୁସାରେ, କଳାହାଣ୍ଡି ଜିଲାରେ ୨୦୨୩-୨୪ ସୁଦ୍ଧା ୪୯୨୮୬୫ଟି ମନରେଗା ଜବକାର୍ଡଧାରୀ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨୦୨୨-୨୩ ମସିହାରେ ୨୧ ହଜାର ୭୪୦୮ଟି କାର୍ଡରେ ଓ ୨୦୨୩-୨୪ମସିହାରେ ୨,୧୯,୨୫୦ ଜବକାର୍ଡରେ କାମ ହୋଇଛି। ଯୋଜନାରେ ବାଟମାରଣା ଯୋଗୁଁ ଠିକାଦାର ମାଲାମାଲ ହେଉଥିବା ବେଳେ ପ୍ରକୃତ ଶ୍ରମିକ ରାଜ୍ୟ ବାହାରେ ଦାଦନ ଖଟୁଛନ୍ତି। ଏ ସମ୍ପର୍କରେ ଜିଲା ଶ୍ରମ ଅଧିକାରୀ ସୁବାସ ଚନ୍ଦ୍ର ମଣ୍ଡଳଙ୍କୁ ପଚାରିବାରୁ ସେ କହିଲେ, ଜିଲାରେ ୩୫୦ରୁ ଅଧିକ ଦାଦନ ପଞ୍ଜୀକରଣ ହୋଇ ରାଜ୍ୟ ବାହାରକୁ କାମ କରିବାକୁ ଯାଇଛନ୍ତି। ଗତ ଏକ ବର୍ଷ ମଧ୍ୟରେ ପ୍ରାୟ ୧୨ ଜଣ ଦାଦନ ଶ୍ରମିକଙ୍କ ରାଜ୍ୟ ବାହାରେ ମୃତ୍ୟୁ ହୋଇଛି। କିନ୍ତୁ ବହୁ ଶ୍ରମିକ ବିନା ପଞ୍ଜୀକରଣରେ ରାଜ୍ୟ ବାହାରକୁ କାମ ପାଇଁ ଯାଉଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?