ସରକାରୀରେ ୩୫୦, ବେସରକାରୀରେ ହଜାର ହଜାର

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦଶ)କଳାହାଣ୍ଡି ଜିଲାରୁ ପ୍ରତିବର୍ଷ ହଜାର ହଜାର ଶ୍ରମିକ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି। ଚଳିତବର୍ଷ ଜିଲାରେ ମରୁଡ଼ି ଆଶଙ୍କା ଲାଗି ରହିଥିବାରୁ ଏଥର ଅଧିକ ଶ୍ରମିକ ଦାଦନମୁହାଁ ହେବେ ବୋଲି ଅନୁମାନ କରାଯାଉଛି। ପ୍ରାୟତଃ ନୂଆଁଖାଇ ପରେ ଶ୍ରମିକମାନେ ରାଜ୍ୟ ବାହାରକୁ ଯାଉଥିବାବେଳେ ଏଥର ଯଥେଷ୍ଟ ପୂର୍ବରୁ ଯିବା ଲାଗି ପ୍ରସ୍ତୁତି ଆରମ୍ଭ କରିଦେଇଥିବା ଜଣାଯାଇଛି। ଅନ୍ୟପକ୍ଷରେ ଶ୍ରମ ବିଭାଗ ପାଖରେ ଦାଦନ ଶ୍ରମିକଙ୍କ ତଥ୍ୟ ନ ଥିବାବେଳେ ଦାଦନ ରୋକିବା ଦିଗରେ ଆନ୍ତରିକତା ପ୍ରକାଶ ପାଉ ନ ଥିବା ଅଭିଯୋଗ ହୋଇଛି। ବିନା ପଞ୍ଜୀକରଣରେ ଶ୍ରମିକମାନେ ରାଜ୍ୟ ବାହାରକୁ ଯାଉଥିବାରୁ କୌଣସି ଅଘଟଣ ଘଟିଲେ ସରକାରୀ ସହାୟତା ମିଳିବା ନେଇ ଅନିଶ୍ଚିତତା ଦେଖାଦେଉଛି।
ପ୍ରକାଶ ଯେ, ପ୍ରତିବର୍ଷ ନୂଆଁଖାଇ ପୂର୍ବରୁ ଶ୍ରମିକମାନେ କମ୍ପାନୀ ମାଲିକଙ୍କଠାରୁ ଅଗ୍ରିମ ଟଙ୍କା ଆଣି ରୋଜଗାର ପାଇଁ ରାଜ୍ୟ ବାହାରକୁ ଯିବାକୁ ବାଧ୍ୟ ହେଉଛନ୍ତି। ଗତ କରୋନା ସମୟରେ ଭିଟାମାଟିକୁ ଫେରିଥିବା ଶ୍ରମିକମାନେ ଜିଲାରେ କାମ ଧନ୍ଦା ନ ପାଇ ପୁଣି ଦାଦନମୁହାଁ ହୋଇଥିଲେ। ଜିଲାରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ ବିଳମ୍ବରେ ପ୍ରାପ୍ୟ ପାଉଥିବା ଯୋଗୁ ଶ୍ରମିକମାନେ ଏହି କାର୍ଯ୍ୟ ପାଇଁ ମୁହଁ ଫେରାଉଥିବା ଦେଖିବାକୁ ମିଳୁଛି। ଅଧିକ ରୋଜଗାର ଆଶାରେ ଦାଦନ ଖଟିବାକୁ ଯାଉଥିବା ଶ୍ରମିକମାନେ ଅନେକ ସମୟରେ ନିର୍ଯାତନାର ଶିକାର ହେବା ସହ ଏପରିକି ମୃତ୍ୟୁର ଶିକାର ମଧ୍ୟ ହେଉଛନ୍ତି। ନିର୍ମାଣ ଶ୍ରମିକମାନେ ପଞ୍ଜୀକରଣ ପାଇଁ ଶ୍ରମ ବିଭାଗ କାର୍ଯ୍ୟାଳୟକୁ ଗଲେ ହଇରାଣ ହରକତ ହେଉଥିବା ଅଭିଯୋଗ ହେଉଛି। ବର୍ଷ ବର୍ଷ ଧରି ଏଭଳି ଚାଲିଥିବାରୁ ଦାଦନ ଚାଲାଣକୁ ରୋକିବାରେ ଜିଲା ପ୍ରଶାସନ ବିଫଳ ହୋଇଛନ୍ତି। ବିଭିନ୍ନ ସ୍ଥାନରେ ଶ୍ରମିକ ରାଶନ କାର୍ଡକୁ ମଧ୍ୟ ବନ୍ଧା ପକାଇ ଦାଦନ ଖଟିବାକୁ ଯାଉଥିବା ଦେଖାଯାଉଛି। ସରକାରୀ ତଥ୍ୟ ଅନୁସାରେ, କଳାହାଣ୍ଡି ଜିଲାରେ ୨୦୨୩-୨୪ ସୁଦ୍ଧା ୪୯୨୮୬୫ଟି ମନରେଗା ଜବକାର୍ଡଧାରୀ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨୦୨୨-୨୩ ମସିହାରେ ୨୧ ହଜାର ୭୪୦୮ଟି କାର୍ଡରେ ଓ ୨୦୨୩-୨୪ମସିହାରେ ୨,୧୯,୨୫୦ ଜବକାର୍ଡରେ କାମ ହୋଇଛି। ଯୋଜନାରେ ବାଟମାରଣା ଯୋଗୁଁ ଠିକାଦାର ମାଲାମାଲ ହେଉଥିବା ବେଳେ ପ୍ରକୃତ ଶ୍ରମିକ ରାଜ୍ୟ ବାହାରେ ଦାଦନ ଖଟୁଛନ୍ତି। ଏ ସମ୍ପର୍କରେ ଜିଲା ଶ୍ରମ ଅଧିକାରୀ ସୁବାସ ଚନ୍ଦ୍ର ମଣ୍ଡଳଙ୍କୁ ପଚାରିବାରୁ ସେ କହିଲେ, ଜିଲାରେ ୩୫୦ରୁ ଅଧିକ ଦାଦନ ପଞ୍ଜୀକରଣ ହୋଇ ରାଜ୍ୟ ବାହାରକୁ କାମ କରିବାକୁ ଯାଇଛନ୍ତି। ଗତ ଏକ ବର୍ଷ ମଧ୍ୟରେ ପ୍ରାୟ ୧୨ ଜଣ ଦାଦନ ଶ୍ରମିକଙ୍କ ରାଜ୍ୟ ବାହାରେ ମୃତ୍ୟୁ ହୋଇଛି। କିନ୍ତୁ ବହୁ ଶ୍ରମିକ ବିନା ପଞ୍ଜୀକରଣରେ ରାଜ୍ୟ ବାହାରକୁ କାମ ପାଇଁ ଯାଉଛନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri