ଜନ୍ମବେଦି ଯିବେ ଦାରୁଦିଅଁ

ପୁରୀ ଅଫିସ,୪ା୭: ସିଂହଦ୍ୱାରରେ ତିନିରଥ। ଭକ୍ତମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ଅପେକ୍ଷା କେବଳ କେତେବେଳେ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ଦାରୁଦିଅଁ। ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ପାଇବେ ମହାପ୍ରଭୁଙ୍କ ଦୁର୍ଲଭ ଦର୍ଶନ। ଦାରୁବ୍ରହ୍ମଙ୍କ ସ୍ପର୍ଶରେ ରଥ, ପଥ ହେବ ବ୍ରହ୍ମମୟ। ସଭିଏଁ ହେବେ ଏକାକାର। ଆଉ ରଥାରୂଢ ହୋଇ ଜନ୍ମବେଦି ଯିବେ ଚତୁର୍ଦ୍ଧାବିଗ୍ରହ।
ଗୁରୁବାର ଆଷାଢ ଶୁକ୍ଳ ଦ୍ୱିତୀୟାରେ ରଥାରୂଢ ହୋଇ ଦାରୁଦିଅଁ ଯିବେ ଗୁଣ୍ଡିଚା ମନ୍ଦିର। ଅଣସର ପରେ ନବଯୌବନ ଦର୍ଶନ ଦେଇ ନବଦିନାତ୍ମକ ଯାତ୍ରାରେ ଯିବା ଲାଗି ପ୍ରସ୍ତୁତ ହେଉଛନ୍ତି ମହାବାହୁ। ଏଥିପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି। ବୁଧବାର ସକାଳ ୭ଟା ୩୫ରେ ମଙ୍ଗଳ ଆଳତି ପରେ ଅନ୍ୟାନ୍ୟ ନୀତି ହୋଇଥିଲା। ରଥଖଳାରୁ ତିନିରଥଙ୍କୁ ସିଂହଦ୍ୱାର ଆଣିବା ପାଇଁ ପୂର୍ବାହ୍ନ ସାଢ଼େ ୧୧ଟାରେ ମହାପ୍ରଭୁଙ୍କ ଆଜ୍ଞାମାଳ ବିଜେ ହେବାକୁ ନୀତିନିର୍ଘଣ୍ଟ ହୋଇଥିଲା। ଠିକ୍‌ ସମୟରେ ଆଜ୍ଞାମାଳ ରଥଖଳାରେ ପହଞ୍ଚତ୍ଥିଲା। ପ୍ରଥମେ ବଡ଼ଠାକୁର, ପରେ ଜଗନ୍ନାଥ ଓ ଶେଷରେ ସୁଭଦ୍ରାଙ୍କ ରଥରେ ଆଜ୍ଞାମାଳ ବିଜେ ହୋଇଥିଲା। ଏହାପରେ ମଧ୍ୟାହ୍ନ ୧୨ଟା ୩୬ରେ ରଥଖଳାରୁ ସିଂହଦ୍ୱାର ଅଭିମୁଖେ ରଥଟଣା ଆରମ୍ଭ ହୋଇଥିଲା। ପରମ୍ପରା ଅନୁଯାୟୀ ପ୍ରଥମେ ନନ୍ଦିଘୋଷ, ପରେ ଦର୍ପଦଳନ ଏବଂ ଶେଷରେ ତାଳଧ୍ୱଜ ରଥ ସିଂହଦ୍ୱାରରେ ଲାଗିଥିଲା। ଏହାପରେ ତିନିରଥକୁ ଫୁଲରେ ସଜ୍ଜିତ କରାଯାଇଥିବାବେଳେ ରାତିରେ ଚାର ବନ୍ଧା ଯାଇ ରଥ ଉପରକୁ ସାରଥିଙ୍କୁ ନିଆଯାଇଥିଲା।
ସେପଟେ ଶ୍ରୀମନ୍ଦିରରେ ଚତୁର୍ଦ୍ଧାବିଗ୍ରହଙ୍କ ପହୁଡ ଆଳତି ସରିବା ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷା ଲାଗି ବାହୁଟକଣ୍ଟ ଏବଂ ସେନାପଟା ଲାଗି କରିଥିଲେ। ଗୁରୁବାର ସକାଳ ୯ଟାରେ ରଥ ପ୍ରତିଷ୍ଠା ପରେ ମଙ୍ଗଳାର୍ପଣ ହୋଇ ୯ଟା ୩୦ରେ ପହଣ୍ଡି ଆରମ୍ଭ ହେବ। ମଧ୍ୟାହ୍ନ ୧୨ଟା ୩୦ରେ ରଥକୁ ମଦନମୋହନ ବିଜେ କରିବେ। ଅପରାହ୍ନ ୨ଟାରୁ ୩ଟା ମଧ୍ୟରେ ଛେରାପହଁରା ନୀତି ବଢ଼ି ୪ଟା ସୁଦ୍ଧା ରଥଟଣା ଆରମ୍ଭ ଲାଗି ନୀତିନିର୍ଘଣ୍ଟ ହୋଇଛି।


All Right Reserved By Dharitri.Com

ସୋଲାର ମାଧ୍ୟମରେ ଗ୍ରାମକୁ ହେବ ଜଳ ଯୋଗାଣ

ବଇଣ୍ଡା,୧୨।୬(ଡି.ଏନ.ଏ.): ଗ୍ରାମାଞ୍ଚଳ ଓ ଜଙ୍ଗଲ ଅଧ୍ୟୁଷିତ ଅଞ୍ଚଳରେ ବସବାସ କରୁଥିବା ଲୋକେ ପାନୀୟ ଜଳ ପାଇଁ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ଗ୍ରୀଷ୍ମଋତୁରେ ଏହି ସମସ୍ୟା...

ନକଲି ସାର୍ଟିଫିକେଟ୍‌ରେ ଶିକ୍ଷକତା

ଭଦ୍ରକ ଅଫିସ, ୧୯।୧୧- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଅଁା ନିକଟସ୍ଥ ସୁଦର୍ଶନପୁର ଅଞ୍ଚଳର ଜଣେ ଯୁବକ ନକଲି ସାର୍ଟିଫିକେଟ ଦେଇ ୮ ବର୍ଷ ଧରି...

ତୃତୀୟ ରାଉଣ୍ଡ ସୁଦ୍ଧା ଜୁନାଗଡ଼ରେ ବିଜେଡି ଆଗୁଆ

ଭବାନୀପାଟଣା,୨୩।୫: ତୃତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଜୁନାଗଡ଼ ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ଦିବ୍ୟଶଙ୍କର ମିଶ୍ର ଆଗୁଆ ଅଛନ୍ତି। ଦିବ୍ୟଶଙ୍କର ୪୫୫୬ ଭୋଟ ପାଇଥିବାବେଳେ...

୫ରୁ ମିଶନ ଶକ୍ତି ମେଳା

ଭୁବନେଶ୍ୱର, ୪ା୧୨(ବ୍ୟୁରୋ):ମିଶନ ଶକ୍ତି ନିର୍ଦ୍ଦେଶାଳୟ, ମହିଳା ଓ ଶିଶୁ ବିକାଶ ଏବଂ ମିଶନ୍‌ ଶକ୍ତି ବିଭାଗ ପକ୍ଷରୁ ରାଜ୍ୟରେ ପ୍ରଥମ ଥର ପାଇଁ ଆସନ୍ତା ୫ତାରିଖରୁ...

ତୋରଣରେ ଷ୍ଟାଚ୍ୟୁ ଅଫ ଲିବର୍ଟି

କଟକ ଅଫିସ,୧।୧୦: ଶାରଦୀୟ ପୂଜା ପାଇଁ ଚଳଚଞ୍ଚଳ ହୋଇଛି କଟକର ବିଭିନ୍ନ ପୂଜା ମଣ୍ଡପ। ଦଶହରା ଯେତିକି ପାଖେଇ ଆସୁଛି ପୂଜା ମଣ୍ଡପ କର୍ମକର୍ତ୍ତାଙ୍କ ମଧ୍ୟରେ...

ଛାତ୍ରୀଙ୍କୁ ଅସଦାଚରଣ ନେଇ ଉତ୍ତେଜନା: ଚାନ୍ଦପୁର ମହିଳା କଲେଜ ଅଶାନ୍ତ, ଫାଟକ ସମ୍ମୁଖରେ ଧାରଣା ଦେଲେ ଛାତ୍ରୀ

ରଣପୁର,୨୭ା୭ (ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟରେ ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିବା ନେଇ...

ଅଫିସରଙ୍କ ବେଖାତିରକୁ ନେଇ ପ୍ରଶ୍ନ: ବିଧାନସଭାରେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କଲେ ମୋହନ

ଭୁବନେଶ୍ୱର, ୧୨।୭(ବ୍ୟୁରୋ): ଅଫିସର ଆମକୁ ଖାତିର କରୁ ନାହାନ୍ତି। ବସିବା ପାଇଁ ଚେୟାର ଖଣ୍ଡେ ଦେଉନାହାନ୍ତି। ଆମେ କିଛି ପଚାରିଲେ ସେମାନେ ସିଟ୍‌ରୁ ଉଠୁନାହାନ୍ତି। ମୁଁ...

ଓଡ଼ିଶା ପର୍ଯ୍ୟଟନରେ ନୂଆ ସୁଯୋଗ ‘ଇକୋ-ଟୁରିଜମ୍‌’

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ପୁରୀ, କୋଣାର୍କ, ଭୁବନେଶ୍ୱରରୁ ବାହାରି ଓଡ଼ିଶାରେ ଥିବା ଉତ୍କୃଷ୍ଟ ପରିବେଶ, ଜଙ୍ଗଲ ଓ ପ୍ରାକୃତିକ ପର୍ଯ୍ୟଟନସ୍ଥଳୀ ମାଧ୍ୟମରେ କିଭଳି ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆ...

Leave a comment

Your email address will not be published. Required fields are marked *