୨୨ ଦିନରେ ଗଲାଣି ୩୫୪ ଜୀବନ

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ) :ରାଜ୍ୟରେ ହ୍ରାସ ପାଉଥିବା ଦୈନିକ ସଂକ୍ରମଣ ଆଶ୍ୱସ୍ତି ଦେଉଥିବାବେଳେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢ଼ାଇଛି। ଅଗଷ୍ଟରେ ୩୧୫ଜଣ ଓ ସେପ୍ଟେମ୍ବରରେ ୩୫୦ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିଲା। ତେବେ ଅକ୍ଟୋବରରେ ଆହୁରି ଘାତକ ସାଜିଛି ଏହି ମହାମାରୀ। ମାତ୍ର ୨୨ ଦିନରେ ୩୫୪ଜଣଙ୍କ ଜୀବନ ନେଇଥିବାବେଳେ ବାକି ୯ଦିନରେ ୫ଶହ ପାଖାପାଖି ପହଞ୍ଚତ୍ ଯାଇଥିବ ବୋଲି ଅନୁମାନ କରାଯାଉଛି। ଶେେ ୨୪ ଘଣ୍ଟାରେ ରାଜ୍ୟରେ ୧୫ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ମୟୂରଭଞ୍ଜ ଓ ଅନୁଗୋଳରୁ ୩ଜଣ ଲେଖାଏ, ଖୋର୍ଦ୍ଧା (ଭୁବନେଶ୍ୱର), ଢେଙ୍କାନାଳ ଓ ସୁବର୍ଣ୍ଣପୁରରୁ ୨ଜଣ ଲେଖାଏ, ପୁରୀ, ସୁନ୍ଦରଗଡ଼ (ରାଉରକେଲା) ଓ କଟକରୁ ଜଣେ ଲେଖାଏ ରହିଛନ୍ତି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୧୯୬କୁ ବୃଦ୍ଧିପାଇଛି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୨୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଖୋର୍ଦ୍ଧାରୁ ୨୦୩ ଜଣ ଓ କଟକରୁ ୧୦୪ଜଣ ପ୍ରାଣ ହରାଇଛନ୍ତି। ସେହିଭଳି ରାଜ୍ୟରେ ଆଉ ୧୯୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୨୫୪ଜଣ ରହିଥିବାବେଳେ କଟକରୁ ଦ୍ୱିତୀୟ ସର୍ବାଧିକ ୧୫୦, ଅନୁଗୋଳରୁ ୧୦୬ ଓ ବାକି ଜିଲାରୁ ୧୦୦ରୁ କମ୍‌ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଆକ୍ରାନ୍ତ ସଂଖ୍ୟା ୨,୭୬,୦୯୪ରେ ପହଞ୍ଚତ୍ଛି। ବର୍ତ୍ତମାନ ୭ ଜିଲାରେ କରୋନା ସଂକ୍ରମଣ ୧୦ ହଜାରରୁ ଅଧିକ ରହିଛି। ଖୋର୍ଦ୍ଧା ଶୀର୍ଷରେ ଥିବାବେଳେ ଏହା ତଳକୁ କଟକ, ଗଞ୍ଜାମ, ପୁରୀ, ମୟୂରଭଞ୍ଜ, ଯାଜପୁର ଓ ସୁନ୍ଦରଗଡ଼ ରହିଛି। ସେହିଭଳି ମୃତ୍ୟୁ ସଂଖ୍ୟାରେ ମଧ୍ୟ ଏସବୁ ଜିଲା ଆଗରେ ରହିଛି। ମୋଟ ମୃତକଙ୍କ ମଧ୍ୟରୁ ଏହି ୭ ଜିଲାରୁ ୭୩୦ଜଣ ପ୍ରାଣ ହରାଇଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ ପୁଣି ୨,୧୨୮ଜଣ ସୁସ୍ଥ ହୋଇଥିବାରୁ ଆରୋଗ୍ୟ ସଂଖ୍ୟା ୨,୫୭,୦୪୧ ଛୁଇଁଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତଥ୍ୟରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?