ରାଜ୍ୟରେ ୩୫୬ କରୋନା ପଜିଟିଭ ଚିହ୍ନଟ: ଆଖିବୁଜିଲେ ୩

ଭୁବନେଶ୍ୱର, ୧୯।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୩୫୬ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ ଜଣ ଆଖି ବୁଜିଛନ୍ତି। ନୂଆ ପଜିଟିଭଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୮୬୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୩୫୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୯ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୭ ଲୋକାଲ କେସ୍‌ ରହିଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୪୧ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୨୯, ବାଲେଶ୍ୱରରେ ୨୬, ବରଗଡ଼ ୧୭, ଭଦ୍ରକରେ ୭, ବଲାଙ୍ଗୀରରେ ୧୦, କଟକରେ ୧୯, ଢେଙ୍କାନାଳରେ ଜଣେ, ଗଜପତିରେ ୨, ଗଞ୍ଜାମରେ ୪, ଜଗତ୍‌ସିଂହପୁରରେ ୧୩, ଯାଜପୁରରେ ୯, ଝାରସୁଗୁଡ଼ା ୬, କଳାହାଣ୍ଡିରେ ୭, କନ୍ଧମାଳରେ ଜଣେ, କେନ୍ଦ୍ରାପଡ଼ା ୯, କେନ୍ଦୁଝରରେ ୬, ମୟୂରଭଞ୍ଜରେ ୨୯, ନବରଙ୍ଗପୁରରେ ୩, ନୟାଗଡ଼ ୨, ନୂଆପଡ଼ା ୧୮, ପୁରୀରେ ୧୦, ରାୟଗଡ଼ା ୪, ସମ୍ବଲପୁରରେ ୨୫, ସୋନପୁରରେ ୧ ଓ ସୁନ୍ଦରଗଡ଼ରେ ୩୫ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ ପୁଲରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୫,୮୬୧ରେ ପହଞ୍ଚିଥିବା ବେଳେ ୩,୨୦,୯୪୭ ଜଣ ସୁସ୍ଥ ହୋଇସାରିଛନ୍ତି। ୩,୦୨୯ ଜଣ ଚିକିତ୍ସାଧୀନ ରହିଛନ୍ତି।
ସେହିପରି ୩ ମୃତକଙ୍କ ମଧ୍ୟରେ ଜଗତ୍‌ସିଂହପୁର, ପୁରୀ ଓ ନୂଆପଡ଼ାରୁ ଜଣେ ଲେଖାଏ ମୃତକ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri