ସୁନ୍ଦରଗଡ ଜିଲାରେ ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ

ସୁନ୍ଦରଗଡ,୨୦।୫(ଜୟ ନାରାୟଣ ମେଣ୍ଡୁଳି)ସାଧାରଣ ନିର୍ବାଚନ-୨୦୨୪ ପାଇଁ ଓଡ଼ିଶାରେ ଅନୁଷ୍ଠିତ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ସୋମବାର ସୁନ୍ଦରଗଡ ଜିଲାରେ ଶାନ୍ତି ଶ୍ରୁଙ୍ଖଳାର ସହ ଆରମ୍ଭ ହୋଇଛି। ଏହି ଜିଲାରେ ସୁନ୍ଦରଗଡ ଲୋକସଭା ଆସନ ସମେତ ୭ଟି ବିଧାନସଭା ଆସନ ପାଇଁ ଭୋଟ।ୟ ଗ୍ରହଣ ଚାଲିଛି। ମଧ୍ୟାହ୍ନ ୧ଟା ସୁଦ୍ଧା ୩୬.୩୨%ମତଦାନ ହୋଇଥିବା ଜିଲା ନିର୍ବାଚନ ଅଧିକାରୀଙ୍କ ସୂତ୍ରରୁ ଜଣାପଡିଛି। ଭୋଟ ଦେବା ପାଇଁ ସକାଳେ ବୁଥ୍‌ ଗୁଡିକରେ ଲମ୍ବା ଧାଡି ଦେଖିବାକୁ ମିଳିଥିଲା। ନିଜର ମତଦାନ ଅଧିକାର ସାବ୍ୟସ୍ତ କରିବା ପାଇଁ ଭୋଟରଙ୍କ ମଧ୍ୟରେ ବେଶ ଉସାହ ପ୍ରକାଶ ପାଇଛି। କେତେକ ସ୍ଥାନରେ ଇଭିଏମରେ ସାମାନ୍ୟ ତ୍ରୁଟି ପାଇଁ କିଛି ସମୟ ମତଦାନ ଅଟକି ଥିଲା ବେଳେ ପୁଣି ସ୍ବାଭାବିକ ଭାବେ ମତଦାନ ଚାଲିଛି। କେତେକ ସ୍ଥାନରେ ବହୁ ବରିଷ୍ଠ ନାଗରିକ ମାନଙ୍କ ଭୋଟର ତାଲିକା ନ ଥିବାରୂ ସେମାନେ ଭୋଟଦାନରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ସେହିପରି ଅନେକ ନୂଆ ଭୋଟରଙ୍କ ନାମ ନିର୍ଦ୍ଧାରିତ ମତଦାନ କେନ୍ଦ୍ରରେ ନ ଥିବା ବେଳେ ଅନ୍ୟ ବୁଥରେ ବାହାରି ଥିବାରୁ ସେମାନେ ଅସନ୍ତୋଷପ୍ରକାଶ କରିଥିବାବେଳେ ଅନେକ ଯୁବ ଭୋଟରଙ୍କ ନାମ ନ ଥିବାରୁ ନିରାଶ ହୋଇ ବୁଥରୁ ଫେରୁଥିବା ଦେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଆମେ ଭାରତ ବିପକ୍ଷରେ ବିଶ୍ବକପ୍ ଖେଳିବୁ ନାହିଁ..ବୟକଟ ନିଷ୍ପତ୍ତିକୁ ଦୋହରାଇଲେ ଶେହବାଜ ଶରିଫ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ ବୁଧବାର ଦିନ ଭାରତ ବିପକ୍ଷରେ ଟି-୨୦ ବିଶ୍ୱକପ୍ ମ୍ୟାଚ୍ ବର୍ଜନ କରିବାର ଦେଶର ନିଷ୍ପତ୍ତିକୁ ଦୋହରାଇଛନ୍ତି । ସେ କହିଛନ୍ତି…

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri