୧୯ ପଦବୀ ପାଇଁ ମଇଦାନରେ ୩୬ ପ୍ରାର୍ଥୀ

ବାଲେଶ୍ୱର,୨୯ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ପୂର୍ବାହ୍ନ ୭ଟା ୩୦ରୁ ଆରମ୍ଭ ହୋଇଛି। ଚଳିତ ନିର୍ବାଚନରେ ୧୯ ପଦବୀ ପାଇଁ ୩୬ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ ପାଇଁ କେଶବ କୁମାର ଆଚାର୍ଯ୍ୟ, ମନୋଜ କୁମାର ନାୟକ ଏବଂ ନାରାୟଣ ଚନ୍ଦ୍ର ସାହୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ଉପ-ସଭାପତି ପଦବୀରେ ଜିତେନ୍ଦ୍ର କୁମାର ଉପାଧ୍ୟାୟ ଓ ରଣଜିତ ପଣ୍ଡା, ସମ୍ପାଦକ ପଦବୀ ପାଇଁ ଦୀପକ କୁମାର ଦାଶ, ପ୍ରତାପ ଚନ୍ଦ୍ର ମହାନ୍ତି, ସମ୍ବିତ କୁମାର ନନ୍ଦୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଦୁଇଟି ସହ-ସମ୍ପାଦକ ପଦବୀ ପାଇଁ ଅଜୟ କୁମାର ବାରିକ, ଚନ୍ଦ୍ରକାନ୍ତ ଜେନା, ପିନାକୀ ଧୀର, ରୀତାଞ୍ଜଳି ନନ୍ଦ, ସୌରୀ ଶଙ୍କର ପରି କୋଷାଧ୍ୟକ୍ଷ ପାଇଁ ନିଶାନ୍ତ ପଟ୍ଟନାୟକ ଓ ରାଧାବଲ୍ଲଭ ଦାଶ, ସହ-କୋଷାଧ୍ୟକ୍ଷ ପାଇଁ ବରେନ୍ଦ୍ର ସେଠୀ, ମହମ୍ମଦ ଇସଲାମ ପ୍ରାର୍ଥୀ ଭାବେ ଲଢୁଛନ୍ତି। ସେହିପରି ୧୨ଜଣ ଏକ୍‌ଜିକ୍ୟୁଟିଭ୍‌ ମେମ୍ବର ପଦବୀ ନିମନ୍ତେ ୧୯ଜଣ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି । ମୋଟ୍‌ ୧୪୬୮ ଭୋଟର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ।

ଶନିବାର ପୂର୍ବାହ୍ନ ୭ଟା ୩୦ରୁ ଭୋଟିଂ ଆରମ୍ଭ ହୋଇ ଅପରାହ୍ନ ୩ଟାରେ ଶେଷ ହେବ। ଭୋଟିଂ ପରେ ଗଣତି ଆରମ୍ଭ ହୋଇ ଫଳାଫଳ ପ୍ରକାଶିତ ହେବ। ନିର୍ବାଚନ ଅଧିକାରୀଙ୍କ ସମେତ ୧୮ଜଣ ସହ ନିର୍ବାଚନ ଅଧିକାରୀ ନିର୍ବାଚନ ପରିଚାଳନା କରିବେ ବୋଲି ନିର୍ବାଚନ ଅଧିକାରୀ କାର୍ତ୍ତିକ ଚନ୍ଦ୍ର ସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

କଙ୍କଡ଼ା ଧରୁଥିଲେ ମଦନ, ମାଡ଼ିବସିଲା କୁମ୍ଭୀର: ଆଉ ତା’ପରେ…

ରାଜନଗର, ୨୮।୯ (ଭାସ୍କର ରାଉତରାୟ): କଙ୍କଡ଼ା ଧରୁଥିବା ବେଳେ ଜଣେ ବୃଦ୍ଧଙ୍କୁ ମାଡ଼ି ବସିଲା ବିରାଟକାୟ କୁମ୍ଭୀର। କୁମ୍ଭୀର ଆକ୍ରମଣରେ ତାଙ୍କ ଡାହାଣ ଗୋଡ଼ ଗୁରୁତର ଭାବେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?