ଜମିରୁ ୩୬ ଘନଫୁଟ ଶାଗୁଆନ କାଠ ଜବତ: ଆନୁମାନିକ ମୂଲ୍ୟ ହେବ…

ଭଞ୍ଜନଗର, ୨୦।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କେନ୍ଦ୍ରୀୟ ବନାଞ୍ଚଳର ପାଲାସପଲ୍ଲୀ ଗାଁ ନିକଟସ୍ଥ ଏକ ଜମିରୁ ପ୍ରାୟ ୩୬ ଘନଫୁଟ ଶାଗୁଆନ କାଠ ଜବତ କରାଯାଇଛି। ଗୁରୁବାର ସକାଳେ ବନବିଭାଗର ଏକ ଟିମ ଚଢ଼ାଉ କରି ଏହି କାଠ ଜବତ କରିଥିବା ଜଣାପଡ଼ିଛି। ଜବତ କାଠର ଆନୁମାନିକ ମୂଲ୍ୟ ୫୦ ହଜାର ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ବନବିଭାଗ ପକ୍ଷରୁ ଜଣାପଡ଼ିଛି।

ସୂଚନାନୁଯାୟୀ, ଜଙ୍ଗଲଜାତ ଦ୍ରବ୍ୟ ବେଆଇନ ଭାବେ ମହଜୁଦ ରଖାଯାଇଥିବା ନେଇ ବନବିଭାଗକୁ ବିଶ୍ୱସନୀୟ ସୂଚନା ମିଳିଥିଲା। ଏହାପରେ ଡିଏଫଓ ହିମାଂଶୁ ଶେଖର ମହାନ୍ତି ରେଞ୍ଜର ପୃଥିବୀରାଜ ପ୍ରଧାନଙ୍କୁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଡି ଏଫ ଓ ଙ୍କ ନିର୍ଦ୍ଦେଶକ୍ରମେ ବିଭିନ୍ନ ସେକ୍ସନର ବନ କର୍ମଚାରୀମାନେ ଏକତ୍ରିତ ହୋଇ ସୂଚନା ମିଳିଥିବା ସ୍ଥାନରେ ଚଢ଼ାଉ କରିଥିଲେ। ଚଢ଼ାଉ ସମୟରେ ପ୍ରାୟ ୩୬ ଘନଫୁଟ ଶାଗୁଆନ କାଠ ମିଳିବା ପରେ ତାହାକୁ ଜବତ କରାଯାଇଛି।
ଏତେ ପରିମାଣର ଶାଗୁଆନ କାଠ ଉକ୍ତ ସ୍ଥାନକୁ କେଉଁଠାରୁ ଆସିଲା, ତାହାକୁ ନେଇ ପ୍ରଶ୍ନ ଉଠିଛି। ଗାଙ୍ଗପୁର ସେକ୍ସନ ଅଧୀନରେ ସଂରକ୍ଷିତ ଶାଗୁଆନ ଜଙ୍ଗଲ ଥିବାରୁ ସେଠାରୁ କାଠ ଚୋରି ହୋଇଥାଇପାରେ ବୋଲି ଆଶଙ୍କା ପ୍ରକାଶ ପାଇଛି। ଏଥିପାଇଁ ବୁଢ଼ାକେନ୍ଦୁ ଜଙ୍ଗଲ ଅଞ୍ଚଳରେ ଯାଞ୍ଚ ଓ ପାଟ୍ରୋଲିଂକୁ ଅଧିକ କଡ଼ାକଡ଼ି କରିବାକୁ ଦାବି ହୋଇଛି।
ଅନ୍ୟପକ୍ଷରେ, ଏହି ବେଆଇନ କାର୍ଯ୍ୟରେ କେଉଁମାନେ ସମ୍ପୃକ୍ତ ଅଛନ୍ତି, ସେନେଇ ବନବିଭାଗ ପକ୍ଷରୁ ତଦନ୍ତ ଜାରି ରହିଛି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚିହ୍ନଟ କରିବା ସହ ଧରିବା ପାଇଁ ତଦନ୍ତକାରୀ ଟିମ ପ୍ରୟାସ ଜାରି ରଖିଛି। ଏନେଇ ବନବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ଘଟଣାର ଅଧିକ ତଦନ୍ତ ଚାଲିଛି। ଘଟଣାରେ ଏପର୍ଯ୍ୟନ୍ତ କାହାରିକୁ ଗିରଫ କରାଯାଇନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

ଛାତ୍ର ସଂସଦ ନିର୍ବାଚନ ଘୋଷଣା: ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଉତ୍ସବର ମାହୋଲ

ଭବାନୀପାଟଣା, ୫।୧୦ (ଉତ୍ତମ କୁମାର ଦାଶ): ଦୀର୍ଘ ୮ ବର୍ଷର ଅପେକ୍ଷାର ଅନ୍ତ ଘଟାଇ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଆନୁଷ୍ଠାନିକ ଘୋଷଣା ହେବା ପରେ…

ମୋବାଇଲ୍‌ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…

ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…

ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍‌ ଚଢ଼ାଉ କରି…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ        

ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…

ଓଡ଼ିଶା ଆସୁଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

କୋରାପୁଟ,୫।୧୦(ଅମିତାଭ ବେହେରା): ମଙ୍ଗଳବାର କୋରାପୁଟ ଜିଲାର ସୁନାବେଡ଼ା ଗସ୍ତରେ ଆସିବେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ତାଙ୍କ ସହ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

‘ଅ’ ମହୋତ୍ସବ-୨୦୨୬: ରାଜ୍ୟସ୍ତରୀୟ କବିତା..

କେସିଙ୍ଗା, ୫/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡିର ଚର୍ଚ୍ଚିତ ସାହିତ୍ୟ ଅନୁଷ୍ଠାନ ‘ଅ’ ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ, କଳାହାଣ୍ଡିର ଷଷ୍ଠ ବାର୍ଷିକ ମହୋତ୍ସବ ‘ଅ’ ମହୋତ୍ସବ-୨୦୨୬ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?