Posted inରାଜ୍ୟ

ଜଳ ସମ୍ପଦ ବିଭାଗରେ ଯୋଗଦେଲେ ୩୬ ଭୂବିଜ୍ଞାନୀ

ଭୁବନେଶ୍ୱର,୫।୪(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ୩୬ ଜଣ ଭୂବିଜ୍ଞାନୀଙ୍କୁ ଗୀତଗୋବିନ୍ଦ ସଦନରେ ଆୟୋଜିତ ବୈଠକରେ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ସମସ୍ତେ ଜଳ ସମ୍ପଦ ବିଭାଗ ଅଧୀନ ଭୂତଳ ଜଳ ବିଭାଗରେ କାମ କରିବେ। ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଓ ଜଳ ସମ୍ପଦ ବିଭାଗର ପଦାଧିକାରୀ ନୂତନ କର୍ମଚାରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିଛନ୍ତି। ଆଗକୁ ଭୂତଳ ଜଳ ସଂରକ୍ଷଣ ଦିଗରେ ସେମାନେ କାମ କରିବେ। ଜଳ ସମ୍ପଦ ମନ୍ତ୍ରୀ ଆତ୍ମବିଶ୍ବାସ ସହ କାମ କରିବାକୁ ଭୂବିଜ୍ଞାନୀମାନଙ୍କୁ ପରାମର୍ଶ ଦେଇଛନ୍ତି। ଚଳିତ ବଜେଟରେ ଜଳ ସମ୍ପଦ ବିଭାଗ ପାଇଁ ୧୧ହଜାର କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ୫-ଟି ଅଧୀନରେ କାମ କରି ମିଳିମିଶି ସରକାରଙ୍କ ଯୋଜନାକୁ ସଫଳ କରିବାକୁ ସେ ଦିଗ୍‌ଦର୍ଶନ ଦେଇଛନ୍ତି। ବର୍ତ୍ତମାନ ଭୂତଳ ଜଳ ଉତ୍ତୋଳନରେ ଜାତୀୟ ହାରଠାରୁ ଓଡ଼ିଶାର ହାର ଭଲ ରହିଛି।
ଆଗାମୀ ପିଢ଼ି ପାଇଁ ଜଳ ସଂରକ୍ଷଣ ଦିଗରେ ସଚେତନ ରହିବାକୁ ପଡ଼ିବ। ଏହି ଅବସରରେ ସଚେତନତା ରଥର ଉଦ୍‌ଘାଟନ କରାଯାଇଛି। ସେହିପରି ଛାତ ଯୋଜନାର ସ୍ବତନ୍ତ୍ର ଆପ୍‌ ଗେସ ମଧ୍ୟ ଲୋକାର୍ପଣ କରାଯାଇଛି। ନିଜ ଦାୟିତ୍ୱରେ ଅବହେଳା ନ କରି ଭଲ ଭାବେ କାମ କରିବାକୁ ନବନିଯୁକ୍ତ ଭୂବିଜ୍ଞାନୀଙ୍କୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପରାମର୍ଶ ଦେଇଛନ୍ତି। ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଦେବେ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

୮ ତାରିଖ ଯାଏ ଛେଚିବ: ଆସନ୍ତାକାଲି ପାଇଁ ଏହି ୧୨ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା! ୱାର୍ନିଂ ଜାରି କଲା…

ଭୁବନେଶ୍ୱର,୩।୪: ରାଜ୍ୟରେ ୮ ତାରିଖ ଯାଏ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଜାରି କରିଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଆସନ୍ତାକାଲି ପାଇଁ ୧୨…

ଗାଁ ରେ ମା ’ ବୁଢ଼ୀ ଠାକୁରାଣୀ ଯାତ୍ରା: ଏପଟେ ତାଲାଭାଙ୍ଗି ନେଇଗଲେ ସୁନା,ରୁପା ଅଳଙ୍କାର

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ କଳାକନା…

ବାଣ ତିଆରି ବେଳେ ଭୟଙ୍କର ବିସ୍ଫୋରଣ: ୬ ଗୁରୁତର

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ସାହୁ): ନୟାଗଡ଼ ଜିଲା ନୂଆଗାଁ ଥାନା ଅଞ୍ଚଳରେ ବାଣ ତିଆରି କରୁଥିବା ବେଳେ ଶୁକ୍ରବାର ଏକ ଭୟଙ୍କର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ଜଣ ୬…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri