Posted inରାଜ୍ୟ

କଟକରେ ୩୬ ଘଣ୍ଟାଟିଆ କର୍ଫ୍ୟୁ ଲାଗୁ, ଶାନ୍ତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

କଟକ,୬।୧୦: କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରକବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ କମିଶନର ଏସ. ଦେବଦତ୍ତ ସିଂ ରବିବାର ରାତି ୧୦ଟାରୁ ୩୬ ଘଣ୍ଟିଆ କର୍ଫ୍ୟୁ ଘୋଷଣା କରିଛନ୍ତି। ଏହି କର୍ଫ୍ୟୁ ଦରଘା ବଜାର ସମେତ ୧୩ଟି ଥାନା ଅଞ୍ଚଳରେ ଲାଗୁ ହେବ, ଯାହା ମଙ୍ଗଳାବାଗ, କ୍ୟାଣ୍ଟନମେଣ୍ଟ, ପୁରୀଘାଟ, ଲାଲବାଗ, ବିଡ଼ାନାସୀ, ମର୍କତନଗର, ସିଡିଏ ଫେଜ-୨, ମାଲଗୋଦାମ, ବାଦାମବାଡ଼ି, ଜଗତପୁର, ବୟାଳିଶ ମୌଜା ଓ ସଦର ଥାନା ଅଞ୍ଚଳକୁ ଅନ୍ତର୍ଭୁକ୍ତ କରୁଛି। ଏହି ସମୟରେ କଟକରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅପିଲ କରିଛନ୍ତି। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର, ହେଲେ କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି। ତେବେ କଟକର ଗୌରବକୁ ଅକ୍ଷୂଣ୍ଣ ରଖିବା ପାଇଁ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri