କଟକରେ ୩୬ ଘଣ୍ଟା କର୍ଫ୍ୟୁ: ଏସବୁ ଅଞ୍ଚଳରେ କଟକଣା

କଟକ,୫ା୧୦: କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ କମିଶନର ଏସ୍‌. ଦେବଦତ୍ତ ସିଂ ରବିବାର ରାତି ୧୦ଟାରୁ ୩୬ ଘଣ୍ଟିଆ କର୍ଫ୍ୟୁ ଘୋଷଣା କରିଛନ୍ତି। ଏହି କର୍ଫ୍ୟୁ ଦରଘା ବଜାର ସମେତ ୧୩ଟି ଥାନା ଅଞ୍ଚଳରେ ଲାଗୁ ହେବ, ଯାହା ମଙ୍ଗଳାବାଗ, କ୍ୟାଣ୍ଟନମେଣ୍ଟ, ପୁରୀଘାଟ, ଲାଲବାଗ, ବିଡ଼ାନାସୀ, ମର୍କତନଗର, ସିଡିଏ ଫେଜ୍‌-୨, ମାଲଗୋଦାମ, ବାଦାମବାଡ଼ି, ଜଗତପୁର, ବୟାଳିଶ ମୌଜା ଓ ସଦର ଥାନା ଅଞ୍ଚଳକୁ ଅନ୍ତର୍ଭୁକ୍ତ କରୁଛି।

ପୋଲିସ କମିଶନର ସିଂ ସ୍ପଷ୍ଟ କରିଛନ୍ତି ଯେ, ଏହି କର୍ଫ୍ୟୁ ସମୟରେ ସରକାରୀ ଅଫିସ, ଜରୁରୀ ସେବା ଓ ସ୍କୁଲଗୁଡ଼ିକ ଖୋଲା ରହିବ, କିନ୍ତୁ ଅନ୍ୟ ସମସ୍ତ ଗତିବିଧି ଉପରେ କଡ଼ା କଟକଣା ଲାଗୁ ହେବ। ସେ ଚେତାବନୀ ଦେଇ କହିଛନ୍ତି, “ଉପଦ୍ରବକାରୀଙ୍କୁ କୌଣସି ଭାବେ ବରଦାସ୍ତ କରାଯିବ ନାହିଁ। ଯେକୌଣସି ଉପଦ୍ରବ କଲେ ତୁରନ୍ତ ବଳ ପ୍ରୟୋଗ ସହ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ।”

ଶୁକ୍ରବାର ରାତିରେ ଦରଘା ବଜାର ନିକଟ ହାଥୀ ପୋଖରୀ ଅଞ୍ଚଳରେ ଜହନ୍ଜୀରି ମଙ୍ଗଳା ଭଗବତ ପୂଜା କମିଟିର ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଉଚ୍ଚ ଶବ୍ଦରେ ସଙ୍ଗୀତକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ସହ ବିବାଦ ହୋଇଥିଲା, ଯାହା ହିଂସାରେ ପରିଣତ ହୋଇଥିଲା। ଏହି ଘଟଣାରେ ପଥର, କାଚ ବୋତଲ ଓ ଅନ୍ୟ ହଥିଆର ବ୍ୟବହାର ହୋଇଥିଲା, ଯେଉଁଥିରେ ହୋଇଥିବା ବେଳେ ଦରଘା ବଜାର ଥାନାର ଆଇଆଇସି ସମେତ ୬ ଜଣ ଆହତ ହୋଇଥିଲେ। ପୋଲିସ ଲାଠିଚାର୍ଜ ଓ ଟିଅର ଗ୍ୟାସ ପ୍ରୟୋଗ କରି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା। ଏହା ପରେ ରବିବାର ବଜ୍ରବାଟି ରୋଡ଼ରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ଓ ଅନ୍ୟ ହିନ୍ଦୁ ସଂଗଠନମାନଙ୍କ ଦ୍ୱାରା ହିଂସା ବିରୋଧରେ ଆୟୋଜିତ ଶୋଭାଯାତ୍ରାକୁ ପୋଲିସ ଅଟକାଇବାରୁ ବିକ୍ଷୋଭକାରୀମାନେ ନେତାଜୀ ସୁବାଷ ବୋଷ ଆର୍କେଡ଼ ସପିଂ ମଲ ଓ ଗୌରୀଶଙ୍କର ପାର୍କ ନିକଟରେ ଉଠା ଦୋକାନଗୁଡ଼ିକରେ ଭଙ୍ଗାରୁଜା ଓ ନିଆଁ ଲଗାଇଥିଲେ। କିଛି ଗାଡ଼ି ମଧ୍ୟ କ୍ଷତିଗ୍ରସ୍ତ ହୋଇଥିଲା।

ଏହି ଉତ୍ତେଜନା ଓ ବିଶୃଙ୍ଖଳାକୁ ନିୟନ୍ତ୍ରଣ କରିବା ପାଇଁ ପୋଲିସ କମିଶନରେଟ ତିନୋଟି ସ୍ପେଶାଲ ଟିମ୍‌ ଗଠନ କରିଛି, ଯେଉଁମାନେ ଉପଦ୍ରବକାରୀଙ୍କୁ ଚିହ୍ନଟ ଓ ଗିରଫ କରିବେ। ଏହା ସହ ସହରର ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଭିଏଚ୍‌ପି ଏହି ଘଟଣା ପାଇଁ ପୋଲିସ ଓ ଜିଲା ପ୍ରଶାସନକୁ ଦାୟୀ କରି ଡିସିପି ଓ ଜିଲ୍ଲାପାଳଙ୍କ ବଦଳି ଦାବି କରିଛି। ସେମାନେ ସୋମବାର ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଉଦ୍‌ବେଗ ପ୍ରକାଶ କରି ସମସ୍ତଙ୍କୁ ଶାନ୍ତି ଓ ଭାଇଚାରା ବଜାୟ ରଖିବାକୁ ଅପିଲ କରିଛନ୍ତି। ସେ କହିଛନ୍ତି, “କଟକ ଭାଇଚାରାର ଅନନ୍ୟ ନିଦର୍ଶନ। କେତେକ ଉପଦ୍ରବକାରୀଙ୍କ ଯୋଗୁଁ ସହରର ଶାନ୍ତି ଓ ଗୌରବ ନଷ୍ଟ ହେଉଛି। ସରକାର ଏମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବ।” ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଶାନ୍ତି ରକ୍ଷା ପାଇଁ ଅନୁରୋଧ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମନ୍ତ୍ରୀଙ୍କ ବଡ଼ ଘୋଷଣା: ହଟିବ ଡିଜେଲ ଚାଳିତ ଆମ୍‌ ବସ

ଭୁବନେଶ୍ୱର,୨୧।୧: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ଡିଜେଲ ଚାଳିତ ‘ଆମ୍‌ ବସ୍‌’...

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri