ବାସହରା ହେବେ ୩୬ ଲକ୍ଷ ଆମେରିକୀୟ

ଓ୍ବାଶିଂଟନ, ୨।୮: ଆମେରିକାରେ ଘରଭଡ଼ା ନେଇ ରହୁଥିବା ପ୍ରାୟ ୩୬ ଲକ୍ଷ ଲୋକ ଏଣିକି ବାସହରା ହୋଇପାରନ୍ତି। କାରଣ ଭଡ଼ାଘରୁ ବାହାର କରିଦେବା ଉପରେ ଲାଗିଥିବା ଦେଶବ୍ୟାପୀ ବ୍ୟାନ୍‌ ସମୟସୀମା ରବିବାର ପୂରିଯାଇଛି। ସେପଟେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ରାଜନୈତିକ କାଦୁଅଫିଙ୍ଗା ଯୋଗୁ ଏହି ସମୟସୀମାକୁ ବଢ଼ାଯାଇପାରିନାହିଁ। ହ୍ବାଇଟ୍‌ ହାଉସ ଏହା ଉପରେ କିଛି କରିପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ନିକଟରେ ରାୟ ଦେଇଥିଲେ। ରାଷ୍ଟ୍ରପତି ଜୋ ବାଇଡେନ୍‌ ଉକ୍ତ ୧୧ ମାସିଆ ମୋରାଟୋରିୟମକୁ ବଢ଼ାଇବା ପାଇଁ ଚଳିତ ସପ୍ତାହରେ କଂଗ୍ରେସକୁ ଅନୁରୋଧ କରିଥିଲେ। ଅକ୍ଟୋବର ମଧ୍ୟଭାଗ ପର୍ଯ୍ୟନ୍ତ ଏଭିକ୍ସନ ବ୍ୟାନ୍‌ ବଢ଼ାଇବା ପାଇଁ ଡେମୋକ୍ରାଟ ପକ୍ଷରୁ ଉଦ୍ୟମ ହେଉଥିବାବେଳେ ରିପବ୍ଲିକାନ ସଦସ୍ୟମାନେ ଏଥିରେ ପ୍ରତିବନ୍ଧକ ସାଜିଛନ୍ତି। ଗ୍ରୀଷ୍ମାବକାଶ ଯୋଗୁ ଶୁକ୍ରବାରଠାରୁ ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟେଟିଭ୍‌ ମୁଲତବୀ ରହିଥିବାରୁ ଉକ୍ତ କଟକଣା ଅବଧି ବଢ଼ାଯାଇପାରିନାହିଁ। ଫଳରେ ଭଡ଼ାଟିଆଙ୍କ ପାଇଁ ପର୍ଯ୍ୟାପ୍ତ ସରକାରୀ ପାଣ୍ଠି ରହିଥିଲେ ମଧ୍ୟ ତାହା ଖର୍ଚ୍ଚ ହୋଇପାରୁନାହିଁ। ଏହାର ପ୍ରତିବାଦରେ ଅନେକ ବାମପନ୍ଥୀ ଡେମୋକ୍ରାଟ କ୍ୟାପିଟୋଲ ବାହାରେ ସାରା ରାତି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଆମେ ରାତି ସାରା କ୍ୟାପିଟୋଲ ବାହାରେ ଶୋଇ ରିପବ୍ଲିକାନ ସଦସ୍ୟମାନଙ୍କୁ ଗୃହକୁ ଆସି ସେମାନଙ୍କ କାର୍ଯ୍ୟ କରିବା ପାଇଁ ଆହ୍ବାନ ଦେଉଛୁ ବୋଲି କଂଗ୍ରେସ ସଦସ୍ୟା କୋରି ବୁଶ୍‌ ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?