ରାଜ୍ୟରେ ସ୍ଥାପନ ହେବ ୩୬ଟି ନୂଆ ଥାନା

ଭୁବନେଶ୍ୱର,୨୭।୮(ବ୍ୟୁରୋ): ରାଜ୍ୟରେ ୩୬ଟି ନୂଆ ପୋଲିସ ଷ୍ଟେଶନ ସ୍ଥାପନ କରାଯିବ। ଖୁବ୍‌ଶୀଘ୍ର ନୂଆ ଥାନା କାର୍ଯ୍ୟକ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ତେବେ ନୂଆ ଥାନା ଭିତରେ ଭୁବନେଶ୍ୱର ମୈତ୍ରୀ ବିହାର, ଅନୁଗୋଳ ଜିଲାର ବାଗେଡିଆ ଏବଂ ଗୋପାଳପ୍ରସାଦ, ବାଲେଶ୍ୱରର ଗୋପାଳପୁର ଓ ଅନନ୍ତପୁର, ବରଗଡ ଗ୍ରାମାଞ୍ଚଳ, ବ୍ରହ୍ମପୁରର ନିମଖଣ୍ଡି, ବଲାଙ୍ଗୀରର ଲକ୍ଷ୍ମୀଜୋର ଏବଂ ଆଗଲପୁର ଥିବା ବେଳେ ବୌଦ୍ଧର ଘଣ୍ଟପଡ଼ା, ଦେବଗଡ଼ର ଲାଇମୁରା, କଟକ ଗ୍ରାମାଞ୍ଚଳର ମାଣିଆବନ୍ଧ, ଜୋଡୁମ ଏବଂ ଭଦ୍ରେଶ୍ୱରରେ ହେବ। ସେହିପରି ଢେଙ୍କାନାଳ ମହାବୀର ରୋଡ, ଗଞ୍ଜାମର ବେଗୁନିଆପଡ଼ା ଓ କୋଟି ନଡା, ଜଗତ୍‌ସିଂପୁରର କୃଷ୍ଣନନ୍ଦପୁର, ଯାଜପୁରର ଅଳକୁଣ୍ଡ, ବ୍ରହ୍ମପରଦା ଏବଂ ଦଶରଥପୁର, ଝାରସୁଗୁଡା ଏୟାରପୋର୍ଟ ଥାନା, କଳାହାଣ୍ଡିର କର୍ଲାପାଟ ଓ କଲମପୁର, କେନ୍ଦ୍ରାପଡ଼ାର ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଏବଂ କୁଦାନଗରୀ କୋରୁଆ, କେନ୍ଦୁଝରର ମନୋହରପୁର, ଖୋର୍ଦ୍ଧାର ନାଚୁଣୀ, କୋରାପୁଟର ସୁଙ୍କି ରହିଛି। ଏହା ସହ ମାଲକାନଗିରିର ସଦର ଏବଂ କୋରକୁଣ୍ଡା, ମୟୁରଭଞ୍ଜର ଭଞ୍ଜପୁର, ନବରଙ୍ଗପୁରର ମଇଦଲପୁର, ପୁରୀର ଚାରିଛକ, ରାୟଗଡାର ରାମନୁଗୁଡା, ସମ୍ବଲପୁରର ବରେଇପାଲି, ସୁବର୍ଣ୍ଣପୁରର ଲଛିପୁରରେ ନୂଆ ପୋଲିସ ଷ୍ଟେଶନ ସ୍ଥାପନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ...

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri