ମଧ୍ୟାନ୍ନଭୋଜନ ଖାଇ ୩୬ ଛାତ୍ରୀଛାତ୍ର ଅସୁସ୍ଥ ଘଟଣା : ଜିଲା ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ

ଦାରିଙ୍ଗବାଡି, ୮।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାନ୍ନ ଭୋଜନ ଖାଇ ଛାତ୍ରୀଛାତ୍ର ଅସୁସ୍ଥ ଘଟଣାରେ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଜିଲା ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ଏହି ଘଟଣାକୁ ଜିଲା ପ୍ରଶାସନ ଗୁରୁତ୍ୱ ଭାବେ ନେଇଛି। ରବିବାର ସକାଳେ ଜନସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟରୁ ଏକ ତଦନ୍ତକାରୀ ଦକ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ଛାତ୍ରୀଛାତ୍ର ମାନଙ୍କ ବୟାନ ରେକର୍ଡ କରିବା ସହ ଚିକିତ୍ସା କରୁଥିବା ଡାକ୍ତର ଏବଂ ସିମନବାଡି ପହଞ୍ଚି ବିଦ୍ୟାଳୟ ପ୍ରଧାନଶିକ୍ଷକ ବିଦେଶୀ ନାୟକ ଏବଂ ଅନ୍ୟ ସହକାରୀ ଶିକ୍ଷୟତ୍ରୀ ଓ ମଧ୍ୟାନ୍ନ ଭୋଜନ ରୋଷେଇ ଦାୟିତ୍ୱରେ ରହିଥିବା ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟଙ୍କ ସମେତ ଛାତ୍ରୀଛାତ୍ର ମାନଙ୍କୁ ବିଦ୍ୟାଳୟରେ ପଚରାଉଚରା କରିଛନ୍ତି। ଏଥି ସହ ମଧ୍ୟାନ୍ନ ଭୋଜନ ପାଇଁ ରଖାଯାଇଥିବା ଚାଉଳର ନମୁନା ସଂଗ୍ରହ କରିବା ସହ ରୋଷେଇଶାଳ ଓ ଚାଉଳ ରଖାଯାଇଥିବା ଷ୍ଟୋରରୁମକୁ ଦେଖି ଅସନ୍ତୋଷବ୍ୟକ୍ତ କରିଛନ୍ତି ଗୋଟିଏ ନଳକୂପ ରହିଥିବା ବେଳେ ସେଥିରୁ ପିଇବା ପାଇଁ ବ୍ୟବହାର ସହ ଛାତ୍ରୀଛାତ୍ରଙ୍କ ପାଇଁ ରୋଷେଇ ଓ ଅନ୍ୟ କାର୍ଯ୍ୟପାଇଁ ବ୍ୟବହାର କରୁଛନ୍ତି । ଯାହାକି ଦୂଷିତ ପରିବେଶ ମଧ୍ୟରେ ଉକ୍ତ ନଳକୂପ ରହିଥିବା ତଦନ୍ତ ଦଳ ଉଦ୍‌ବେଗ ପ୍ରକାଶ କରିଛନ୍ତି । ପତିତ୍ୟକ୍ତ ରୋଷେଇ ଗୃହରେ ପିଲାଙ୍କ ପାଇଁ ମଧ୍ୟାନ୍ନ ଭୋଜନ ରୋଷେଇକୁ ନେଇ ତଦନ୍ତ ଟିମ ଚିନ୍ତା ପ୍ରକାଟ କରିଛନ୍ତି ।ସେହିପରି ଆଗକୁ ମଧ୍ୟାନ୍ନ ଭୋଜନ ରୋଷେଇରେ ଆହୁରି ସ୍ବଚ୍ଛତା ଆଣିବାକୁ ମହିଳା ରୋଷେୟା ଏବଂ ବିଦ୍ୟାଳୟ କର୍ତ୍ତ୍ୟୁପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି। ଏଥିରେ ଏପିଡେମୋଲୋଜିଷ୍ଟ ସ୍ପନ୍ଦନ ଭଞ୍ଜଦେଓ, ଜିଲା ଖାଦ୍ୟ ନିରାପତ୍ତା ଓ ମାନ ପ୍ରାଧିକରଣ ଅଧିକାରୀ ସତ୍ୟବ୍ରତ ଷେଣ୍ଢ ପ୍ରମୁଖ ପହଞ୍ଚି ତଦନ୍ତ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କାଗଜ କଲମରେ ସୀମିତ ‘ଜଙ୍ଗଲ ଅଧିକାର’: ସେମେଳପଦର ଗ୍ରାମବାସୀଙ୍କୁ ମିଳୁନି ହକ୍, ପ୍ରଶାସନିକ ଅବହେଳାରୁ ବଢୁଛି ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କର୍ଲାପାଟ ପଞ୍ଚାୟତର ସେମେଳପଦର ଗ୍ରାମରେ ଜଙ୍ଗଲ ଅଧିକାର ଆଇନ କେବଳ ପ୍ରହସନ…

କୁଟ୍ରୁମାଳି ଜନଶୁଣାଣି ସ୍ଥଗିତ: “ମା’-ମାଟି-ମାଳି” ରକ୍ଷା ପାଇଁ କଳାହାଣ୍ଡି ଓ ରାୟଗଡ଼ାରେ ଗର୍ଜୁଛି ଆନ୍ଦୋଳନ

ଥୁଆମୂଳ ରାମପୁର, ୬।୫ (ଦୁର୍ଗା କୀର୍ତ୍ତି): କୁଟ୍ରୁମାଳି ବକ୍ସାଇଟ୍ ଖଣି ପ୍ରକଳ୍ପକୁ ନେଇ କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାର ଖଣି ପ୍ରଭାବିତ ଅଞ୍ଚଳରେ ତୀବ୍ର ଜନଅସନ୍ତୋଷ ଦେଖାଦେଇଛି।…

ବ୍ରହ୍ମପୁରରୁ ଚୋରି ହୋଇଯାଇଥିଲା ବାଇକ, ଦେଢବର୍ଷ ପରେ ମାଲିକଙ୍କୁ ଫେରାଇଲା କେ. ନୂଆଗାଁ ପୋଲିସ

ଦିଗପହଣ୍ଡି,୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ପୋଲିସକୁ ରାସ୍ତାକଡ ରୁ ମିଳିଥିବା ହୋଣ୍ଡା ୟୁନିକର୍ଣ୍ଣ ବାଇକ (ନଂ. ଓଡ଼ି୦୭ ଏଜି – ୪୨୫୦) କୁ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri