ଶେଷ ପର୍ଯ୍ୟାୟ ମତଦାନ ପାଇଁ ୩୬ ହଜାର ପୋଲିସ

ଭୁବନେଶ୍ୱର,୧।୬(ସତ୍ୟଜିତ ରାଉତ): ରାଜ୍ୟରେ ଶନିବାର ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ମତଦାନ ହେବ। ଏଥିପାଇଁ ପୋଲିସ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ଶୃଙ୍ଖଳିତ ତଥା ସୁରକ୍ଷିତ ନିର୍ବାଚନ କରିବାକୁ ବିଭିନ୍ନ ର଼୍ୟାଙ୍କ୍‌ର ୩୬ ହଜାର ପୋଲିସ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। ଏଥିରେ ୧୨୬ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ ଓ ୮୬ ପ୍ଲାଟୁନ୍‌ ସଶସ୍ତ୍ର ବାହିନୀ ରହିଛନ୍ତି ବୋଲି ପୋଲିସ ସେବା ଭବନରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପୋଲିସ ଡିଜି ଅରୁଣ ଷଡ଼ଙ୍ଗୀ ସୂଚନା ଦେଇଛନ୍ତି। ଡିଜିପି କହିଛନ୍ତି, ଶେଷ ପର୍ଯ୍ୟାୟ ମତଦାନ ହେବାକୁ ଥିବା ୯ ପୋଲିସ ଜିଲାରେ ୮ ହଜାର ୭୫୨ ସ୍ଥାନରେ ୧୦ ହଜାର ୮୮୨ ମତଦାନ କେନ୍ଦ୍ର ରହିଛି। ଏହା ମଧ୍ୟରୁ ପ୍ରାୟ ୨୧ ପ୍ରତିଶତ ବୁଥ୍‌ ସମ୍ବେଦନଶୀଳ। ତେବେ ଶନିବାର ହେବାକୁ ଥିବା ନିର୍ବାଚନରେ ୪୪ଜଣ ଅତିରିକ୍ତ ଏସ୍‌ପି, ୯୯ ଡିଏସ୍‌ପି, ୨୧୦ ଇନ୍ସପେକ୍ଟର, ୨୫୮୩ ଏସ୍‌ଆଇ/ ଏଏସ୍‌ଆଇ, ୯ ହଜାର ୪୭୬ କନ୍‌ଷ୍ଟେବଲ/ହାବିଲଦାର ଓ ୮ ହଜାର ୮୩ ଜଣ ଗୃହରକ୍ଷୀ/ଗ୍ରାମରକ୍ଷୀ ନିୟୋଜିତ ହୋଇଛନ୍ତି। ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ ଓ ବାଲେଶ୍ୱର ଜିଲା ପାଇଁ ୪ ଯୁବ ଆଇପିଏସ୍‌ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏଥିସହ ୮୪୩ଟି ମୋବାଇଲ ପାଟ୍ରୋଲିଂ ପାର୍ଟି, ୨୫୫ଟି ଫ୍ଲାଇଂ ସ୍କ୍ବାଡ୍‌ ଓ ୨୫୫ ଷ୍ଟାଟିକ ସର୍ଭେଲାନ୍ସ ଟିମ ବୁଲୁଛନ୍ତି। ୬୦ଟି ଚେକ୍‌ପୋଷ୍ଟ ରହିଛି। ସୀମାକୁ ସିଲ୍‌ କରାଯାଇ କଡାକଡି ଯାଞ୍ଚ କରାଯାଉଛି। ୧୩ଟି ଇଭିଏମ୍‌ ଷ୍ଟ୍ରଙ୍ଗରୁମ୍‌ର ସୁରକ୍ଷା ପାଇଁ ଦୁଇସ୍ତରରେ ସୁରକ୍ଷା ଦାୟିତ୍ୱ ବିଭକ୍ତ କରାଯାଇଛି ବୋଲି ଡିଜିପି କହିଛନ୍ତି। ଡିଜି ଆହୁରି କହିଛନ୍ତି, ନିର୍ବାଚନ ପାଇଁ କଡ଼ାକଡି ଯାଞ୍ଚ ଚାଲିଛି। ଜାନୁଆରୀରୁ ଏଯାଏ ୬.୦୭ କୋଟି ଟଙ୍କା ଜବତ ହୋଇଛି। ୭ ଲକ୍ଷ ୧୩୦ ଲିଟର ମଦ ଜବତ ସହ ୪ ହଜାର ୩୦ ବେପାରୀଙ୍କୁ ଗିରଫ କରାଯାଇଛି। ୧୧ ଜଣଙ୍କୁ ଏନ୍‌ଏସ୍‌ଏରେ ବୁକ୍‌ କରାଯାଇଛି। ୮୬୦.୭୮ କୁଇଣ୍ଟାଲ ଗଞ୍ଜେଇ, ୫ କେଜି ବ୍ରାଉନସୁଗାର, ୪ ହଜାର ୬୩୦ ଲିଟର କଫ୍‌ ସିରପ ଜବତ ସହ ୧୨୦୫ ମାମଲାରେ ୧ ହଜାର ୨୫୮ ଜଣଙ୍କୁ ଗିରଫ କରାଯାଇଛି। ସମସ୍ତ ନିର୍ବାଚନ ମଣ୍ଡଳୀର ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଶେଷ ପର୍ଯ୍ୟାୟ ନିର୍ବାଚନ ଶାନ୍ତି ଶୃଙ୍ଖଳା ସହ ସମାପ୍ତ ହେବ ବୋଲି ଡିଜି ଆଶାବ୍ୟକ୍ତ କରିବା ସହ ଦିନରାତି ପରିଶ୍ରମ କରୁଥିବା ପୋଲିସ କର୍ମଚାରୀଙ୍କୁ ଡିଜିପି ସାଧୁବାଦ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?