ସହରାଞ୍ଚଳ ଆବାସ ଯୋଜନାରେ ୩୬,୦୬୨ ନୂଆ ଘର

ଭୁବନେଶ୍ୱର,୨୪।୪(ବ୍ୟୁରୋ): ସହରାଞ୍ଚଳ ବାସହୀନ ଓ ଆର୍ଥିକ ଦୁର୍ବଳ ଶ୍ରେଣୀ ପାଇଁ ଘୋଷଣା ହୋଇଥିବା ‘ଜାଗା ମିଶନ’ ସହିତ ସମସ୍ତଙ୍କ ପାଇଁ ଘର ଯୋଜନାର ସଫଳ ରୂପାୟନ ଲାଗି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ବିଶେଷ ପଦକ୍ଷେପ ଗ୍ରହଣ କରିଛନ୍ତି। ମୁଖ୍ୟ ଶାସନ ସଚିବ ଶୁକ୍ରବାର ୩୬,୦୬୨ ପରିବାରଙ୍କ ଲାଗି ନୂତନ ପକ୍କାଘର ମଞ୍ଜୁର କରିଛନ୍ତି। ଲୋକସେବା ଭବନରୁ ଡିଜିଟାଲ ମୋଡ୍‌ରେ ଅନୁଷ୍ଠିତ ସହରାଞ୍ଚଳ ହାଉସିଂ ମିଶନର ରାଜ୍ୟସ୍ତରୀୟ ମଞ୍ଜୁରୀ କମିଟରେ ଏହି ଅନୁମୋଦନ ଦିଆଯାଇଛି। ଏହି ବୈଠକରେ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବ ଜି ମାଥିଭାଥାନାନ ଆବାସ ଯୋଜନାର କାର୍ଯ୍ୟାନ୍ବୟନ ସମ୍ବନ୍ଧିତ ଆର୍ଥିକ ଓ ପ୍ରଶାସନିକ ବିଷୟ ଆଲୋଚନା ଲାଗି ତଥ୍ୟ ଉପସ୍ଥାପିତ କରିଛନ୍ତି। ବର୍ତ୍ତମାନ ରାଜ୍ୟର ୧୧୪ ସହରାଞ୍ଚଳରେ ୧,୫୫,୦୬୮ ପରିବାରକୁ ଘର ଦିଆଯାଇସାରିଛି। ଏଥି ମଧ୍ୟରୁ ୬୪,୦୦୫ ଘର ନିର୍ମାଣ ପୂର୍ଣ୍ଣାଙ୍ଗ ହୋଇଛି। ଅବଶିଷ୍ଟ ଘରର ନିର୍ମାଣ ତ୍ୱରାନ୍ବିତ ଗତିରେ ଚାଲୁ ରହିଛି। ୭୬ଟି ସହରାଞ୍ଚଳ ପାଇଁ ଏହି ନୂତନ ପ୍ରକଳ୍ପ ମଞ୍ଜୁର କରିବା ସହିତ ସର୍ଭେ ମାଧ୍ୟମରେ ଚିହ୍ନଟ ସମସ୍ତ ପରିବାରକୁ ଶୀଘ୍ର ଘର ଯୋଗାଇବା ନିମନ୍ତେ କାର୍ଯ୍ୟ ଖସଡ଼ା ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ବିଭାଗୀୟ ସ୍ବତନ୍ତ୍ର ଶାସନ ସଚିବ ସୁରେଶ ଚନ୍ଦ୍ର ଦଳାଇ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ଜାଗା ମିଶନରେ ଲକ୍ଷେ ୫ ହଜାର ଲୋକଙ୍କୁ ‘ଲ୍ୟାଣ୍ଡ ଏଣ୍ଟାଇଟିଲ୍‌ମେଣ୍ଟ ସାର୍ଟିଫିକେଟ’ ଏବଂ ୬୫ ହଜାର ପରିବାରଙ୍କୁ ‘ଲ୍ୟାଣ୍ଡ ରାଇଟସ୍‌ ସାର୍ଟିଫିକେଟ’ ଦିଆଯାଇଛି। ଏବେ ପର୍ଯ୍ୟନ୍ତ ୨୦ ହଜାର ପରିବାରଙ୍କୁ ଘର ଯୋଗାଇ ଦିଆଯାଇଥିବା ସେ ସୂଚୀତ କରିଥିଲେ। ଏହି ଅବସରରେ ମାଧିଭାଥାନନ୍‌ କହିଛନ୍ତି, ଏହି ଯୋଜନାରେ ସାଧାରଣତଃ ୩ଟି ମୋଡ୍‌ରେ ଘର ଯୋଗାଇ ଦିଆଯାଏ। ନୂଆ ନୁମୋଦିତ ଘର ମଧ୍ୟରୁ ୭୨ଟି ସହରାଞ୍ଚଳରେ ୧୬,୪୬୩ଟି ଘର ହିତାଧିକାରୀଙ୍କ ଦ୍ୱାରା ନିର୍ମାଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri