ରାଜ୍ୟରେ ଆଜି ୩୬୩ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୩୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ରୁ ସର୍ବାଧିକ ୫୦ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୩, ବାଲେଶ୍ୱର ୨୦, ବରଗଡ଼ ୧୧, ବଲାଙ୍ଗୀର ୮, ବୌଦ୍ଧ ୩, କଟକ ୨୨, ଢେଙ୍କାନାଳ ୧, ଗଜପତି ୧, ଗଞ୍ଜାମ ୫, ଜଗତସିଂହପୁର ୧, ଯାଜପୁର ୧୩, ଝାରସୁଗୁଡ଼ା ୧୨, କଳାହାଣ୍ଡି ୭, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୧୨, କୋରାପୁଟ ୧, ମାଲକାନଗିରି ୨, ମୟୂରଭଞ୍ଜ ୧୭, ନବରଙ୍ଗପୁର ୩, ନୟାଗଡ଼ ୨, ନୂଆପଡ଼ା ୭, ପୁରୀ ୨୭ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧୨।

ସେହିପରି ଆଜି ରାଜ୍ୟରେ ୩ ଜଣଙ୍କ ଜୀବନ ନେଇଛି କରୋନା। ସୁନ୍ଦରଗଡ଼ରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡିରେ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ ରେ ପହଞ୍ଚିଥିବା ବେଳେ ୩୨,୧,୬୪୭ଜଣ ସୁସ୍ଥ ହୋଇଛନ୍ତି। ୩୦୫୭ ଜଣ ଚିକିତ୍ସିତ ହେଉଛନ୍ତି। ୧୮୩୬ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri