ରାଜ୍ୟରେ ଆଜି ୩୬୩ କରୋନା ପଜିଟିଭ୍‌ ଚିହ୍ନଟ, ଆଉ ୩ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୨୧ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୩୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧା ଏବଂ ସୁନ୍ଦରଗଡ଼ରୁ ସର୍ବାଧିକ ୫୦ ଜଣ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁରରୁ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳରୁ ୨୩, ବାଲେଶ୍ୱର ୨୦, ବରଗଡ଼ ୧୧, ବଲାଙ୍ଗୀର ୮, ବୌଦ୍ଧ ୩, କଟକ ୨୨, ଢେଙ୍କାନାଳ ୧, ଗଜପତି ୧, ଗଞ୍ଜାମ ୫, ଜଗତସିଂହପୁର ୧, ଯାଜପୁର ୧୩, ଝାରସୁଗୁଡ଼ା ୧୨, କଳାହାଣ୍ଡି ୭, କେନ୍ଦ୍ରାପଡ଼ା ୧୦, କେନ୍ଦୁଝର ୧୨, କୋରାପୁଟ ୧, ମାଲକାନଗିରି ୨, ମୟୂରଭଞ୍ଜ ୧୭, ନବରଙ୍ଗପୁର ୩, ନୟାଗଡ଼ ୨, ନୂଆପଡ଼ା ୭, ପୁରୀ ୨୭ ଏବଂ ସୋନପୁରରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛି ୧୨।

ସେହିପରି ଆଜି ରାଜ୍ୟରେ ୩ ଜଣଙ୍କ ଜୀବନ ନେଇଛି କରୋନା। ସୁନ୍ଦରଗଡ଼ରୁ ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ବେଳେ କଳାହାଣ୍ଡିରେ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୬,୫୯୬ ରେ ପହଞ୍ଚିଥିବା ବେଳେ ୩୨,୧,୬୪୭ଜଣ ସୁସ୍ଥ ହୋଇଛନ୍ତି। ୩୦୫୭ ଜଣ ଚିକିତ୍ସିତ ହେଉଛନ୍ତି। ୧୮୩୬ ଜଣଙ୍କ ମୃତ୍ୟୁ ଘଟିଛି।