କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରିବା ଘଟଣା: ବିଧାୟକ ସରୋଜ ମେହେରଙ୍କୁ ଜାମିନ

ଭୁବନେଶ୍ୱର, ୬।୭(ବ୍ୟୁରୋ): ଜଣେ କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରାଇବା ଘଟଣାରେ ଗିରଫ ହୋଇ ଜେଲ ଯାଇଥିବା ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ଜାମିନ ମିଳିଛି। ଭୁବନେଶ୍ୱର ସ୍ବତନ୍ତ୍ର କୋର୍ଟ ବିଧାୟକଙ୍କୁ ଶନିବାର ଜାମିନ ପ୍ରଦାନ କରିଛନ୍ତି। ୨ ଜଣ ଜାମିନଦାର ଏବଂ ୨୫ ହଜାର ଟଙ୍କା ବଦଳରେ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଜାମିନ ଦେବା ସମୟରେ କୋର୍ଟ କେତେକ ସର୍ତ୍ତ ରଖିଛନ୍ତି। ବିଧାୟକ ସାକ୍ଷୀଙ୍କୁ ପ୍ରଭାବିତ କରିବେ ନାହିଁ, ତଦନ୍ତରେ ସହଯୋଗ କରିବେ ଏବଂ ବିଦେଶ ଗସ୍ତ କରିବାର ଥିଲେ ଏହା ପୂର୍ବରୁ କୋର୍ଟଙ୍କୁ ଅବଗତ କରାଇବେ ବୋଲି କୋର୍ଟ ସର୍ତ୍ତ ରଖିଛନ୍ତି।
ପ୍ରକାଶ ଯେ, ନିମ୍ନମାନର ରାସ୍ତାକାମ ଯୋଗୁ କନିଷ୍ଠ ଯନ୍ତ୍ରୀ ଜୟକାନ୍ତ ଶବରଙ୍କୁ ବିଧାୟକ ମେହେର ସର୍ବସମ୍ମୁଖରେ ଉଠବସ୍‌ କରାଇଥିଲେ। ଏହାର ଏକ ଭିଡିଓ ଗତ ଜୁନ୍‌ ୬ ତାରିତରେ ଭାଇରାଲ ହୋଇଥିଲା। ଏହି ଭିଡିଓ ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବା ପରେ ବିଧାୟକଙ୍କ ପାଇଁ ଅଡ଼ୁଆ ବଢ଼ିଯାଇଥିଲା। ତାଙ୍କୁ ଗିରଫ କରିବାକୁ ବିଭିନ୍ନ ଆଦିବାସୀ ସଂଗଠନ ଦାବି କରିଥିଲେ।
ଅପମାନର ଶିକାର ହୋଇଥିବା କନିଷ୍ଠ ଯନ୍ତ୍ରୀଙ୍କ ସ୍ତ୍ରୀ ପ୍ରବୀଣା ରାଜସିଂହ ଏ ନେଇ ପାଟଣାଗଡ଼ ଥାନାରେ ଏତଲା ଦେବା ପରେ ଏକ ମାମଲା ରୁଜୁ ହୋଇଥିଲା। ପରେ ତାଙ୍କୁ ପୋଲିସ ଗିରଫ କରିଥିଲା। ପାଟଣାଗଡ଼ରୁ ଭୁବନେଶ୍ୱରସ୍ଥିତ ଝାରପଡ଼ା ଜେଲ୍‌କୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛାତିଥରା… ପ୍ରେମିକାକୁ ହତ୍ୟା କରି ଯୌନ ସମ୍ପର୍କ ରଖିଲେ ପ୍ରେମିକ, ତନ୍ତ୍ର କରି ଆତ୍ମାକୁ କହିଲେ Sorry

ଭୋପାଳ,୧୭ା୨: ମଧ୍ୟପ୍ରଦେଶର ଇନ୍ଦୋରର ଦ୍ୱାରକାପୁରୀ ପୋଲିସ ଷ୍ଟେସନ ଅଞ୍ଚଳରେ ଜଣେ ଏମବିଏ ଛାତ୍ରୀଙ୍କ ହତ୍ୟା ମାମଲାରେ, ପୋଲିସ ଅଭିଯୁକ୍ତ ପ୍ରେମିକ ପୀୟୁଷକୁ ମୁମ୍ବାଇରୁ ଗିରଫ କରିଛି ।…

ନାବାଳିକା ବଳାତ୍କାର, ଗର୍ଭପାତ ମାମଲା: ମିଳିଲା ନବଜାତକ

ଯାଜପୁରରୋଡ଼, ୧୭ା୨(ପବିତ୍ର ରଞ୍ଜନ ମହାନ୍ତି): ଯାଜପୁରରୋଡ ଥାନା ପୋଲିସ ନାବାଳିକା ଗର୍ଭପାତ ଘଟଣାରେ ୨ ଜଣଙ୍କୁ ଗିରଫ କରିଛି। ଏହି ଘଟଣାରେ ନାବାଳିକାଙ୍କୁ ଗର୍ଭବତୀ କରିଥିବା କୋପଣ୍ଡ…

ଆଜି ବର୍ଷର ପ୍ରଥମ ସୂର୍ଯ୍ୟୋପରାଗ, ଭାରତରେ ଦୃଶ୍ୟମାନ…

ଭୁବନେଶ୍ୱର,୧୭ା୨ (ସୁଚିସ୍ମିତା ସାହୁ): ବର୍ଷର ପ୍ରଥମ ବଳୟ ସୂର୍ଯ୍ୟୋପରାଗ ମଙ୍ଗଳବାର ସଙ୍ଗଠିତ ହେବ । ଆଫ୍ରିକାର ଦକ୍ଷିଣ ପାର୍ଶ୍ୱ, ଦକ୍ଷିଣ ଆମେରିକାର ଦକ୍ଷିଣ ପାର୍ଶ୍ୱ, ପ୍ରଶାନ୍ତ ମହାସାଗର,…

ପାକିସ୍ତାନକୁ ଧୂଳି ଚଟାଇ ସ୍ବଦେଶ ଫେରିଲେ ମେନ ଇନ ବ୍ଲୁ, ଜାଣନ୍ତୁ ପରବର୍ତ୍ତି ମ୍ୟାଚ କାହା ସହ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୭।୨: ଗତ ରବିବାର (୧୫ ଫେବୃଆରୀ) କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରିଥିଲା। ପରଦିନ, ସୋମବାର…

Delhi Accident: ରିଲ ନିଶାରେ ଦୌଡାଇଲେ ସ୍କର୍ପିଓ, ଚାଲିଗଲା ବାଇକ ଚାଳକଙ୍କ ଜୀବନ, ନ୍ୟାୟ ପାଇଁ ଗୁହାରି କରୁଛନ୍ତି ମାଆ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀର ଦ୍ୱାରକା ଦକ୍ଷିଣ ପୋଲିସ ଷ୍ଟେଶନ ଅଞ୍ଚଳରେ ଫେବୃଆରୀ ୩,୨୦୨୬ ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଥିଲା, ଯାହା ଫଳରେ ଜଣେ ଯୁବକଙ୍କ ମୃତ୍ୟୁ…

ଧରିତ୍ରୀର ପ୍ରଭାବ, ଅଚଳ ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ପାଇଁ ପ୍ରଶାସନିକ ତତ୍ପରତା         

ଦିଗପହଣ୍ଡି,୧୭ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଫାସିବନ୍ଧ ଗ୍ରାମରେ ଗତ ୨୦୧୯-୨୦ ଆର୍ଥିକ ବର୍ଷରେ ବସୁଧା ଯୋଜନାରେ ପ୍ରାୟ ୮୦…

ଏସ୍‌ସିବିରେ ଡ୍ୟୁଟି ସମୟରେ ଶୋଉଛନ୍ତି କର୍ମଚାରୀ, ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

କଟକ,୧୭।୨ (ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଦିନକୁ ଦିନ ଅବ୍ୟବସ୍ଥା ବଢ଼ିବାରେ ଲାଗିଛି । ରୋଗୀଙ୍କୁ ସୁବିଧା ଯୋଗାଇବା ପାଇଁ ବ୍ୟାଟେରି ଗାଡି ରହିଛି । ହେଲେ…

ଦାରିଙ୍ଗବାଡିରେ ମହମ୍ମଦ ମୋକିମ, ନୂଆ ଦଳ ଗଠନ ପୂର୍ବରୁ ସହଯୋଗ ଲୋଡିଲେ

ଦାରିଙ୍ଗବାଡି,୧୭।୨ (ଅରୁଣ ସାହୁ ):କନ୍ଧମାଳ ଜିଲା ଦାରିଙ୍ଗବାଡି ଗସ୍ତରେ ସୋମବାଇ କଟକ ପୂର୍ବତନ ବିଧାୟକ ମହମ୍ମଦ ମୋକିମ । ଏତେ ଲୋକ ପ୍ରିୟ ଯେ ତାଙ୍କୁ ଭେଟିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri