ଏଏସ୍‌ଆଇ ପକ୍ଷରୁ ଶ୍ରୀମନ୍ଦିର ଗର୍ଭଗୃହ ଯାଞ୍ଚ

ପୁରୀ ଅଫିସ, ୬।୭: ଘୋଷଯାତ୍ରା ଯାଇଁ ଏବେ ଆଡ଼ପମଣ୍ଡପରେ ମହାପ୍ରଭୁ। ନଅଦିନ ବ୍ୟାପୀ ଜନ୍ମବେଦିରେ ଅବସ୍ଥାନ କରିବେ। ଏହି ଅବସରରେ ଶ୍ରୀମନ୍ଦିରର ଗର୍ଭଗୃହ ଯାଞ୍ଚ ଆରମ୍ଭ ହୋଇଛି। ରୁର୍‌କିସ୍ଥିତ ସେଣ୍ଟ୍ରାଲ ମାଇନିଂ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ(ସିବିଆର୍‌ଆଇ)ର ବିଶେଷଜ୍ଞମାନେ ଏହି ଯାଞ୍ଚରେ ସାମିଲ ଅଛନ୍ତି। ସିବିଆର୍‌ଆଇର ବିଶେଷଜ୍ଞ ଅଞ୍ଚଲ ମିତ୍ତଲ, ଏଏସ୍‌ଆଇର ଅଧୀକ୍ଷଣ ଯନ୍ତ୍ରୀ (ଦିଲ୍ଲୀ) ଅତୁଲ କୁଲକର୍ଣ୍ଣିଙ୍କ ସମେତ ଶ୍ରୀଜଗନ୍ନାଥ ମନ୍ଦିର ବୈଷୟିକ କୋର୍‌ କମିଟି, ଶ୍ରୀମନ୍ଦିର ଅଧିକାରୀ ଓ ଇଞ୍ଜିନିୟର, ପୂର୍ତ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ଅନୁଧ୍ୟାନ କରୁଛନ୍ତି। ଜଗମୋହନ ପୋର୍ଟାଲ ଫ୍ରେମ୍‌ରେ ଲାଗିଥିବା ଲୋଡ୍‌ସେଲ, ନାଟମଣ୍ଡପ ବିମ୍‌ରେ ଲାଗିଥିବା ସେନ୍‌ସର ସ୍ଥିତି ପରଖିବେ। ଏତଦ୍‌ବ୍ୟତୀତ ଗର୍ଭଗୃହ ବାୟୁ ସଞ୍ଚାଳନ ବ୍ୟବସ୍ଥାର ମଧ୍ୟ ଯାଞ୍ଚ କରାଯିବ। ଭୋଗ ମଣ୍ଡପ ଚଟାଣ ଓ ରୋଷଘର କାମ ମଧ୍ୟ ହେବ ବୋଲି ଜଣାପଡ଼ିଛି।


All Right Reserved By

ଚିକିତ୍ସା ଅବହେଳାରୁ ପ୍ରସୂତୀଙ୍କ ମୃତ୍ୟୁ ଅଭିଯୋଗ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ବାରିପଦା ଅଫିସ,୧୪।୬: ଚିକିତ୍ସା ଅବହେଳାରୁ ବାରିପଦା ମେଡିକାଲ କଲେଜରେ ଜଣେ ପ୍ରସୂତୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଶୁକ୍ରବାର ଅଭିଯୋଗ କରିଛନ୍ତି। ଏ ନେଇ ମହିଳାଙ୍କ...

୪ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୯ା୬ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ ପୋଲିସଙ୍କ ନିକଟରେ ବୁଧବାର ୪ଜଣ ମାଓବାଦୀ ବନ୍ଧୁକ ସହ ଆତ୍ମ ସମର୍ପଣ କରିଛନ୍ତି। ସେମାନେ ହେଲେ ଧର୍ମଗଡ...

ଆହୁରି ସପ୍ତାହେ ବର୍ଷା ନାହିଁ, ନିଅଣ୍ଟିଆ ବର୍ଷାକୁ ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର,୮ା୭(ବ୍ୟୁରୋ)-ରାଜ୍ୟରେ ବର୍ଷା ସ୍ଥିତି ବେଳକୁ ବେଳ ସଙ୍ଗୀନ ହେବାରେ ଲାଗିଛି । କେଉଁଠି ଅସରାଏ ଦି ଅସରା ବର୍ଷା ହେଉଛି ତ ଅନ୍ୟ କେଉଁଠି ଟାଁଏ...

ମିଳୁନି ବୀମା କ୍ଷତିପୂରଣ, ବରଗଡ଼ରେ ଚାଷୀ ଅସନ୍ତୋଷ

ବରଗଡ଼ ଅଫିସ୍‌,୨୨।୭- ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ବୀମା କ୍ଷତିପୂରଣ ଠିକ୍‌ ଭାବେ ମିଳୁ ନ ଥିବା ଯୋଗୁ ଚାଷୀ ଅସନ୍ତୋଷ ଦିନକୁ ଦିନ...

ଭିତରକନିକା ଇକୋ-ଟୁରିଜମ୍‌ : ୩ ବର୍ଷରେ ୧ କୋଟି ୯୪ଲକ୍ଷ ଖର୍ଚ୍ଚ

ଭୁବନେଶ୍ୱର,୨୪ା୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାରେ ଥିବା ଭିତରକନିକା ଲୁଣାଜଙ୍ଗଲ ବନ୍ୟଜୀବ ବନଖଣ୍ଡରେ ଜଙ୍ଗଲ ଓ ପରିବେଶ ବିଭାଗର ମୋଟ ୩ଟି ପରିବେଶ ପର୍ଯ୍ୟଟନସ୍ଥଳ ରହିଛି। ସେଗୁଡ଼ିକ ହେଲା...

ଶନିବାର ପାଟକୁରା ନିର୍ବାଚନ: ଭାଜପା ବୁଥ୍‌ ଦଖଲ କରିବା ଆଶଙ୍କାରେ ସିଇଓଙ୍କ ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ୱର,୧୯।୭(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ପାଟକୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ଶନିବାର ଭୋଟ ଗ୍ରହଣ କରାଯିବ। ଏଥିନିମନ୍ତେ ଗୁରୁବାର ସନ୍ଧ୍ୟାରୁ ପ୍ରଚାର ଶେଷ ହୋଇଛି। ସାରା ରାଜ୍ୟର ନଜର...

ଉଦ୍‌ବେଗଜନକ ସ୍ଥିତିରେ ସଡ଼କ ଦୁର୍ଘଟଣା: ୨୦୧୮ରେ ୫୩୧୫ଙ୍କର ମୃତ୍ୟୁ

କଟକ ଅଫିସ, ୧ା୬: ରାଜ୍ୟରେ ସଡ଼କ ଦୁର୍ଘଟଣା ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ୨୦୧୮ରେ ରାଜ୍ୟରେ ମୋଟ୍‌ ୧୧,୨୬୨ଟି ସଡ଼କ ଦୁର୍ଘଟଣା ଘଟିଥିବାବେଳେ ସେଥିମଧ୍ୟରେ ୫୩୧୫ଜଣଙ୍କର ମୃତ୍ୟୁ...

ଲୋକଙ୍କ ସମସ୍ୟା ସମାଧାନ ପାଇଁ ସ୍ବାସ୍ଥ୍ୟ ବିଭାଗର ପଦକ୍ଷେପ: ଫେସ୍‌ବୁକ, ଟୁଇଟରରେ କରିପାରିବେ ଅଭିଯୋଗ

ଭୁବନେଶ୍ୱର,୧।୮(ବ୍ୟୁରୋ): ଜନସାଧାରଣଙ୍କୁ ଏବେ ସ୍ବାସ୍ଥ୍ୟଜନିତ ସମସ୍ୟା ଜଣାଇବାକୁ ଏଣେତେଣେ ବୁଲିବାକୁ ପଡିବନି। ଏଣିକି ସୋସିଆଲ ମିଡିଆରେ ସ୍ବାସ୍ଥ୍ୟ ସମ୍ପର୍କିତ ଅଭିଯୋଗ ହୋଇପାରିବ। ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *