ରାଜ୍ୟରେ ଖସୁଛି କରୋନା ଗ୍ରାଫ୍‌: ଆଜି ୩୬୮ ପଜିଟିଭ୍‌ ଚିହ୍ନଟ, ୭ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୧୨ ଜଣ ଚିହ୍ନଟ ହୋଇଥିବା ବେଳେ ୧୫୬ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୫ ଏବଂ ଅନୁଗୋଳରୁ ୩୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବାଲେଶ୍ୱରରୁ ୧୬, ବରଗଡ଼ ୧୯, ଭଦ୍ରକ ୧୯, ବଲାଙ୍ଗୀର ୧୮, କଟକ ୨୬, ଦେବଗଡ଼ ୧, ଢେଙ୍କାନାଳ ୪, ଗଞ୍ଜାମ ୬, ଜଗତସିଂହପୁର ୮, ଯାଜପୁର ୬, ଝାରସୁଗୁଡ଼ା ୬, କଳାହାଣ୍ଡି ୬, କନ୍ଧମାଳ ୨, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୨୨, କୋରାପୁଟ ୪, ମାଲକାନଗିରି ୧, ମୟୂରଭଞ୍ଜ ୨୪, ନୟାଗଡ଼ ୫, ନୂଆପଡ଼ା ୫, ପୁରୀ ୧୮, ରାୟଗଡ଼ା ୨ ଏବଂ ସମ୍ବଲପୁରରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛ ୧୦।

ସେହିପରି ଆଜି ରାଜ୍ୟରେ ୭ ଜଣଙ୍କ ଜୀବନ ନେଇଛି କରୋନା। ମୃତକମାନଙ୍କ ମଧ୍ୟରେ କଟକ ଜିଲାରୁ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ବାଲେଶ୍ୱର, ପୁରୀ, ସୁନ୍ଦରଗଡ଼ ଏବଂ ଜଗତସିଂହପୁର ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୧,୫୬୪ରେ ପହଞ୍ଚିଥିବା ବେଳେ ୩,୧୫,୮୪୦ଜଣ ସୁସ୍ଥ ହୋଇଛନ୍ତି। ୩୮୯୩ ଜଣ ଚିକିତ୍ସିତ ହେଉଛନ୍ତି। ୧୭୭୮ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ମେଘାନ ଓ ପିଲାଙ୍କ ସହ ବ୍ରିଟେନ ଫେରିବେ ପ୍ରିନ୍ସ ହ୍ୟାରୀ

ଲଣ୍ଡନ,୨୧।୮: ପ୍ରିନ୍ସ ହ୍ୟାରୀ ଏବଂ ତାଙ୍କ ପତ୍ନୀ ମେଘାନ ମାର୍କେଲ ଚଳିତ ମାସ ଶେଷ ଆଡ଼କୁ ସେମାନଙ୍କ ଦୁଇ ସନ୍ତାନଙ୍କ ସହ ବ୍ରିଟେନକୁ ଫେରିବାକୁ ନିଷ୍ପତ୍ତି ନେଇଛନ୍ତି।…

କିମ୍ସ ଡାକ୍ତରଙ୍କୁ ବଡ଼ ସଫଳତା: ୧୦ ମାସ ଶିଶୁର ଖାଦ୍ୟ ନଳୀରୁ ବାହାରିଲା ପିନ୍‌

ଭୁବନେଶ୍ୱର, ୨୧ା୮:ରାଉରକେଲାର ଜଣେ ୧୦ ମାସର ଶିଶୁ ଭୁଲ୍‌ବଶତଃ ଏକ ଧାତବ ପିନ୍‌ ଗିଳିଦେବା ପରେ ତାହା ଖାଦ୍ୟନଳୀରେ ଅଟକିଯାଇଥିଲା। ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଡାକ୍ତରମାନେ ଆଡ୍‌ଭାନ୍ସ…

ଆସୁଛି ଆଉ ଏକ ଲଘୁଚାପ: ଆଜିଠୁ ସପ୍ତାହେ ଯାଏ ବର୍ଷା

ଭୁବନେଶ୍ୱର, ୨୧ା୮:ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା ପାଗ ସହ ଖରା…

୧୬.୨ କୋଟିରେ ବିକ୍ରି ହେଲା ମହାତ୍ମା ଗାନ୍ଧୀଙ୍କ ହାତଲେଖା ପାଣ୍ଡୁଲିପି

ନୂଆଦିଲ୍ଲୀ,୨୧।୮(ପି.ଟି.): ସାଫ୍ରୋନ୍‌ଆର୍ଟ ନିଲାମୀ ପ୍ରତିଷ୍ଠାନ ପକ୍ଷରୁ ଆୟୋଜିତ ଏକ ନିଲାମୀରେ ମହାତ୍ମା ଗାନ୍ଧୀଙ୍କ ଦ୍ୱାରା ଲିଖିତ ୬୮୮ଟି ଆତ୍ମଚିନ୍ତନ ଓ ବିଚାର ସମ୍ପର୍କିତ ପାଣ୍ଡୁଲିପି ୧୬ କୋଟି…

ହୋମୱାର୍କ ପାଇଁ ଚାପୁଡ଼ା ମାରିଲେ କ୍ଲାସ୍ ଟିଚର: ଅଚେତ ହୋଇ ଟଳି ପଡ଼ିଲା ୬ ବର୍ଷର ଶିଶୁ, ଡାକ୍ତରଖାନାରେ ମୃତ୍ୟୁ

ବିଶାଖାପାଟଣା, ୨୦।୮: ଆନ୍ଧ୍ରପ୍ରଦେଶର ବିଶାଖାପାଟଣାସ୍ଥିତ ଏକ ଘରୋଇ ସ୍କୁଲରେ ଜଣେ ୬ ବର୍ଷର କୋମଳମତି ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ହୋମୱାର୍କ ପୂରା କରି ନ ଥିବା…

ଶୁକ୍ରବାରଠୁ ସପ୍ତାହେ ଯାଏ ବର୍ଷା, ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୦ା୮(ବନ୍ଦନା ସେଠୀ) – ରାଜ୍ୟରେ ଏବେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶା ଜାରି ରହିଥିବା ବେଳେ ଆସୁଛି ଆଉ ଏକ ଲଘୁଚାପ। ତିନିଦିନ ହେବ ଶୁଖିଲା…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ବଙ୍ଗୋପସାଗରରେ ହେଲାଣି ହଲଚଲ; ଓଡ଼ିଶାରେ ଆସିବ ବଡ଼ ଭୂମିକମ୍ପ! ଥରିବ ଏସବୁ ଜିଲା…

ଭୁବନେଶ୍ୱର, ୨୦।୮: ସମ୍ପ୍ରତି ପ୍ରକାଶିତ ରିପୋର୍ଟ ଅନୁଯାୟୀ, ଓଡ଼ିଶାରେ ନିକଟ ଭବିଷ୍ୟତରେ ଭୂକମ୍ପ ଆସିବାର ସମ୍ଭାବନା ନେଇ ଭୂବିଜ୍ଞାନୀ ଏବଂ ବିଶେଷଜ୍ଞମାନେ ସତର୍କତା ଜାରି କରିଛନ୍ତି। ପୃଥିବୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri