୧୪ ଦଫା ଦାବି ନେଇ ଧାରଣାରେ ବସିଲେ ୩୭ ପରିବାର: ଜିଲାପାଳ ଦେଲେ ପ୍ରତିଶ୍ରୁତି

ଛତ୍ରପୁର, ୨।୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବଣିଆବସାର ବାଘଲଟି ଜଳପ୍ରକଳ୍ପ ବିସ୍ତାପିତ ୩୭ ପରିବାର ୧୪ ଦଫା ଦାବି ନେଇ ଛତ୍ରପୁରସ୍ଥିତ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ବାଘଲଟି ପ୍ରକଳ୍ପ ହେତୁ ୨୦୨୧ ମସିହାରେ ସେମାନଙ୍କୁ ଅନ୍ୟ ସ୍ଥାନରେ ଥଇଥାନ କରାଗଲା । କିନ୍ତୁ ସେମାନେ ରଖିଥିବା ଦାବି ପୂରଣ ହୋଇବାରି ନ ଥିଲା। ବହୁବାର ପ୍ରଶାସନକୁ ଅବଗତ କରାଗଲେ ସମାଧାନ ହୋଇ ନ ଥିବାରୁ ଶେଷରେ ପରିବାର ସହ ଧାରଣା ବସିବାକୁ ନିଷ୍ପତି ନେଇଥିଲେ। ତେଣୁ ସେମାନେ ଆଜି ସହ ପରିବାର ସହ ଧାରଣା ଦେଇିଥିଲେ । ଦାବି ମଧ୍ୟରେ ପ୍ରତି ପରିବାରକୁ ଗୃହପଟ୍ଟା ପ୍ରଦାନ, ବିସ୍ଥାପିତ ୩୭ ପରିବାରଙ୍କର ପ୍ରମାଣ ପତ୍ର ପ୍ରଦାନ, ପ୍ରତି ପରିବାରକୁ ୧ ଏକର ଜମି ପ୍ରଦାନ, ନୂତନ ପୋଖରୀ ଖନନ, କଲ୍ୟାଣ ମଣ୍ଡପ ନିର୍ମାଣ, ସୈାରଶକ୍ତି ଜରିଆରେ ପାନୀୟ ଜଳର ସୁବିଧା, ଆରପିଡିସି ବୈଠକ କରିବା,ପ୍ରତି ପରିବାରକୁ ସୈାରଶକ୍ତି ସାହାର୍ଯ୍ୟରେ ଆଲୁକର ବ୍ୟବସ୍ଥା ଆଦି ୧୪ ଦଫା ଦାବି କରିଥିଲେ। ପରେ ଜିଲାପାଳଙ୍କ ଅନୁପସ୍ଥିତି ରେ ଅତିରିକ୍ତ ଜିଲାପାଳଙ୍କୁ ଭେଟିଥିଲେ। ୧୫ ଦିନ ମଧ୍ୟରେ ବୈଠକ କରାଯିବ ବୋଲି ପ୍ରତଶ୍ରୁତି ମିଳିବା ପରେ ଧାରଣାରୁ ହଟିଥିଲେ। ଏହି ଧାରଣାରେ ମାଲେଶ୍ୱର ପ୍ରଧାନ, ରୀତାଞ୍ଜଳି ପ୍ରଧାନଙ୍କ ସମେତ ଅନ୍ୟ ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା: ସବୁଠି ଚର୍ଚ୍ଚା

ଭଦ୍ରକ,୩୧।୧୨(ସନାତନ ରାଉତ): ମହମ୍ମଦ ମୋକିମଙ୍କୁ ଭେଟିଲେ ଭଦ୍ରକ ପୌରାଧ୍ୟକ୍ଷା ଗୁଲମକି ଦଲୱାଜ। ସାଧୀନ ଭାବେ ଜିତି ବିଜେଡିରେ ଯୋଗ ଦେଇଥିଲେ ଗୁଲମକି। ବର୍ତ୍ତମାନ ଗୁଲମକି ମୋକିମଙ୍କ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri