Posted inଜାତୀୟ

‘୩୭୦’ ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୬ା୯: ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନର ଶୁଣାଣି କରି ସୁପ୍ରିମକୋର୍ଟ ମଙ୍ଗଳବାର ରାୟ ସଂରକ୍ଷିତ ରଖିଛନ୍ତି। କ୍ରମାଗତ ୧୬ ଦିନର ଶୁଣାଣି ପରେ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଖଣ୍ଡପୀଠ ରାୟ ସଂରକ୍ଷିତ ରଖିବାକୁ ନିଷ୍ପତ୍ତି ନେଇଥିଲେ। ଖଣ୍ଡପୀଠରେ ଜଷ୍ଟିସ ସଞ୍ଜୟ କିଶନ କୌଲ, ସଞ୍ଜୀବ ଖାନ୍ନା, ବି.ଆର୍‌. ଗଭାଇ ଏବଂ ସୂର୍ଯ୍ୟ କାନ୍ତ ରହିଛନ୍ତି। ଶୁଣାଣିର ଶେଷ ଦିନରେ ଖଣ୍ଡପୀଠ ବରିଷ୍ଠ ଆଇନଜୀବୀ କପିଲ ସିବଲ, ଗୋପାଳ ସୁବ୍ରମଣ୍ୟମ, ରାଜୀବ ଧାଓ୍ବନ, ଜାଫର ଶାହ, ଦୁଷ୍ୟନ୍ତ ଡାଭେଙ୍କ ଯୁକ୍ତି ଶୁଣିଥିଲେ। କେନ୍ଦ୍ର ତରଫରୁ ଆଟର୍ନି ଜେନେରାଲ ଆର୍‌. ଭେଙ୍କଟରମଣୀ, ସଲିସିଟର ଜେନେରାଲ ତୁଷାର ମେହେଟ୍ଟା, ବରିଷ୍ଠ ଆଇନଜୀବୀ ହରିଶ ସାଲ୍‌ଭେ, ରାକେଶ ଦ୍ୱିବେଦୀ ଯୁକ୍ତି ଉପସ୍ଥାପନ କରିଥିଲେ। ୩୭୦ ଉଚ୍ଛେଦ ଲାଗି କେନ୍ଦ୍ର ୨୦୧୯ ଅଗଷ୍ଟ ୫ରେ ନେଇଥିବା ନିଷ୍ପତ୍ତିର ସାମ୍ବିଧାନିକ ବୈଧତା, ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରିଥିବା ଜମ୍ମୁ-କଶ୍ମୀର ପୁନର୍ଗଠନ ଆଇନର ବୈଧତା ଉପରେ ଆଇନଜୀବୀମାନେ ଯୁକ୍ତି ରଖିଥିଲେ। ଏହା ବ୍ୟତୀତ ଜମ୍ମୁ-କଶ୍ମୀରରେ ୨୦୧୮ ଜୁନ୍‌ ୨୦ରେ ରାଜ୍ୟପାଳ ଶାସନ ଲାଗି ଏବଂ ସେହିବର୍ଷ ଡିସେମ୍ବର ୧୯ରେ ରାଷ୍ଟ୍ରପତି ଶାସନ ଲାଗୁ କରାଯିବା ସହ ଏହାର ଅବଧିକୁ ୨୦୧୯ ଜୁଲାଇ ୩ରେ ବଢ଼ାଇବାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିବାବେଳେ ଏହା ସପକ୍ଷ ଓ ବିପକ୍ଷରେ ଆଇନଜୀବୀ ଯୁକ୍ତି ବାଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri