Posted inଜାତୀୟ

‘୩୭୦’ ରାୟ ସଂରକ୍ଷିତ

ନୂଆଦିଲ୍ଲୀ,୬ା୯: ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ଚ୍ୟାଲେଞ୍ଜ କରି ଦାଏର ଏକାଧିକ ପିଟିଶନର ଶୁଣାଣି କରି ସୁପ୍ରିମକୋର୍ଟ ମଙ୍ଗଳବାର ରାୟ ସଂରକ୍ଷିତ ରଖିଛନ୍ତି। କ୍ରମାଗତ ୧୬ ଦିନର ଶୁଣାଣି ପରେ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ୫ ଜଣିଆ ଖଣ୍ଡପୀଠ ରାୟ ସଂରକ୍ଷିତ ରଖିବାକୁ ନିଷ୍ପତ୍ତି ନେଇଥିଲେ। ଖଣ୍ଡପୀଠରେ ଜଷ୍ଟିସ ସଞ୍ଜୟ କିଶନ କୌଲ, ସଞ୍ଜୀବ ଖାନ୍ନା, ବି.ଆର୍‌. ଗଭାଇ ଏବଂ ସୂର୍ଯ୍ୟ କାନ୍ତ ରହିଛନ୍ତି। ଶୁଣାଣିର ଶେଷ ଦିନରେ ଖଣ୍ଡପୀଠ ବରିଷ୍ଠ ଆଇନଜୀବୀ କପିଲ ସିବଲ, ଗୋପାଳ ସୁବ୍ରମଣ୍ୟମ, ରାଜୀବ ଧାଓ୍ବନ, ଜାଫର ଶାହ, ଦୁଷ୍ୟନ୍ତ ଡାଭେଙ୍କ ଯୁକ୍ତି ଶୁଣିଥିଲେ। କେନ୍ଦ୍ର ତରଫରୁ ଆଟର୍ନି ଜେନେରାଲ ଆର୍‌. ଭେଙ୍କଟରମଣୀ, ସଲିସିଟର ଜେନେରାଲ ତୁଷାର ମେହେଟ୍ଟା, ବରିଷ୍ଠ ଆଇନଜୀବୀ ହରିଶ ସାଲ୍‌ଭେ, ରାକେଶ ଦ୍ୱିବେଦୀ ଯୁକ୍ତି ଉପସ୍ଥାପନ କରିଥିଲେ। ୩୭୦ ଉଚ୍ଛେଦ ଲାଗି କେନ୍ଦ୍ର ୨୦୧୯ ଅଗଷ୍ଟ ୫ରେ ନେଇଥିବା ନିଷ୍ପତ୍ତିର ସାମ୍ବିଧାନିକ ବୈଧତା, ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରିଥିବା ଜମ୍ମୁ-କଶ୍ମୀର ପୁନର୍ଗଠନ ଆଇନର ବୈଧତା ଉପରେ ଆଇନଜୀବୀମାନେ ଯୁକ୍ତି ରଖିଥିଲେ। ଏହା ବ୍ୟତୀତ ଜମ୍ମୁ-କଶ୍ମୀରରେ ୨୦୧୮ ଜୁନ୍‌ ୨୦ରେ ରାଜ୍ୟପାଳ ଶାସନ ଲାଗି ଏବଂ ସେହିବର୍ଷ ଡିସେମ୍ବର ୧୯ରେ ରାଷ୍ଟ୍ରପତି ଶାସନ ଲାଗୁ କରାଯିବା ସହ ଏହାର ଅବଧିକୁ ୨୦୧୯ ଜୁଲାଇ ୩ରେ ବଢ଼ାଇବାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଥିବାବେଳେ ଏହା ସପକ୍ଷ ଓ ବିପକ୍ଷରେ ଆଇନଜୀବୀ ଯୁକ୍ତି ବାଢ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ...

ନୈନିତାଲ ଜଙ୍ଗଲରେ ଲାଗିଲା ନିଆଁ, ଜନବସତି ପାଇଁ ବିପଦ

ଡେରାଡୁନ,୨୭।୪: ସାରା ବିଶ୍ୱରେ ଉତ୍ତାପ ଦିନକୁ ଦିନ ବଢିବା ସହିତ ସହିତ ଉତ୍ତରପ୍ରଦେଶର ବିଭିନ୍ନ ସ୍ଥାନରେ ଜଙ୍ଗଲରେ ନିଆଁ ଲାଗିଯିବା ଖବର ସମସ୍ତଙ୍କୁ ଚିନ୍ତାରେ ପକାଇ...

ବର୍ଷିଲେ ଦିଲ୍ଲୀ ହାଇକୋର୍ଟ, କେତେ କ୍ଷମତା ପାଇଲେ ଖୁସି ହେବେ କେଜରିଓ୍ବାଲ?

ନୂଆଦିଲ୍ଲୀ,୨୭।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଏବେ ତିହାର ଜେଲ୍‌ରେ କାରାଦଣ୍ଡ ଭୋଗୁଛନ୍ତି। ଏନେଇ ଆମ ଆଦମୀ ପାର୍ଟି ବାରମ୍ବାର ଜୋର ଦେଉଥିବାବେଳେ ଶନିବାର ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri