ଦିନ ମଜୁରିଆ ଯୁବତୀଙ୍କଠୁ ୩୭ ହଜାର ଠକେଇ

ରାଉରକେଲା ଅଫିସ/ କୁଆଁରମୁଣ୍ଡା, ୧୦।୧: ଲକ୍ଷପତି ହେବା ନିଶା ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଅଞ୍ଚଳର ଜଣେ ଦିନ ମଜୁରିଆ ଯୁବତୀଙ୍କ ପାଇଁ ମହଙ୍ଗା ପଡିଛି। ଯୁବତୀ ଜଣକ କେବିସି ଲଟେରି ମାଧ୍ୟମରେ ୨୫ ଲକ୍ଷ ଟଙ୍କା ପାଇବେ ବୋଲି ୩୭ ହଜାର ୫୦୦ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏ ନେଇ ସେ ରବିବାର ରାଉରକେଲା ସାଇବର ଥାନାରେ ଅଭିଯୋଗ କରିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।
ସୂଚନା ଅନୁସାରେ, କୁଆଁରମୁଣ୍ଡା କଚାରୁ ସିଆରଜୋର ଗାଁର ସୁରେନ୍ଦ୍ର ସିଂଙ୍କ ଝିଅ ସାନିଆ ସିଂ(୨୭)। ସାନିଆ ଜଣେ ଦିନ ମଜୁରିଆ ଅଟନ୍ତି। ଗତ ୭ତାରିଖରେ ଏକ ଅଜଣା ନମ୍ବରରୁ ତାଙ୍କ ନିକଟକୁ କୌନ ବନେଗା କୋରଡ଼ ପତି ନାମରେ ଅମିତାଭ ବଚ୍ଚନଙ୍କ ଫଟୋ ସହ ୱାଟ୍ସଆପ୍‌ ମେସେଜ ଆସିଥିଲା। ଏଥିରେ ସେ କେବିସି ଲଟେରିରେ ୨୫ ଲକ୍ଷ ଟଙ୍କା ଜିତିଥିବା ଉଲ୍ଲେଖ ରହିଥିଲା। ମେସେଜ ପଢିବା ପରେ ସାନିଆ ଉକ୍ତ ନମ୍ବରକୁ କଲ୍‌ କରିଥିଲେ। ଅଜ୍ଞାତ ବ୍ୟକ୍ତି ଜଣକ ୨୫ ଲକ୍ଷ ଟଙ୍କା ପଠାଇବା ପାଇଁ ସାନିଆଙ୍କୁ ବ୍ୟାଙ୍କ ଆକାଉଣ୍ଟ ନମ୍ବର ଓ ଫଟୋ ମାଗିଥିଲେ। ଲୋଭର ବଶବର୍ତ୍ତୀ ହୋଇ ସେ ଉକ୍ତ ହ୍ବାଟ୍ସଆପ୍‌କୁ ନିଜର ବ୍ୟାଙ୍କ ଆକାଉଣ୍ଟ ନମ୍ବର ଓ ଫଟୋ ପଠାଇଥିଲେ। ପରେ ପଞ୍ଜୀକରଣ ପାଇଁ ପ୍ରଥମ କିସ୍ତିରେ ୧୨ ହଜାର ୫୦୦ ଓ ଦ୍ୱିତୀୟ କିସ୍ତିରେ ଅବଶିଷ୍ଟ ୨୫ ହଜାର ଟଙ୍କା ଦେବାକୁ ଠକ ଜଣକ ସାନିଆଙ୍କୁ କହିଥିଲେ। ସାନିଆ ଦୁଇଟି କିସ୍ତିରେ ମୋଟ ୩୭ ହଜାର ୫୦୦ ଟଙ୍କା ଫୋନ୍‌ ପେ ମାଧ୍ୟମରେ ପଠାଇଥିଲେ। ଟଙ୍କା ପାଇବା ପରେ ଅନ୍‌ଲାଇନ ଠକ ଜଣକ ତାଙ୍କ ଫୋନ ଆଉ ଉଠାଇ ନ ଥିଲେ। ସନ୍ଦେହ ହେବାରୁ ସାନିଆ ରବିବାର ଏ ନେଇ ରାଉରକେଲା ସାଇବର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଏ ନେଇ ତଦନ୍ତ ଚାଲିଥିବା ସାଇବର ଥାନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

ଓଡ଼ିଶାର ସାଢ଼େ ୪ କୋଟି ମୋର ପରିବାର: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ଆଜିଠୁ ପ୍ରଚାର ମୈଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ସମୟରେ ନିଜ ନିର୍ବାଚନ ମଣ୍ଡଳୀର ହିଞ୍ଜିଳିକାଟୁରେ...

ହିଞ୍ଜିଳିକାଟୁରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ବିଜେଡିର ଷ୍ଟାର ପ୍ରଚାରକ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ପାରମ୍ପରିକ ଆସନରୁ ହିଞ୍ଜିଳିରୁ ପ୍ରଚାର ଆରମ୍ଭ କରିଛନ୍ତି। ତାଙ୍କ ସହ ଫାଇଭ-ଟି...

କାର୍‌ରୁ ୩୦ ଲକ୍ଷ ଟଙ୍କା ଜବତ କଲା ପୋଲିସ

ମାଲକାନଗିରି,୨୪।୪(ଦୁର୍ଯ୍ୟୋଧନ ପାତ୍ର): ନିର୍ବାଚନ ନେଇ ସୀମାରେ ହାଇଆଲର୍ଟ ଜାରି କରାଯିବା ସହ ଯାଞ୍ଚକୁ କଡାକଡି କରାଯାଉଛି। ଛତିଶଗଡ଼ ପଟୁ ଆସୁଥିବା ଏକ କାରକୁ ପୋଲିସ ଯାଞ୍ଚ...

ପ୍ରଶାନ୍ତଙ୍କ ପାଇଁ ଚିରଞ୍ଜୀବଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଜଗତ୍‌ସିଂହପୁର, ୨୪ା୪(ପ୍ରମୋଦ କୁମାର ନାୟକ):କିଛି ଦିନ ହେଲା ଜଗତ୍‌ସିଂହପୁର ବିଧାନସଭା ନିର୍ବାଚନମଣ୍ଡଳୀ ରାଜନୀତି ଭିନ୍ନମୋଡ ନେଇଛି। ଏଥିମଧ୍ୟରେ ପାଖାପାଖି ୨୦ ଦିନ ହେବ ପ୍ରଶାନ୍ତ କୁମାର...

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri