ଡକାୟତି ଉଦ୍ୟମ ପଣ୍ଡ : ୫ କୋର୍ଟ ଚାଲାଣ,୩ ଫେରାର

ସୋରଡ଼ା,୭।୭(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଲାଠିପଡ଼ା ଅଞ୍ଚଳରେ ଡକାୟତି ଉଦ୍ୟମ କରୁଥିବା ୮ ଜଣିଆ ଡକାୟତ ଦଳ ମଧ୍ୟରୁ ୫ ଜଣଙ୍କୁ ପୋଲିସ ଗିରଫ କରିଛି। ଆଉ ୩ ଜଣ ଫେରାର ହୋଇଯାଇଛନ୍ତି। ଥାନାଧିକାରୀ ପ୍ରଭାତ ସାହୁଙ୍କ ସୂଚନା ଅନୁଯାୟୀ, ଲାଠିପଡ଼ା ବିଦ୍ୟାଳୟ ପରିସରରେ ଡକାୟତ ପାଇଁ ପ୍ରସ୍ତୁତି ଚଳାଇଥିବା ଖବର ପାଇ ପାଟ୍ରୋଲିଂ ଗାଡ଼ି ପହଞ୍ଚି ଅତର୍କିିତ ଚଢ଼ାଉ କରିଥିଲା। ସେଠାରୁ ଅକ୍ଷୟ ନାୟକ, ଆଠଗଡ଼ ପାଟଣା, ତନୁଜା ସ୍ବାଇଁ, ବଡ଼ଆଗୁଳ, ପପୁ ନାୟକ କବିସୂର୍ଯ୍ୟନଗର, ଅଜିତ କୁମାର ସ୍ବାଇଁ ଗୁଣୁପଡ଼ା, ଶତୃଘ୍ନ ସ୍ବାଇଁ, ବିଡିପୁରଙ୍କୁ ପୋଲିସ ଗିରଫ କରିଥିବାବେଳେ ବୁଲୁ ବେହେରା, ବିନୋଦ ପାତ୍ର ଏବଂ ସୂର୍ଯ୍ୟ ପାତ୍ର ଫେରାର ହୋଇଯାଇଛନ୍ତି। ଶନିବାର ବିଳମ୍ବିତ ରାତିରେ ହୋଇଥିବା ଏହି ଚଢ଼ାଉରେ ଏସଆଇଏସ କଣ୍ଡ ଗୋରିଙ୍କ ନେତୃତ୍ୱରେ ପୋଲିସ ଦଳ ସାମିଲ ଥିଲା। ଘଟଣାସ୍ଥଳରୁ ଗୋଟିଏ ଦେଶୀ ପିସ୍ତଲ, ୨ଟି ବୋମା, ୨ଟି ଖଣ୍ଡା, ଗୋଟିଏ ହେଲମେଟ୍‌, ୨ଟି ଲୁହାରଡ୍‌ ଓ ୩ଟି ମଦ ବୋତଲ ଜବତ କରିଛି। ୫ ଅଭିଯୁକ୍ତଙ୍କୁ ରବିବାର ମଧ୍ୟାହ୍ନରେ କୋର୍ଟ ଚାଲାଣ କରାଯାଇଛି। ଗିରଫମାନଙ୍କ ମଧ୍ୟରୁ ଶତୃଘ୍ନଙ୍କ ନାମରେ ଜଗନ୍ନାଥପ୍ରସାଦ ଥାନାରେ ବିଭିନ୍ନ ମାମଲା ରହିଥିବା ସାହୁ କହିଛନ୍ତି। ସୋରଡ଼ା ଥାନାରେ କେସ ୧୦୩/୧୯ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ନେଇଥିଲେ ଅବସର: ବିଶ୍ୱକପ୍‌ ପାଇଁ ପୁଣି ଫେରିଲେ ଏହି ଖେଳାଳି

ବର୍ଲିନ,୨୧ା୫: ବିଶ୍ୱକପ୍‌ ଲାଗି ଭେଟେରାନ ଗୋଲକିପର ମାନୁଏଲ ନେଉରଙ୍କୁ ଅବସରରୁ ଫେରିବା ପାଇଁ ଜର୍ମାନୀ କୋଚ୍‌ ଜୁଲିଆନ ନାଗେଲ୍ସମ୍ୟାନ ରାଜି କରିଛନ୍ତି। ୪୦ ବର୍ଷୀୟ ନେଉର ୨୦୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri