Posted inଜାତୀୟ

ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ,ଏସଆଇ-ଏଏସଆଇ-ହାବିଲଦାର ସମେତ ୩୭୨ ପୋଲିସ ନିଲମ୍ବିତ…

ଚଣ୍ଡିଗଡ଼,୨୪।୧୦ : ହରିୟାନା ରାଜ୍ୟ ସରକାର ୩୭୨ ପୋଲିସଙ୍କୁ ନିଲମ୍ବିତ କରିଛନ୍ତି। ନିଲମ୍ବନ କରିବାର ଏହି ନିଷ୍ପତ୍ତି ରାଜ୍ୟ ଗୃହମନ୍ତ୍ରୀ ଅନିଲ ବିଜ ନେଇଛନ୍ତି। ଏହି କାରଣରୁ ମନ୍ତ୍ରୀ ଅନିଲ ପୁଣି ଥରେ ହେଡଲାଇନରେ ସ୍ଥାନ ପାଇଛନ୍ତି। ତାଙ୍କ ନିର୍ଦ୍ଦେଶ ପୋଲିସ ବିଭାଗରେ ଆଲୋଡ଼ନ ସୃଷ୍ଟି କରିଛି। କାର୍ଯ୍ୟରେ ଅବହେଳା ପାଇଁ ଗୃହମନ୍ତ୍ରୀ ଏହି କର୍ମଚାରୀମାନଙ୍କୁ ନିଲମ୍ବିତ କରିଛନ୍ତି। ସୂଚନା ଅନୁଯାୟୀ, ଏହି ଅଧିକାରୀମାନେ ଗୋଟିଏ ବର୍ଷରେ ପଞ୍ଜୀକୃତ ହୋଇଥିବା ଅନେକ ଏଫଆଇଆର୍‌ ଯାଞ୍ଚକୁ ଅଟକାଇ ରଖିଥିଲେ।

ଗୃହମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ହରିୟାଣା ଡିଜିପି ଶତ୍ରୁଜିତ କପୁର ବିଭାଗର ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି। ଏହି ଅଧିକାରୀମାନେ ୩୨୨୯ ଏଫଆଇ ତଦନ୍ତକୁ ଅଟକାଇଥିବା ଅଭିଯୋଗ ହୋଇଛି। ନିଲମ୍ବିତ କର୍ମଚାରୀମାନଙ୍କ ମଧ୍ୟରେ ଏସଆଇ,ଏଏସଆଇ,ହାବିଲଦାର ପର୍ଯ୍ୟନ୍ତ ରହିଛନ୍ତି। ସୂଚନାନୁସାରେ, ଗୃହମନ୍ତ୍ରୀ ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ ଅନୁସନ୍ଧାନକାରୀ ଅଧିକାରୀମାନେ ଠିକ ଭାବେ କାମ କରୁ ନ ଥିବାରୁ ଅସନ୍ତୋଷ ପ୍ରକାଶ କରି ଥିଲେ।

ଡିଜିପିଙ୍କୁ ଗୃହମନ୍ତ୍ରୀ ଲେଖିଥିବା ଚିଠିରେ ସ୍ପଷ୍ଟ ଭାବେ କୁହାଯାଇଛି ସେମାନଙ୍କ ଦ୍ୱାରା ଅଟକାଇ ରଖାଯାଇଥିବା ବିଚାରାଧୀନ ମାମଲାଗୁଡ଼ିକୁ ଡିଏସପିଙ୍କ ପାଖକୁ ସ୍ଥାନାନ୍ତର କରାଯାଉ। ଏଥି ସହିତ, ସମ୍ପୃକ୍ତ ଡିଏସପିଙ୍କୁ ଏକ ମାସ ମଧ୍ୟରେ ଏହି ୩୨୨୯ ମାମଲାର ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯଦି ସେମାନେ ଏକ ମାସ ମଧ୍ୟରେ ଏହି ମାମଲା ସମାଧାନ କରିବାକୁ ସକ୍ଷମ ନୁହଁନ୍ତି, ତେବେ ସେମାନଙ୍କ ବିରୋଧରେ ମଧ୍ୟ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ନିଲମ୍ବିତ ହୋଇଥିବା କର୍ମଚାରୀଙ୍କ ମଧ୍ୟରେ ସର୍ବାଧିକ ୬୬ ଜଣ ସିର୍ସା ଜିଲାରୁ, ୬୦ ଜଣ ଗୁରୁଗ୍ରାମରୁ, ୫୭ ଜଣ ଯମୁନାନଗରରୁ, ୩୨ ଜଣ ଫରିଦାବାଦରୁ, ୩୧ ଜଣ କର୍ଣ୍ଣଲରୁ, ୩୧ ଜଣ ରୋହତକରୁ, ୩୦ ଜଣ ଅମ୍ବାଲା, ୧୦ ଜଣ ପଞ୍ଚକୁଲା, ୧୪ ଜଣ ହିସାର, ପାନିପତରୁ ୩ ଜଣ ଅଛନ୍ତି। ସେହିପରି ରେୱାରୀରୁ ୫, ଜିନ୍ଦରୁ ୨୪ ଏବଂ ସୋନିପତରୁ ୯ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ସରକାର ବଢାଇଲେ EV ସବସିଡି, ୫ହଜାର ଯାଏ ମିଳିବ ପ୍ରୋତ୍ସାହନ ରାଶି; ଜାଣନ୍ତୁ ଡେଡ୍‌ଲାଇନ କେବେ…

ନୂଆଦିଲ୍ଲୀ, ୧୧।୮: ଇରାନ-ଆମେରିକା ଯୁଦ୍ଧ ପରେ ଲୋକମାନେ ପେଟ୍ରୋଲ-ଡିଜେଲ ଦର ବୃଦ୍ଧି ଦେଖିବାକୁ ପାଇଥିଲେ। ଏହା ପରେ କେନ୍ଦ୍ର ସରକାର ଦେଶରେ ଇଲେକ୍ଟ୍ରିକ୍ ଗାଡ଼ିଗୁଡ଼ିକୁ ପ୍ରୋତ୍ସାହିତ କରିବା…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

Blinkit ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ: ସସ୍‌ପେଣ୍ଡ ହେଲା ଲାଇସେନ୍ସ; ସାମ୍ନାକୁ ଆସିଲା ଗୁରୁତର ତ୍ରୁଟି

ନୂଆଦିଲ୍ଲୀ, ୧୧।୮: ମହାରାଷ୍ଟ୍ରରେ IAS ଅଧିକାରୀ ତୁକାରାମ ମୁଣ୍ଡେଙ୍କ ଖରାପ ଓ ଅସୁରକ୍ଷିତ ଖାଦ୍ୟ ପଦାର୍ଥ ବିରୋଧୀ ଅଭିଯାନ ଜାରି ରହିଛି। ଦେଶର ପ୍ରସିଦ୍ଧ କମ୍ପାନୀ Blinkit…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri