‘ନଭେମ୍ବରରେ ୩,୭୩,୨୨୧ଗାଡ଼ି ବିକ୍ରି’

ନୂଆଦିଲ୍ଲୀ,୯।୧୨:ଦେଶର ପ୍ରମୁଖ ୨ଚିକିଆ ଯାନ ନିର୍ମାତା ହୋଣ୍ଡା ମୋଟରସାଇକେଲ ଆଣ୍ଡ୍‌ ସ୍କୁଟର ଇଣ୍ଡିଆ ଲିମିଟେଡ୍‌(ଏଚ୍‌ଏମ୍‌ଏସ୍‌ଆଇଏଲ୍‌) ପକ୍ଷରୁ ଚଳିତ ବର୍ଷ ନଭେମ୍ବର ମାସର ଗାଡ଼ି ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି କମ୍ପାନୀ ଚଳିତ ନଭେମ୍ବରରେ ୩,୭୩,୨୨୧ ଗାଡ଼ି ବିକ୍ରି କରିଥିବା ବେଳେ ଗତବର୍ଷ ସମାନ ସମୟ ମଧ୍ୟରେ ୨,୫୬,୧୭୪ ଗାଡ଼ି ବିକ୍ରି କରିଥିଲା। ଫଳରେ ଗତବର୍ଷ ତୁଳନାରେ ଚଳିତ ବର୍ଷ ନଭେମ୍ବରରେ ଗାଡ଼ି ବିକ୍ରି ୩୮% ବୃଦ୍ଧି ଘଟିଛି। ବିଶେଷକରି ୨୦୨୨ ନଭେମ୍ବରରେ ଦେଶ ଭିତରେ କମ୍ପାନୀ ୩,୫୩,୫୪୦ ଗାଡ଼ି ବିକ୍ରି କରିଥିବା ବେଳେ ୧୯,୬୮୧ ଗାଡ଼ି ରପ୍ତାନି କରିଛି। ଏ ସମ୍ପର୍କରେ ଏଚ୍‌ଏମ୍‌ଏସ୍‌ଆଇଏଲ୍‌ର ସଭାପତି ତଥା ଏମ୍‌ଡି ଓ ସିଇଓ ଆତ୍‌ସୁସି ଓଗାତା କହିଛନ୍ତି, ଏକ ସଫଳ ଉତ୍ସବ ଋତୁ ପରେ ମଧ୍ୟ ନିରନ୍ତର ଚାହିଦା ବଜାରରେ ଜାରି ରହିଥିବା କମ୍ପାନୀ ହୃଦୟଙ୍ଗମ କରିଛି। ଏପରିକି ସହରାଞ୍ଚଳରେ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନ ଖୋଲିବା ଏବଂ ଅଧିକରୁ ଅଧିକ ଲୋକ ବାହାରକୁ ବାହାରିବା ପରେ ଯାତାୟାତ ଆବଶ୍ୟକତାରେ ଏବେ ବୃଦ୍ଧି ହୋଇଛି। ବିଶେଷକରି ଶିଳ୍ପ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଜାରି ରହିଛି ଏବଂ ଆମ ଗ୍ରାହକମାନଙ୍କ ଆବଶ୍ୟକତା ପୂରଣ କରିବା ଲାଗି ଆମେ ସର୍ବଦା ଚାହୁଁଛୁ। ଆମ ଗ୍ରାହକମାନଙ୍କୁ ଉଲ୍ଲସିତ କରିବା ଲକ୍ଷ୍ୟ ନେଇ ସାରା ଭାରତରେ ନୂଆ ଆଉଟ୍‌ଲେଟ୍‌ର ଉଦ୍‌ଘାଟନ କରିବା ସହ ଆମେ ଦୂରଦୂରାନ୍ତ ଉପସ୍ଥିତିକୁ ନିରନ୍ତର ଭାବେ ସମ୍ପ୍ରସାରିତ କରୁଛୁ ବୋଲି ସେ ମତ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

୨ଦିନ ଯାଏ ଆସିବନି ଅନଲାଇନରେ ଅର୍ଡର! ଡେଲିଭରି ଏଜେଣ୍ଟ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୧୨: ୨୦୨୬ରେ ଦରମା ବୃଦ୍ଧିରେ କୌଣସି ବିରାମ ନାହିଁ, ହାରାହାରି ୯% ବୃଦ୍ଧି ପାଇଁ ପ୍ରସ୍ତୁତି ଯୁନିୟନଗୁଡ଼ିକ ଚାକିରି ସୁରକ୍ଷା, ଅଧିକ ମଜୁରୀ, ନିରାପଦ କାର୍ଯ୍ୟ...

ନୂଆବର୍ଷରେ ମହଙ୍ଗା ଯୋଇଯିବ ଏହିସବୁ ଔଷଧ, ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୨୬।୧୨:ସରକାର ଅତ୍ୟାବଶ୍ୟକ ଔଷଧ ପାଇଁ ସୁଲଭ ଏବଂ ନିରାପଦ କଞ୍ଚାମାଲ ସୁନିଶ୍ଚିତ କରିବା ପାଇଁ ନୂତନ ପଦକ୍ଷେପ ନେଉଛନ୍ତି, କିନ୍ତୁ ଔଷଧ ଶିଳ୍ପ ବିଶେଷଜ୍ଞମାନେ ଭୟ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

୯ ଟଙ୍କା ଛୁଇଁଲାଣି ଅଣ୍ଡା ଦର: କେବେ ମିଳିବ ଆଶ୍ୱସ୍ତି, କାହିଁକି ହେଉଛି ମହଙ୍ଗା?

ଭୁବନେଶ୍ୱର,୨୬।୧୨: ଭାରତର ଅନେକ ସହରରେ ଗୋଟିଏ ଅଣ୍ଡା ଦର ୮ ଟଙ୍କା କିମ୍ବା ତା’ଠାରୁ ଅଧିକରେ ବିକ୍ରି ହେଉଥିବା ବେଳେ ଏହି ଶୀତଦିନେ ଅଣ୍ଡା ଦର...

Post Officeର ଏହି ସ୍କିମ୍‌ରେ କରନ୍ତୁ ନିବେଶ: ମିଳିବ ୧୭ ଲକ୍ଷ ଟଙ୍କା, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୨୬।୧୨: ଆଜିର ଦୁନିଆରେ ସମସ୍ତେ ଏକ ସୁରକ୍ଷିତ ଭବିଷ୍ୟତ ଚାହାଁନ୍ତି। ଯଦି ଆପଣ ଧୀରେ ଧୀରେ ଏକ ବଡ଼ ପାଣ୍ଠି ଗଠନ କରିବାକୁ ଚାହୁଁଛନ୍ତି, ତେବେ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri