ଆଜି ରାଜ୍ୟରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ, ୫ ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର,୪ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୭୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୧୫ ଜଣ ଚିହ୍ନଟ ହୋଇଥିବା ବେଳେ ୧୬୨ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।
ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୪୭ ଏବଂ ଅନୁଗୋଳରୁ ୨୮ ଜଣ ଚିହ୍ନଟ ହୋଇଛନ୍ତି।
ସେହିପରି ବାଲେଶ୍ୱରରୁ ୧୬, ବରଗଡ଼ ୧୧, ଭଦ୍ରକ ୯, ବଲାଙ୍ଗୀର ୨, କଟକ ୧୮, ଦେବଗଡ଼ ୨, ଢେଙ୍କାନାଳ ୩, ଗଞ୍ଜାମ ୬, ଜଗତସିଂହପୁର ୧୧, ଯାଜପୁର ୧୨, ଝାରସୁଗୁଡ଼ା ୮, କଳାହାଣ୍ଡି ୭, କନ୍ଧମାଳ ୧, କେନ୍ଦ୍ରାପଡ଼ା ୭, କେନ୍ଦୁଝର ୧୩, କୋରାପୁଟ ୮, ମାଲକାନଗିରି ୧, ମୟୂରଭଞ୍ଜ ୨୫, ନୟାଗଡ଼ ୬ , ନୂଆପଡ଼ା ୧୪, ପୁରୀ ୧୩, ରାୟଗଡ଼ା ୨, ସମ୍ବଲପୁର ୮ ଏବଂ ସୋନପୁରରୁ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ ପୋଲ୍‌ ସଂଖ୍ୟା ରହିଛ ୧୨।

ସେହିପରି ଆଜି ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ମଧ୍ୟ ହ୍ରାସ ପାଇଛି। ଆଜି ମାତ୍ର ୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନଙ୍କ ମଧ୍ୟରେ କେନ୍ଦୁଝର ଜିଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମୟୂରଭଞ୍ଜ, ମାଲକାନଗିରି ଏବଂ ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚିଥିବା ବେଳେ ୩,୧୪,୦୨୩ ଜଣ ସୁସ୍ଥ ହୋଇଛନ୍ତି। ୪୫୫୮ ଜଣ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

ଜେଲ ଯିବେ ତରୁଣ ତେଜପାଲ, ସୁପ୍ରିମକୋର୍ଟରୁ ଲାଗିଲା ବଡ଼ ଝଟକା

ନୂଆଦିଲ୍ଲୀ,୨୫।୮: ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ପୂର୍ବତନ ତେହେଲକା ସମ୍ପାଦକ ତରୁଣ ତେଜପାଲଙ୍କୁ ସୁପ୍ରିମକୋର୍ଟ ତୁରନ୍ତ ଆଶ୍ୱସ୍ତି ଦେବାକୁ ମନା କରିଦେଇଛନ୍ତି। କୋର୍ଟ ତାଙ୍କୁ ଦୁଇ…

ପାଣି ପକାଉଥିବା ବେଳେ ମାରିଲା କରେଣ୍ଟ, ଚାଲିଗଲା ବଳରାମଙ୍କ ଜୀବନ

ପୁରୁଷୋତ୍ତମପୁର,୨୫ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶିକୁଳା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ବିଦ୍ଯୁତ ଆଘାତରେ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ…

୧୫ ଦିନ ହେଲା ନିଖୋଜ ଥିଲେ ଯୁବକ, ପରିତ୍ୟକ୍ତକୁ ଘରୁ ମିଳିଲା…

କଟକ,୨୫।୮(ପ୍ରଭୁ କଲ୍ୟାଣ ପାଲ୍‌): ବାରଙ୍ଗ ଥାନା ଗୋଡ଼ିସାହିର ଏକ ପରିତ୍ୟକ୍ତ ଘରୁ ମଙ୍ଗଳବାର ପୋଲିସ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରିଛି। ଯୁବକ ଜଣକ ବାରଙ୍ଗ…

ରକ୍ଷାବନ୍ଧନ ପର୍ଯ୍ୟନ୍ତ ୩ ରାଶିଙ୍କୁ ବୁଧ ଦେବେ ଶୁଭ ଫଳ! ଅଚାନକ ଟଙ୍କା….

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ବୁଧ ଗ୍ରହକୁ ବୁଦ୍ଧି, ବାଣିଜ୍ୟ ଓ ଆର୍ଥିକ କାରବାରର କାରକ ଗ୍ରହ ବୋଲି ମନାଯାଏ । ବୁଧ ଏବେ କେତୁଙ୍କ ମଘା ନକ୍ଷତ୍ରରେ…

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri