ବର୍ଷକରେ ଶହୀଦ ହୋଇଛନ୍ତି ୩୭୭

କଟକ ଅଫିସ,୨୨।୧୦:ପୋଲିସ ମୁଖ୍ୟାଳୟ ପରିସରରେ ଗୁରୁବାର ୬୨ତମ ରାଜ୍ୟସ୍ତରୀୟ ପୋଲିସ ଶହୀଦ ଦିବସ ପାଳିତ ହୋଇଯାଇଛି। ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶର ବିଭିନ୍ନ ଆରକ୍ଷୀ ବିଭାଗରେ ଶହୀଦ ହୋଇଥିବା ଯବାନଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶହୀଦ ଯବାନଙ୍କ ପରିବାରବର୍ଗଙ୍କ ପ୍ରତି ମଧ୍ୟ ଅଭୟ ସମବେଦନା ଜଣାଇଛନ୍ତି। ବୀର ଶହୀଦମାନଙ୍କ ପାଇଁ ରାଜ୍ୟ ଆରକ୍ଷୀ ବାହିନୀ ତରଫରୁ ଶୋକ ଶସ୍ତ୍ର ପ୍ରଦର୍ଶନ ସହ ୨ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।
ସୂଚନାଯୋଗ୍ୟ, ୧୯୫୯ ଅକ୍ଟୋବର ୨୧ରେ ଚାଇନା ସୈନ୍ୟଙ୍କ ଆକ୍ରମଣରେ ଲଦାଖ୍‌ ଅଞ୍ଚଳରେ କର୍ତ୍ତବ୍ୟରତ ୧୦ ଜଣ ଭାରତୀୟ ସିଆର୍‌ପିଏଫ୍‌ ଯବାନ ପ୍ରାଣବଳି ଦେଇଥିଲେ। ସେମାନଙ୍କ ସ୍ମୃତିରେ ଦେଶରେ ପ୍ରତିବର୍ଷ ଅକ୍ଟୋବର ୨୧ରେ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଆସୁଛି। ୧୯୬୦ରୁ ଏଯାବତ ଦେଶର ବିଭିନ୍ନ ଆରକ୍ଷୀ ବିଭାଗରେ ପ୍ରାୟ ୩୫ହଜାରରୁ ଊର୍ଦ୍ଧ୍ୱ ଆରକ୍ଷୀ ଦେଶ ମାତୃକାର ସେବା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଛନ୍ତି। ଗତ ୨୦୨୦ ସେପ୍ଟେମ୍ବର ୧ରୁ ୨୦୨୧ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଏକବର୍ଷ ମଧ୍ୟରେ ଦେଶରେ ବିଭିନ୍ନ କେନ୍ଦ୍ରୀୟ ପୋଲିସ ବଳ ଓ ରାଜ୍ୟ ପୋଲିସର ୩୭୭ ଜଣ ଆରକ୍ଷୀ ଶହୀଦ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଓଡ଼ିିଶାର ସୁନିଲ କୁମାର ନାୟକ, ଦେବାଶିଷ ସେଠୀ, ସୁଧୀର କୁମାର ଟୁଡୁ ଏବଂ ଅନୀଲ ଏକ୍କା ରହିଛନ୍ତି। ସେହିପରି ଗତ ୨୦୨୦ ଅକ୍ଟୋବର ୧୭ରୁ ଚଳିତବର୍ଷ ଅକ୍ଟୋବର ୧୬ ସୁଦ୍ଧା ଓଡ଼ିିଶା ପୋଲିସର ୨୨ଜଣ ଯୋଦ୍ଧା କରୋନାରେ ଶହୀଦ ହୋଇଛନ୍ତି। ସେମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri