ବର୍ଷକରେ ଶହୀଦ ହୋଇଛନ୍ତି ୩୭୭

କଟକ ଅଫିସ,୨୨।୧୦:ପୋଲିସ ମୁଖ୍ୟାଳୟ ପରିସରରେ ଗୁରୁବାର ୬୨ତମ ରାଜ୍ୟସ୍ତରୀୟ ପୋଲିସ ଶହୀଦ ଦିବସ ପାଳିତ ହୋଇଯାଇଛି। ଉତ୍ସବରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅଭୟ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦେଶର ବିଭିନ୍ନ ଆରକ୍ଷୀ ବିଭାଗରେ ଶହୀଦ ହୋଇଥିବା ଯବାନଙ୍କ ଅମର ଆତ୍ମା ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଶହୀଦ ଯବାନଙ୍କ ପରିବାରବର୍ଗଙ୍କ ପ୍ରତି ମଧ୍ୟ ଅଭୟ ସମବେଦନା ଜଣାଇଛନ୍ତି। ବୀର ଶହୀଦମାନଙ୍କ ପାଇଁ ରାଜ୍ୟ ଆରକ୍ଷୀ ବାହିନୀ ତରଫରୁ ଶୋକ ଶସ୍ତ୍ର ପ୍ରଦର୍ଶନ ସହ ୨ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା।
ସୂଚନାଯୋଗ୍ୟ, ୧୯୫୯ ଅକ୍ଟୋବର ୨୧ରେ ଚାଇନା ସୈନ୍ୟଙ୍କ ଆକ୍ରମଣରେ ଲଦାଖ୍‌ ଅଞ୍ଚଳରେ କର୍ତ୍ତବ୍ୟରତ ୧୦ ଜଣ ଭାରତୀୟ ସିଆର୍‌ପିଏଫ୍‌ ଯବାନ ପ୍ରାଣବଳି ଦେଇଥିଲେ। ସେମାନଙ୍କ ସ୍ମୃତିରେ ଦେଶରେ ପ୍ରତିବର୍ଷ ଅକ୍ଟୋବର ୨୧ରେ ପୋଲିସ ଶହୀଦ ସ୍ମୃତି ଦିବସ ପାଳିତ ହୋଇଆସୁଛି। ୧୯୬୦ରୁ ଏଯାବତ ଦେଶର ବିଭିନ୍ନ ଆରକ୍ଷୀ ବିଭାଗରେ ପ୍ରାୟ ୩୫ହଜାରରୁ ଊର୍ଦ୍ଧ୍ୱ ଆରକ୍ଷୀ ଦେଶ ମାତୃକାର ସେବା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଛନ୍ତି। ଗତ ୨୦୨୦ ସେପ୍ଟେମ୍ବର ୧ରୁ ୨୦୨୧ ଅଗଷ୍ଟ ୩୧ ପର୍ଯ୍ୟନ୍ତ ଏକବର୍ଷ ମଧ୍ୟରେ ଦେଶରେ ବିଭିନ୍ନ କେନ୍ଦ୍ରୀୟ ପୋଲିସ ବଳ ଓ ରାଜ୍ୟ ପୋଲିସର ୩୭୭ ଜଣ ଆରକ୍ଷୀ ଶହୀଦ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଓଡ଼ିିଶାର ସୁନିଲ କୁମାର ନାୟକ, ଦେବାଶିଷ ସେଠୀ, ସୁଧୀର କୁମାର ଟୁଡୁ ଏବଂ ଅନୀଲ ଏକ୍କା ରହିଛନ୍ତି। ସେହିପରି ଗତ ୨୦୨୦ ଅକ୍ଟୋବର ୧୭ରୁ ଚଳିତବର୍ଷ ଅକ୍ଟୋବର ୧୬ ସୁଦ୍ଧା ଓଡ଼ିିଶା ପୋଲିସର ୨୨ଜଣ ଯୋଦ୍ଧା କରୋନାରେ ଶହୀଦ ହୋଇଛନ୍ତି। ସେମାନଙ୍କୁ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?