କେସିଙ୍ଗାରେ ୩୭ତମ ‘ପୁଷପୁନି ଭେଟଘାଟ’, ରାଜ୍ୟସ୍ତରୀୟ ଲେଖକ ସମାବେଶ: ବହୁ ବିଶିଷ୍ଟ ଶିଳ୍ପୀ ସମ୍ବର୍ଦ୍ଧିତ

କେସିଙ୍ଗା,୩୦।୧୧( ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ରବିବାର ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର ମୁକ୍ତ ମଞ୍ଚରେ ୩୭ତମ ‘ପୁଷପୁନି ଭେଟଘାଟ’ ଓ ରାଜ୍ୟସ୍ତରୀୟ ଲେଖକ ସମାବେଶ ଓ ଶିଳ୍ପୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି।

ଏହି ସମାରୋହ ଡ. ସେନାପତି ପ୍ରଦ୍ୟୁମ୍ନ କେଶରୀ (କେନ୍ଦ୍ରୀୟ ସଭାପତି)ଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଥିଲା। ପ୍ରାଥମିକ ଅଧିବେଶନରେ ମୁଖ୍ୟ ଅତିଥି ଭାବେ କେସିଙ୍ଗା ଏନ୍.ଏ.ସି. ଅଧ୍ୟକ୍ଷ ନୃପରାଜ ଯଦବ ଏବଂ କବି ଓ ଅନୁବାଦକ ଡ. ଭଗବାନ ଜୟସିଂହ ପୁରୀ ଯୋଗଦେଇ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ନିକଟରେ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

ପୂର୍ବାହ୍ନରେ ବରିଷ୍ଠ ସାହିତ୍ୟିକା ମଞ୍ଜୁମେଧା ଗୁରୁଙ୍କ ଦ୍ୱାରା ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଅନୁଷ୍ଠିତ ହୋଇଥିଲା। ଅତିଥିମାନଙ୍କ ଦ୍ୱାରା ‘ସମ କଳାର ଯୁବସ୍ୱର’, ‘ଅଷ୍ଟମ ଋତୁର ମହକ’, ‘ଆମ କବି ଆମ କବିତା’ ଏବଂ ‘ସାରସ୍ୱତ ସୌମ୍ୟା’ର ନୂତନ ସଂଖ୍ୟା ଉନ୍ମୋଚିତ ହୋଇଥିଲା। ଭୁବନେଶ୍ୱର, କଟକ, ପୁରୀ, ସୁବର୍ଣ୍ଣପୁର, ସୁନ୍ଦରଗଡ଼, କଳାହାଣ୍ଡି, ବାଲେଶ୍ୱର, ବଲାଙ୍ଗୀର ଆଦି ଜିଲାରୁ ବହୁ ବିଶିଷ୍ଟ କବି, ଲେଖକ ଓ ଅନୁବାଦକମାନେ ଏଥିରେ ଅଂଶଗ୍ରହଣ କରିଥିଲେ।

ସନ୍ଧ୍ୟା ଅଧିବେଶନରେ ଚେତାବନୀ ପ୍ରଜ୍ଞା ସମ୍ମାନ ସମେତ ରାଜ୍ୟସ୍ତରୀୟ ପୁରସ୍କାର ଓ ସମ୍ମାନ ପ୍ରଦାନ କରାଯାଇଥିଲା। ବିଶିଷ୍ଟ କଥାଶିଳ୍ପୀ ଲକ୍ଷ୍ମୀ ଚାନ୍ଦ (ଭୁବନେଶ୍ୱର), ଡ. ଚିତ୍ତରଞ୍ଜନ ମିଶ୍ର (ପୁରୀ) ଓ କେଦାର ମିଶ୍ର (ସୁବର୍ଣ୍ଣପୁର) ପ୍ରମୁଖଙ୍କୁ ରାଜ୍ୟ ସ୍ତରୀୟ ପୁରସ୍କାର ଓ ସମ୍ମାନରେ ସମ୍ମାନିତ କରାଯାଇଥିଲା।

ମଞ୍ଚ ପରିଚାଳନା ଜ୍ଞାନେନ୍ଦ୍ର ଭୋଇ କରିଥିବା ବେଳେ ଜାଦବେନ୍ଦ୍ର ସାହା ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ…

ବିବାହିତ ମହିଳାଙ୍କୁ ପ୍ରେମ କରୁଥିଲେ ୨ ଯୁବକ, ଜଣାପଡିବା ପରେ ଖଣ୍ଡାଯୁଦ୍ଧ, ପୂରା ଘଟଣା ଜାଣିଲେ…

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…

ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି…

ପରିବେଶ ପ୍ରଦୂଷିତ ଅଭିଯୋଗ: ମା’ ତାରିଣୀ ପଥର କ୍ରଶର ୟୁନିଟକୁ ସିଲ୍ କଲା ପ୍ରଶାସନ                     

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଡ଼ଙ୍କାରି ମୌଜା ରେ ଥିବା ମା ‘ ତାରିଣୀ ପଥର କ୍ରଶର ୟୁନିଟ କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri