ଥାନାରେ ନାବାଳିକାଙ୍କୁ ରଖି ବଳାତ୍କାର ମାମଲା: କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

କଟକ ଅଫିସ,୩୦।୬: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ନାବାଳିକାଙ୍କୁ ରଖି ଥାନା ଅଧିକାରୀ ବଳାତ୍କାର କରିବା ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ। ମଙ୍ଗଳବାର ଏନେଇ ଡିଜିପିଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଘଟଣାକୁ ନେଇ ରାଏବଗା ଥାନାରେ ଏକ ମାମଲା ରୁଜୁ ହୋଇଛି। କ୍ରାଇମବ୍ରାଞ୍ଚକୁ ଏହି ଘଟଣାର ତଦନ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ ଅଧିକାରୀମାନେ ସୁନ୍ଦରଗଡ଼ ଯାଇଥିବା ଡିଜିପି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ବୀରମିତ୍ରପୁର ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝି ଜଣେ ନାବାଳିକାଙ୍କୁ ବଳାତ୍କାର ଏବଂ ଗର୍ଭପାତ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏହି ମାମଲାରେ ଥାନା ଅଧିକାରୀ ମାଝିଙ୍କ ସମେତ ୬ ଜଣଙ୍କ ନାଁରେ ରାଏବଗା ଥାନାରେ ମାମଲା ରୁଜୁ ହୋଇଛି। ପୂର୍ବରୁ ଏହି ମାମଲାରେ ଥାନା ଅଧିକାରୀ ମାଝିଙ୍କୁ ଡିଜିପି ନିଲମ୍ବିତ କରିଛନ୍ତି। ଜଣେ ଡିଏସ୍‌ପି ମାମଲାର ତଦନ୍ତ କରୁଥିଲେ। କିନ୍ତୁ କ୍ରାଇମବ୍ରାଞ୍ଚକୁ ବର୍ତ୍ତମାନ ତଦନ୍ତ ଦାୟିତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ଦୁର୍ଘଟଣା ଘଟାଉଛି ଜମିହିଡ଼ ଭଳି ହମ୍ପସ୍‌, ବାଇକରୁ ଖସିପଡ଼ି ମହିଳା…

ଦିଗପହଣ୍ଡି, ୧୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମେଡିକାଲ ଛକ ସାହାଣୀ ସାହି ନିକଟରେ ନିର୍ମିତ ଏକ ଅବୈଜ୍ଞାନିକ ହମ୍ପସ୍‌ରେ ବାଇକରୁ ଖସିପଡ଼ି ଜଣେ ମହିଳା…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ପ୍ରବଳ ବର୍ଷା କାରଣରୁ ଯୁକ୍ତ ୩ ଇଂରାଜୀ ପରୀକ୍ଷା ସ୍ଥଗିତ: ପରୀକ୍ଷା ହଲରୁ ଫେରିଲେ ଛାତ୍ରୀଛାତ୍ର

ବରଗଡ଼,୧୩।୮(ପ୍ରେମାନନ୍ଦ ଖମାରୀ): ଛାତ୍ରଛାତ୍ରୀମାନେ ପୂର୍ବରୁ ମହାବିଦ୍ୟାଳୟରେ ପହଞ୍ଚି ସାରିଥିଲେ ଏବଂ ପରୀକ୍ଷା ଦେବା ପାଇଁ ଶ୍ରେଣୀ କୋଠରୀ ଭିତରେ ନିଜ ନିଜ ସିଟ୍‌ରେ ବସି ମଧ୍ୟ ସାରିଥିଲେ।…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

କୈଠଖଣ୍ଡି ଗାଁ ଛକରେ ଜୁଆ ଖେଳ ଚାଲିଥିବା ବେଳେ ପୋଲିସ ଚଢାଉ: ୫ ଜୁଆଡ଼ି ଗିରଫ, ଟଙ୍କା-ବାଇକ…

ଦିଗପହଣ୍ଡି, ୧୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ଗାଁ ଛକରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଦିଗପହଣ୍ଡି ପୋଲିସ ଟିମ୍ ଅତର୍କିତ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri