୩୮ କୋଇଲା ଖଣି ନିଲାମ ହେବ

ନୂଆଦିଲ୍ଲୀ,୪।୯: କମର୍ସିଆଲ ଖୋଇଲା ଖଣି ନିଲାମ ଲାଗି ଜାରି ହୋଇଥିବା ଖଣିଗୁଡିକର ତାଲିକାରେ ସରକାର କିଛିଟା ସଂଶୋଧନ କରିଛନ୍ତି। ନୂଆ ତାଲିକା ମୁତାବକ ୩୮ କୋଇଲା ଖଣି ନିଲାମ ହେବ ବୋଲି କେନ୍ଦ୍ର ସରକାର ଗୁରୁବାର ସୂଚନା ଦେଇଛନ୍ତି। ୪୧ ଖଣି ନିଲାମ କରାଯିବ ବୋଲି କୋଇଲା ମନ୍ତ୍ରଣାଳୟ ପକ୍ଷରୁ ପୂର୍ବରୁ ତାଲିକା ଜାରି କରାଯାଇଥିଲା। ସଂଶୋଧିତ ତାଲିକାରେ ୩ଟି ବ୍ଲକକୁ ଯୋଡା ଯାଇଛି। ତାଲିକାରୁ ୫ଟି ବ୍ଲକକୁ ହଟାଯାଇଥିବା ଜଣାପଡିଛି। ଯୋଡି ହୋଇଥିବା ୩ ବ୍ଲକ ମଧ୍ୟରେ ଡୋଲେସାରା, ଜାରେକେଲା,ଝାରପାଲମ-ତନଗରଘାଟ(ଛତିଶଗଡ) ସାମିଲ କରାଯାଇଛି। ସେହିଭଳି ମୋର୍ଗା ସାଉଥ, ଫତେହପୁର, ମଦନପୁର(ନର୍ଥ), ମୋର୍ଗା-୨ ଏବଂ ଛତିଶଗଡର ସାୟଙ୍ଗ ବ୍ଲକକୁ ତାଲିକାରୁ ହଟାଯାଇଛି।
ଏହା ପୂର୍ବରୁ ମନ୍ତ୍ରଣାଳୟ ମହାରାଷ୍ଟ୍ରର ଚନ୍ଦ୍ରପୁର ଜିଲାସ୍ଥିତ ବାନ୍ଦର କୋଇଲା ଖଣିକୁ ତାଲିକାରୁ ହଟାଇଥିଲା। ପରିବେଶ ପାଇଁ ଏହା ସମ୍ବେଦନଶୀଳ ହୋଇଥିବା କାରଣରୁ ସରକାର ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ସଂଶୋଧନର କାରଣ ସମ୍ପର୍କରେ କୋଇଲା ମନ୍ତ୍ରଣାଳୟ ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ। ନିଲାମ ହେବାକୁ ଥିବା ଖଣିଗୁଡିକ ମଧ୍ୟରେ ଛତିଶଗଡର ୭ କୋଇଲା ବ୍ଲକ ସାମିଲ ରହିଛି। ସୂଚନା ଯୋଗ୍ୟ, ୪୧ କୋଇଲା ଖଣିର ନିଲାମ ପ୍ରକ୍ରିୟାକୁ କେନ୍ଦ୍ର ସରକାର ୨୦୨୦ ଜୁନ ୧୮ରୁ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri