୩୮ ଦିନରେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଆନ୍ଦୋଳନ

କେନ୍ଦୁଝର,୨୮ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବିଭିନ୍ନ ବ୍ଲକର ଅଙ୍ଗନଓ୍ବାଡ଼ି କେନ୍ଦ୍ରର କର୍ମୀମାନେ ଆନ୍ଦୋଳନରେ ଯାଇଥିବାରୁ ପ୍ରାକ୍‌ ପ୍ରାଥମିକ ପାଠପଢ଼ା ବନ୍ଦ ରହିଛି। ଏହି ଆନ୍ଦୋଳନ ୩୮ ଦିନରେ ପହଞ୍ଚିଥିବା ବେଳେ ସମାଧାନର ବାଟ ବାହାରି ପାରୁ ନ ଥିବାରୁ ସମସ୍ୟା ବଢୁଛି। ଜିଲାରେ ସମୁଦାୟ ୩୩୫୨ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଲକ୍ଷାଧିକ ଶିଶୁ ପାଠ ପଢୁଛନ୍ତି। ତେବେ ସେଥିରୁ ଯୋଡ଼ା ବ୍ଲକରେ ୯୫ ଓ ଘସିପୁରା ବ୍ଲକର ଗୋଟିଏ ଅଙ୍ଗନଓ୍ବାଡି କେନ୍ଦ୍ର ଚାଲିଥିବା ବେଳେ ଅବଶିଷ୍ଟ କେନ୍ଦ୍ର ବନ୍ଦ ରହିଛି। ଅଲଗା ଅଲଗା ସଂଘ ଅଧୀନରେ ଏହି ସବୁ କେନ୍ଦ୍ର ରହିଥିବାରୁ ଏଭଳି କିଛି କେନ୍ଦ୍ର ଖୋଲା ରହିଥିବା ଜଣାପଡ଼ିଛି। ଫଳରେ ଶିଶୁମାନେ ପ୍ରାକ୍‌ ପ୍ରାଥମିକ ପାଠପଢ଼ାରୁ ବଞ୍ଚିତ ରହିଛନ୍ତି। ଚାକିରି ନିୟମିତ କରିବା, ଅବସରକାଳୀନ ସୁବିଧା, ପଦୋନ୍ନତି ଆଦି ଦାବିରେ ଅଙ୍ଗନଓ୍ବାଡ଼ି କର୍ମୀମାନେ ଦୀର୍ଘ ଏକ ମାସରୁ ଅଧିକ ଦିନ ଧରି ଆନ୍ଦୋଳନକୁ ଓହ୍ଲାଇ ବିଭିନ୍ନ ସ୍ଥାନରେ ଧାରଣାରେ ବସିଛନ୍ତି। ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଚାଲିବ। ଆସନ୍ତାକାଲି ଏହି ସବୁ ଦାବିରେ ଜିଲା ସ୍ତରରେ ଆନ୍ଦୋଳନକୁ ବ୍ୟାପକ କରି ରାଲି କରାଯିବ ବୋଲି ସଂଘର ସଭାପତି ମମତାରାଣୀ ବେହେରା କହିଛନ୍ତି। ଅନ୍ୟପକ୍ଷରେ ଏନେଇ ଜିଲା ସମାଜ ମଙ୍ଗଳ ଅଧିକାରିଣୀ ଗୌରୀମଣୀ ହାଁସଦା କହିଛନ୍ତି,ବନ୍ଦ ଥିବା କେନ୍ଦ୍ରରେ ପାଠପଢ଼ା ବନ୍ଦ ରହିଛି। ସରକାରଙ୍କ ନିର୍ଦ୍ଦେଶ କ୍ରମେ ବନ୍ଦ ଥିବା ସେଣ୍ଟରରେ ପିଲାମାନଙ୍କୁ ଓ୍ବାର୍ଡମେମ୍ବର, ଏସ୍‌ଏଚ୍‌ଜି ଗ୍ରୁପ ଆଦି ଜରିଆରେ ଛତୁଆ ଖାଦ୍ୟ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ବିଲକୁ ଯିବା ବାଟରେ ଗୋଡାଇ ଗୋଡାଇ କାମୁଡିଲା ମାଙ୍କଡ଼, ତଳେ ପଡିଯିବାରୁ…..

ଆନନ୍ଦପୁର,୧୮।୮(ସୁଶାନ୍ତ କୁମାର ସାହୁ): ମାଙ୍କଡ଼ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଆନନ୍ଦପୁର…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ବିପଦ ସଂକେତ ଟପିଲା ବୈତରଣୀ, ଲୋକେ ଭୟଭୀତ

ପାଟଣା,୧୭।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ରବିବାର ସାରୁ ଅବିଶ୍ରାନ୍ତ ବର୍ଷା ଲାଗିରହିଛି। ଫଳରେ ଜନ ଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପାଟଣା ମୁଖ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri