୩୮ ଦିନରେ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଆନ୍ଦୋଳନ

କେନ୍ଦୁଝର,୨୮ା୧୨(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବିଭିନ୍ନ ବ୍ଲକର ଅଙ୍ଗନଓ୍ବାଡ଼ି କେନ୍ଦ୍ରର କର୍ମୀମାନେ ଆନ୍ଦୋଳନରେ ଯାଇଥିବାରୁ ପ୍ରାକ୍‌ ପ୍ରାଥମିକ ପାଠପଢ଼ା ବନ୍ଦ ରହିଛି। ଏହି ଆନ୍ଦୋଳନ ୩୮ ଦିନରେ ପହଞ୍ଚିଥିବା ବେଳେ ସମାଧାନର ବାଟ ବାହାରି ପାରୁ ନ ଥିବାରୁ ସମସ୍ୟା ବଢୁଛି। ଜିଲାରେ ସମୁଦାୟ ୩୩୫୨ଟି ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଲକ୍ଷାଧିକ ଶିଶୁ ପାଠ ପଢୁଛନ୍ତି। ତେବେ ସେଥିରୁ ଯୋଡ଼ା ବ୍ଲକରେ ୯୫ ଓ ଘସିପୁରା ବ୍ଲକର ଗୋଟିଏ ଅଙ୍ଗନଓ୍ବାଡି କେନ୍ଦ୍ର ଚାଲିଥିବା ବେଳେ ଅବଶିଷ୍ଟ କେନ୍ଦ୍ର ବନ୍ଦ ରହିଛି। ଅଲଗା ଅଲଗା ସଂଘ ଅଧୀନରେ ଏହି ସବୁ କେନ୍ଦ୍ର ରହିଥିବାରୁ ଏଭଳି କିଛି କେନ୍ଦ୍ର ଖୋଲା ରହିଥିବା ଜଣାପଡ଼ିଛି। ଫଳରେ ଶିଶୁମାନେ ପ୍ରାକ୍‌ ପ୍ରାଥମିକ ପାଠପଢ଼ାରୁ ବଞ୍ଚିତ ରହିଛନ୍ତି। ଚାକିରି ନିୟମିତ କରିବା, ଅବସରକାଳୀନ ସୁବିଧା, ପଦୋନ୍ନତି ଆଦି ଦାବିରେ ଅଙ୍ଗନଓ୍ବାଡ଼ି କର୍ମୀମାନେ ଦୀର୍ଘ ଏକ ମାସରୁ ଅଧିକ ଦିନ ଧରି ଆନ୍ଦୋଳନକୁ ଓହ୍ଲାଇ ବିଭିନ୍ନ ସ୍ଥାନରେ ଧାରଣାରେ ବସିଛନ୍ତି। ଦାବି ପୂରଣ ନ ହେବା ଯାଏ ଆନ୍ଦୋଳନ ଚାଲିବ। ଆସନ୍ତାକାଲି ଏହି ସବୁ ଦାବିରେ ଜିଲା ସ୍ତରରେ ଆନ୍ଦୋଳନକୁ ବ୍ୟାପକ କରି ରାଲି କରାଯିବ ବୋଲି ସଂଘର ସଭାପତି ମମତାରାଣୀ ବେହେରା କହିଛନ୍ତି। ଅନ୍ୟପକ୍ଷରେ ଏନେଇ ଜିଲା ସମାଜ ମଙ୍ଗଳ ଅଧିକାରିଣୀ ଗୌରୀମଣୀ ହାଁସଦା କହିଛନ୍ତି,ବନ୍ଦ ଥିବା କେନ୍ଦ୍ରରେ ପାଠପଢ଼ା ବନ୍ଦ ରହିଛି। ସରକାରଙ୍କ ନିର୍ଦ୍ଦେଶ କ୍ରମେ ବନ୍ଦ ଥିବା ସେଣ୍ଟରରେ ପିଲାମାନଙ୍କୁ ଓ୍ବାର୍ଡମେମ୍ବର, ଏସ୍‌ଏଚ୍‌ଜି ଗ୍ରୁପ ଆଦି ଜରିଆରେ ଛତୁଆ ଖାଦ୍ୟ ଦିଆଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ତ୍ରିବେଣୀ କମ୍ପାନୀରୁ ୧୨ ଲକ୍ଷ ଟଙ୍କା ହେର୍‌ଫେର୍‌, ଇସ୍ତଫା ଦେଇଥିବା କର୍ମଚାରୀ କେନ୍ଦ୍ରାପଡ଼ାରୁ ଗିରଫ

ବଡ଼ବିଲ,୨୨ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ରୁଗୁଡ଼ିସ୍ଥିତ ତ୍ରିବେଣୀ ଆର୍ଥ ମୁଭର୍ସ କମ୍ପାନୀରୁ ୧୨ଲକ୍ଷ ଟଙ୍କା ହେର୍‌ଫେର୍‌ କରିଥିବା ଅଭିଯୋଗରେ ପୋଲିସ ସଂପୃକ୍ତ ଅଭିଯୁକ୍ତଙ୍କୁ କେନ୍ଦ୍ରାପଡ଼ାରୁ ଗିରଫ...

ଶିକାର ପାଇଁ ଅଭୟାରଣ୍ୟରେ ନିଆଁ

ହାଟଡିହୀ,୨୨l୪(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ଼ ହସ୍ତୀ ଅଭୟାରଣ୍ୟର ୯ଟି ପଏଣ୍ଟରେ ଲାଗିଛି ନିଆଁ। ନିଆଁ ଅତି ବ୍ୟାପକ ହୋଇନି। ଗଛରୁ ଝଡି ତଳେ...

ତ୍ରିମୁଖୀ ଲଢେଇ ଦେଖିବେ ଭୋଟର

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ): ୨୦୨୪ ସାଧାରଣ ନିର୍ବାଚନ ପାଇଁ ଶନିବାର ବିଜେଡି ଷଷ୍ଠ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ପର୍ଯ୍ୟାୟରେ ଆନନ୍ଦପୁର ନିର୍ବାଚନମଣ୍ଡଳୀ...

ସୁବିଧାବାଦୀ ଛାମୁଆ ନେତାଙ୍କ ଶେଷ ଆଶା ସୌମ୍ୟରଞ୍ଜନ 

ଘସିପୁରା,୨୧।୪(ନିରଞ୍ଜନ ସାହୁ)-ଚଳିତ ନିର୍ବାଚନ ପାଇଁ ଘସିପୁରା ନିର୍ବାଚନମଣ୍ଡଳୀରେ ଲାଗିରହିଥିବା ଅସ୍ପଷ୍ଟ ପ୍ରାର୍ଥୀ ଚିତ୍ରକୁ ନେଇ ଏକ ନିର୍ଦ୍ଦିଷ୍ଟ ଦଳର ସୁବିଧାବାଦୀ ଛାମୁଆ ନେତାଙ୍କର ଶେଷ ଆଶା...

ଘର ଭାଙ୍ଗିଲା, ଧାନ ଚାଉଳ ଖାଇ ନଷ୍ଟ କଲା ଗୋଠଛଡ଼ା ଦନ୍ତା

ପାଟଣା,୨୧ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ମଲ୍ଲୀପଶି ବିଟ୍‌କୁ ଶନିବାର ବିଳମ୍ବିତ ରାତିରେ ଘଟଗାଁ ରେଞ୍ଜରୁ ଗୋଠଛଡ଼ା ଦନ୍ତା ହାତୀ ପ୍ରବେଶ କରିଛି। ମଲ୍ଲୀପଶି...

ମା’ଙ୍କ ଆଶୀର୍ବାଦ ନେଇ ପ୍ରଚାରକୁ ବାହାରିଲେ ଅଖିଳ

କେନ୍ଦୁଝର,୨୧ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପାର ପାଟଣା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଅଖିଳ ନାୟକ ରବିବାର ଘଟଗାଁ ମା’ ତାରିଣୀଙ୍କ ନିକଟରେ ପୂଜାର୍ଚ୍ଚନା କରି ବିଧିବଦ୍ଧ ଭାବେ...

ଓଲଟିଲା ଆଶ୍‌ ବୋଝେଇ ଟ୍ରକ୍‌

ପାଟଣା,୨୧ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଗୁଲୁଦୀ ପଶି ଡ଼ିମିରିଡିହା ରାସ୍ତାର ବୁଲାଣି ନିକଟରେ ରବିବାର ଏକ ଆଶ୍‌ ବୋଝେଇ ୧୪ ଚକିଆ ଟ୍ରକ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri