ଅଢ଼େଇ ମାସରେ ୩୮ ମୃତ

ଢେଙ୍କାନାଳ ଅଫିସ, ୨୫।୩: ଢେଙ୍କାନାଳରେ ଗତ ଅଢ଼େଇ ମାସରେ ସଡ଼କ ଦୁର୍ଘଟଣାରେ ୩୮ ଜୀବନ ଗଲାଣି। ଜାତୀୟ ରାଜପଥ ସମ୍ପ୍ରସାରଣରେ ଅହେତୁକ ବିଳମ୍ବ, ବେପରୁଆ ଗାଡ଼ିଚାଳନା ଏହାର ପ୍ରମୁଖ କାରଣ ବୋଲି କୁହାଯାଉଛି। ଏହାକୁ ରୋକିବା ଲାଗି ଜିଲାପାଳ ସରୋଜ କୁମାର ସେଠୀଙ୍କ ନିର୍ଦ୍ଦେଶରେ ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପଞ୍ଚୁପଟି ବ୍ରିଜ୍‌ ନିକଟରେ ମାସିକିଆ ଜିଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବ୍ରିଜ୍‌ ନିକଟରେ କିଛିଦିନ ତଳେ ଏକ ବସ୍‌ ଓଲଟି ୨ ଯାତ୍ରୀଙ୍କ ମୃତ୍ୟୁ ଘଟିଥିଲା। ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ପରିବର୍ତ୍ତେ ଉକ୍ତ ସ୍ଥାନରେ ବୈଠକର ଆୟୋଜନ କରାଯାଇଥିଲା। ତେବେ ସମୀକ୍ଷାରୁ ଜିଲାରେ ଦୁର୍ଘଟଣାର ଯେଉଁ ଉଦ୍‌ବେଗଜନକ ଚିତ୍ର ପଦାକୁ ଆସିଛି, ତାହା ଯେତିକି ଦୁଃଖଦ ସେତିକି ଚିନ୍ତାଜନକ ବୋଲି ଜିଲାପାଳ କହିଛନ୍ତି।
ସୁପ୍ରିମକୋର୍ଟ ଏବଂ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଆସନ୍ତା ଏପ୍ରିଲ ୧ରୁ ୧୦ ଯାଏ ସ୍ବତନ୍ତ୍ର ଅଭିଯାନ ଆରମ୍ଭ ହେଉଛି। ଏହି ସମୟରେ ସଡ଼କ ଦୁର୍ଘଟଣାରେ ଯେପରି କେହି ମୃତାହତ ନ ହୁଅନ୍ତି ସେଥିଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ଜିଲାପାଳ ଗୁରୁତ୍ୱାରୋପ କରିଛନ୍ତି। ସଡ଼କ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମକୁ ବ୍ୟାପକ କରିବା, ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଶିକ୍ଷାନୁଷ୍ଠାନ ନିକଟରେ ସାଇନେଜ୍‌ ଲଗାଇବା, ଦୁର୍ଘଟଣାପ୍ରବଣ ସ୍ଥଳରେ ଯାତ୍ରୀ ଓ ଗାଡ଼ିଚାଳକଙ୍କୁ ସଚେତନ କରିବା ଦିଗରେ ପଦକ୍ଷେପ ନେବାକୁ ଜିଲାପାଳ ଏନ୍‌ଏଚ୍‌ଏଆଇ, ଆରଟିଓ ଓ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ରାସ୍ତାରେ ଯାଉଥିବା ଗାଡ଼ି ଚାଳକଙ୍କୁ ଗୋଲାପ ଫୁଲ ଦେଇ ସୁରକ୍ଷିତ ଭାବେ ଯାତ୍ରା କରିବା ପାଇଁ ପରାମର୍ଶ ଦିଆଯାଇଥିଲା। ଟ୍ରାଫିକ ନିୟମ ମାନିବା, ସୁରକ୍ଷା ଉପକରଣ ବ୍ୟବହାର କରିବା, ମଦ୍ୟପାନ କରି ଗାଡ଼ି ନ ଚଳାଇବା ପାଇଁ ସେମାନଙ୍କୁ ସଚେତନ କରାଯାଇଥିଲା।
ପୂର୍ତ୍ତ ବିଭାଗ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ଅଶୋକ କୁମାର ଗିରିଙ୍କ ଆବାହକତ୍ୱରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଏସ୍‌ପି ପୁରୁଷୋତ୍ତମ ସେଠୀ ଯୋଗଦେଇ ନିଶାସେବନ କରି ଗାଡ଼ି ଚଳାଇଲେ ଜେଲଦଣ୍ଡ ହେବ ବୋଲି ସତର୍କ କରାଇଥିଲେ। ଆରଟିଓ ପ୍ରଣୟ ମିଶ୍ର, ଜିଲା ସଡ଼କ ସୁରକ୍ଷା କମିଟି ସଭ୍ୟ ବିରଞ୍ଚତ୍ ନାରାୟଣ ପାଣି, ପ୍ରଦ୍ୟୁମ୍ନ ରଥ, ଜିଲା ସାମ୍ବାଦିକ ସଂଘ ସମ୍ପାଦକ ସତ୍ୟସ୍ବରୂପ ଦାସ, ଉପସଭାପତି ଅଥୟ କୁମାର ସାହୁ, ସଦର ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ, ଏମ୍‌ଭିଆଇ ଦେବାଶିଷ ସ୍ବାଇଁଙ୍କ ସମେତ ଏନ୍‌ଏଚ୍‌ଏଆଇ, ପୂର୍ତ୍ତ ବିଭାଗ ଏବଂ ପୋଲିସ ପ୍ରଶାସନର ପଦସ୍ଥ ଅଧିକାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୁର୍କୀରୁ ନଭପ୍ରୀତ୍‌ ସିଂଙ୍କୁ ଫେରାଇ ଆଣିଲା ଭାରତ, ଜାଣନ୍ତୁ ନଭପ୍ରୀତ୍‌ କିଏ…

ନୂଆଦିଲ୍ଲୀ,୩ା୧୦: ଅନ୍ତର୍ଜାତୀୟ ନିଶା କାରବାରର କିଙ୍ଗ୍‌ପିନ୍‌ ନଭପ୍ରୀତ୍‌ ସିଂଙ୍କୁ ତୁର୍କୀରୁ ବାହାର କରାଇ ଭାରତ ତାଙ୍କୁ ଫେରାଇଆଣିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶନିବାର ଘୋଷଣା କରିଛନ୍ତି।…

ବିଦ୍ୟୁତ୍‌ କାର୍ଯ୍ୟାଳୟରେ ପଡ଼ିଲା ତାଲା

କାଟପାଡ଼,୩ା୧୦(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ସଡ଼ରଙ୍ଗା ପଞ୍ଚାୟତ ବେଲଗଁା ଅଞ୍ଚଳରେ ୧ ମାସରୁ ଊର୍ଦ୍ଧ୍ୱ ହେବ ଟ୍ରାନ୍ସଫର୍ମର ପୋଡ଼ିଯାଇଥିବାରୁ ଉପଭୋକ୍ତାମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି…

ବଣୁଆ ହାତୀ ହେଲା ଲୋକଙ୍କ ସାଥୀ, ୬ ମାସ ହେଲା ଘରଘର ବୁଲି ଖାଉଛି ଖାଦ୍ୟ

ଜମନକିରା,୩।୧୦(ରବୀନ୍ଦ୍ର ପ୍ରସାଦ ଦାନୀ): ଜଙ୍ଗଲର ବଣୁଆ ଦନ୍ତା ଏବେ ଗାଁ ଲୋକଙ୍କ ଆପଣାର ପାଲଟିଛି। ଗତ ୬ ମାସରୁ ଅଧିକ ସମୟ ଧରି ସମ୍ବଲପୁର ଜିଲା ଜମନକିରା…

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?