ମାଓବାଦୀ ସାମଗ୍ରୀ ସହ ୩୮ ଲକ୍ଷ ଟଙ୍କା ଜବତ

ମାଲକାନଗିରି,୧୩ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ଗରିଆବନ୍ଧ ଏବଂ ଧମତରି ପୋଲିସ ମଙ୍ଗଳବାର ବିପୁଳ ପରିମାଣର ମାଓବାଦୀ ସାମଗ୍ରୀ ଓ ବିସ୍ଫୋରକ ସହ ୩୮ ଲକ୍ଷ ଟଙ୍କା ଜବତ କରିଛି। ଛତିଶଗଡ ଗରିଆବନ୍ଧ ଓ ଧମତରି ପୋଲିସ ଏବଂ ସିଆରପିଏଫ୍‌ ଯବାନଙ୍କ ପକ୍ଷରୁ ଗତ ୧୦ ତାରିଖରୁ ଛୋଟେ ଗବରା ଏବଂ ପେଣ୍ଡ୍ରା ଜଙ୍ଗଲରେ ତଲାସି ଆରମ୍ଭ ହୋଇଥିଲା। ଦୁଇ ଦିନଧରି ଜାରି ରହିଥିବା ତଲାସିରେ ମାଓବାଦୀମାନେ ମାଟି ତଳେ ଲୁଚାଇଥିବା ଡମ୍ପକୁ ପୋଲିସ ଟିମ୍‌ ଠାବ କରିଥିବା ବେଳେ ସେଥିରୁ ୩୮ ଲକ୍ଷ ଟଙ୍କା ଜବତ କରାଯାଇଛି। ଏଥିସହ ୨୩ ବିଜିଏଲ, ୨ଟିଫିନ୍‌ ବୋମା, ୧୩ ଡେଟୋନେଟର, ଫିଉଜ୍‌ ତାର, ୨କେଜି ବାରୁଦ, ୟୁରିଆ, ୨ ଫ୍ଲାସ ଲାଇଟ୍‌, ୩ ମଲ୍ଟି ମିଟର, ସେନ୍ସର ରିମୋଟ, ମାଓବାଦୀ ପୋଷାକ, କଳା କପଡା ଏବଂ ଦୈନନ୍ଦିନ ବ୍ୟବହାର ସାମଗ୍ରୀ ଜବତ କରିଥିଲେ। ଏହା ପରେ ଏହି ଅଞ୍ଚଳରେ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ଭଞ୍ଜନଗର ବିଇଓଙ୍କ ତ୍ୱରିତ ପଦକ୍ଷେପ: ଅବସର ଦିନ ହିଁ ମିଳିଲା ୬ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଫାଇନାଲ ପେନସନ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଲୋପାମୁଦ୍ରା ରଥଙ୍କ ତ୍ୱରିତ ପଦକ୍ଷେପ ଯୋଗୁ ମଙ୍ଗଳବାର ଚାକିରିରୁ ଅବସର ନେଇଥିବା ୬ ଜଣ ଶିକ୍ଷୟିତ୍ରୀ,…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

ବିଶ୍ୱକପରୁ ବାଦ ପଡ଼ିଲା ଜର୍ମାନୀ

ବୋଷ୍ଟନ,୩୦।୬: ଫିଫା ବିଶ୍ୱକପ୍‌ ୨୦୨୬ରେ ଏକ ବଡ଼ ବିପର୍ଯ୍ୟୟ ଘଟିଛି। ୪ ଥରର ଚାମ୍ପିୟନ ଜର୍ମାନୀ ବିଶ୍ୱକପର ରାଉଣ୍ଡ ଅଫ୍‌ ’32’ରୁ ପାରାଗୁଏ ବିପକ୍ଷରେ ପରାଜୟ ବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri