ରାଜଧାନୀରେ ମାଡ଼ି ଚାଲିଛି କରୋନା: ଚିହ୍ନଟ ହେଲେ ଆଉ ୩୮ ଆକ୍ରାନ୍ତ

ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ଗୁରୁବାର ୩୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨୫ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୧୩ ଲୋକାଲ୍‌ କେସ୍‌ ରହିଛି। ସେହିଭଳି ୧୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ସହରରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୫୮ରେ ପହଞ୍ଚିଛି। ସେଥିରୁ ୧୨୭ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୨୭ ଆକ୍ଟିଭ୍‌ କେସ ରହିଛି। ୩ଜଣଙ୍କ କରୋନାରେ ମୃତ୍ୟୁ ଘଟିଥିବା ବିଏମ୍‌ସି ପକ୍ଷରୁ ଅପରାହ୍ନରେ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ହୋମ୍‌ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତଙ୍କ ମଧ୍ୟରେ ଜୟଦେବ ବିହାରର ୫ଜଣ(୭୪ ବର୍ଷ ବୃଦ୍ଧ, ୩୬ ବର୍ଷୀୟ ମହିଳା,୭୩ବର୍ଷୀୟ ବୃଦ୍ଧ, ଦୁଇ ଶିଶୁ), ମଞ୍ଚେଶ୍ୱର ପ୍ରତିଦିନ ଅଫିସ ନିକଟରୁ ୧୧ଜଣ (୨୯,୨୬,୪୨, ୨୦, ୨୮, ୩୭, ୨୩, ୨୭, ୨୪, ୨୧, ୩୨ ବର୍ଷୀୟ ପୁରୁଷ(ଉତ୍ତରପ୍ରଦେଶ ଫେରନ୍ତା), ଅନ୍ୟ ୪ଜଣ(୪୭, ୨୮,୨୬,୩୨ ବର୍ଷୀୟ ପୁରୁଷ), ପେଡ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ୪୪ ବର୍ଷୀୟ ପଶ୍ଚିମବଙ୍ଗ ଫେରନ୍ତା, ୟୁନିଟ-୮ ଅଞ୍ଚଳର ୨ ଜଣ(୩୬,୪୦ ବର୍ଷ), ୟୁନିଟ୍‌-୬ ଅଞ୍ଚଳର ୨୪ ବର୍ଷୀୟ ପୁରୁଷ, ମଞ୍ଚେଶ୍ୱର ଅଞ୍ଚଳର ୩୮ ବର୍ଷୀୟ ପୁରୁଷ ଅଛନ୍ତି। ସେହିଭଳି ୧୩ ଲୋକାଲ୍‌ କେସ୍‌ ମଧ୍ୟରେ ସିରିପୁର ଅଞ୍ଚଳର ୪ଜଣ(୧୪,୧୮,୧୧,୨୨ ବର୍ଷ), ଚକେଇସିଆଣି ଅଞ୍ଚଳର ୪୬ ବର୍ଷୀୟ ପୁରୁଷ, ବେସରକାରୀ ହସ୍ପିଟାଲର ୫ଜଣ, ସରକାରୀ ହସ୍ପିଟାଲର ଜଣେ ମହିଳା, ମଞ୍ଚେଶ୍ୱର ୟୁ.ପି ସ୍କୁଲ ନିକଟର ୪୦ ବର୍ଷୀୟ ମହିଳା, ଭିଏସ୍‌ଏସ୍‌ ନଗରର ୩୫ ବର୍ଷୀୟ ପୁରୁଷ ଥିବା ବିଏମ୍‌ସି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?