ଗୁଳିମାଡ଼ରେ ୩୮ ନିହତ

ୟାଙ୍ଗୁନ୍‌, ୪।୩: ମ୍ୟାନ୍‌ମାର ବିକ୍ଷୋଭକାରୀଙ୍କ ଉପରେ ସୁରକ୍ଷା ବଳର ଦମନଲୀଳା ଦିନକୁ ଦିନ ବଢ଼ିବାରେ ଲାଗିଛି। ବୁଧବାର ବିଭିନ୍ନ ସହରରେ ପୋଲିସ ଓ ସେନା ଗୁଳିରେ ୩୮ ବିକ୍ଷୋଭକାରୀ ପ୍ରାଣ ହରାଇଥିବା ସ୍ଥାନୀୟ ଗଣମାଧ୍ୟମ ତଥା ସୋସିଆଲ ମିଡିଆ ରିପୋର୍ଟରୁ ଜଣାପଡିଛି। କେବଳ ୟାଙ୍ଗୁନ୍‌ରେ ୧୮ ବିକ୍ଷୋଭକାରୀ ପୋଲିସ ଗୁଳିରେ ନିହତ ହୋଇଛନ୍ତି। ଫେବୃୟାରୀ ୧ ତାରିଖରେ ମ୍ୟାନ୍‌ମାର ସେନା ବିଦ୍ରୋହ ବଳରେ ଗଣତନ୍ତ୍ରିକ ଉପାୟରେ ନିର୍ବାଚିତ ଅଙ୍ଗ୍‌ ସାନ୍‌ ସ୍ୟୁ ଚୀ ସରକାରଙ୍କୁ ହଟାଇ କ୍ଷମତା ଦଖଲ କରିଥିଲା। ଏହା ବିରୋଧରେ ଦେଶବ୍ୟାପୀ ଆନ୍ଦୋଳନ ଜାରି ରହିଥିବା ବେଳେ ବୁଧବାର ଥିଲା ସବୁଠୁ ରକ୍ତରଞ୍ଜିତ ଦିନ। ବିଭିନ୍ନ ସହରରେ ଆନ୍ଦୋଳନକୁ ଦମନ କରିବା ଲାଗି ସାମରିକ ଶାସକ ମାତ୍ରାଧିକ ବଳ ପ୍ରୟୋଗ କରିଛନ୍ତି। ବିକ୍ଷୋଭକାରୀଙ୍କୁ ଘଉଡ଼ାଇବା ପାଇଁ ସେମାନଙ୍କ ଉପରକୁ ଗୁଳି ଚଳାଇବା ସହ ଲୁହବୁହା ବାଷ୍ପ ଓ ରବର ବୁଲେଟ ମାଡ଼ କରାଯାଇଥିଲା। ପୋଲିସ ଦମନଲୀଳା ସତ୍ତ୍ୱେ ବିକ୍ଷୋଭକାରୀଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲିଛି। ଗତ ରବିବାର ଏଭଳି ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ଯୋଗୁ ୧୮ ଜଣଙ୍କ ମୃତ୍ୟୁ ଘଟିଥିବା ଜାତିସଂଘ ମାନବାଧିକାର କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଥିଲା। ବୁଧବାର ବିକ୍ଷୋଭକାରୀମାନଙ୍କ ଉପରକୁ ସୁରକ୍ଷା ବଳ ଗୁଳି ଚଳାଇବା ସହ ଆକ୍ରମଣ କରୁଥିବାର ଭିଡିଓ ସୋସିଆଲ ମିଡିଆରେ ପ୍ରସାରିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri